Posted inଜାତୀୟ

ଜଷ୍ଟିସ୍‌ ଶୁକ୍ଳାଙ୍କ ବିରୋଧରେ ରୁଜୁ ହେବ ମାମଲା

ନୂଆଦିଲ୍ଲୀ,୧ା୮(ପି.ଟି./ ଆଇଏଏନ୍‌ଏସ୍‌)-ଆଲ୍ଲାହାବାଦ୍‌ ହାଇକୋର୍ଟର ବିଚାରପତି ଜଷ୍ଟିସ ଏସ୍‌.ଏନ୍‌. ଶୁକ୍ଲାଙ୍କ ବିରୋଧରେ ମାମଲା ରୁଜୁ କରିବା ଲାଗି ପ୍ରଧାନ ବିଚାରପତି (ସିଜେଆଇ)ଜଷ୍ଟିସ ରଞ୍ଜନ ଗୋଗୋଇ ସିବିଆଇକୁ ଅନୁମତି ଦେଇଛନ୍ତି। ଏମ୍‌ବିବିଏସ୍‌ ନାମଲେଖା ପାଇଁ ଏକ ଘରୋଇ କଲେଜକୁ ସେ ଅନୁକମ୍ପା ପ୍ରଦର୍ଶନ କରିଥିବା ନେଇ ଅଭିଯୋଗ ହେବା ପରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ସିବିଆଇ ପକ୍ଷରୁ ଏନେଇ ଅନୁମତି ମଗାଯାଇଥିବାବେଳେ ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ଦୀପକ ମିଶ୍ରଙ୍କ ପରାମର୍ଶକ୍ରମେ ପୂର୍ବରୁ ପ୍ରାଥମିକ ତଦନ୍ତ ଆରମ୍ଭ ହୋଇଥିଲା। ଜଷ୍ଟିସ୍‌ ମିଶ୍ର ଏନେଇ କେତେକ ହାଇକୋର୍ଟ ବିଚାରପତିଙ୍କୁ ନେଇ ପ୍ୟାନେଲ ଗଠନ କରିଥିଲେ। ଏହି ପ୍ୟାନେଲ ଜଷ୍ଟିସ ଶୁକ୍ଳାଙ୍କ ବିରୋଧରେ ଆସିଥିବା ଅଭିଯୋଗର ତଦନ୍ତ ଆରମ୍ଭ କରିଥିଲା। ସିବିଆଇ ପକ୍ଷରୁ ଏ ସମ୍ପର୍କୀତ ତଥ୍ୟ କ୍ରମାନୁସାରେ ସିଜେଆଇଙ୍କୁ ପ୍ରଦାନ କରାଯାଇଛି। ସିବିଆଇ ରିପୋର୍ଟ ଦେଖିବା ପରେ ଜଷ୍ଟିସ୍‌ ଗୋଗୋଇ ତଦନ୍ତ ଆରମ୍ଭ କରିବା ଲାଗି ଅନୁମତି ପ୍ରଦାନ କରିଛନ୍ତି। ହାଇକୋର୍ଟର ଜଣେ କାର୍ଯ୍ୟକାରୀ ବିଚାରପତିଙ୍କ ବିରୋଧରେ ତଦନ୍ତ ଲାଗି ଅନୁମତି ଦିଆଯିବା ଓ ମାମଲା ରୁଜୁହେବା ପ୍ରଥମ ବୋଲି ସୁପ୍ରିମକୋର୍ଟ ଅଧିକାରୀଙ୍କଠାରୁ ଜଣାପଡ଼ିଛି। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ୧୯୯୧ରେ ସର୍ବୋଚ୍ଚ ଅଦାଲତ ବିନା ପ୍ରମାଣ ଓ ତଥ୍ୟରେ ସୁପ୍ରିମକୋର୍ଟ ଓ ହାଇକୋର୍ଟର କୌଣସି କାର୍ଯ୍ୟକାରୀ ବିଚାରପତିଙ୍କ ବିରୋଧରେ ମାମଲା ରୁଜୁକରିବା ଲାଗି ତଦନ୍ତକାରୀ ସଂସ୍ଥାକୁ ଅନୁମତି ଦିଆଯିବନାହିଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri