Posted inଜାତୀୟ

ଜାଏରା ୱାସିମଙ୍କୁ ନେଇ ଥମୁନି ଚର୍ଚ୍ଚା:ଉମର ଅବଦୁଲା, ଶାହ ଫୈଜଲ କଲେ ସମର୍ଥନ

‘ଦଙ୍ଗଲ’ ଓ ‘ସିକ୍ରେଟ ସୁପରଷ୍ଟାର୍‌’ ଭଳି ଫିଲ୍ମରେ ନିଜ ଅଭିନୟର ଦକ୍ଷତା ଦେଖାଇ ସାରିଥିବା ଅଭିନେତ୍ରୀ ଜାଏରା ୱାସିମ ବଲିଉଡଠାରୁ ସବୁଦିନ ପାଇଁ ଦୂରେଇ ଯାଇଛନ୍ତି। ବଲିଉଡକୁ ଆସିବା ପରେ ସେ ତାଙ୍କ ଧର୍ମ ଇସଲାମଠାରୁ ଦୂରେଇ ଯାଉଥିବାରୁ ଏଭଳି ନିଷ୍ପତ୍ତି ନେଇଥିବା କଥା ସେ ନିଜ ଇନଷ୍ଟାଗ୍ରାମରେ ସୂଚନା ଦେବାପରେ ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଜମ୍ମୁ-କଶ୍ମୀରର ବିଭିନ୍ନ ନେତା ଜାଏରାଙ୍କ ନିଷ୍ପତ୍ତିକୁ ସମର୍ଥନ କରିଥିଲାବେଳେ ଲେଖକ ତସଲିମା ନସରିନ୍‌ କୌଣସି ଧର୍ମ ପାଇଁ ବଲିଉଡ ଛାଡିବା ମୁର୍ଖତାର ପରିଚୟ ବୋଲି କହିଛନ୍ତି। ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲା ଜାଏରାଙ୍କୁ ସମର୍ଥନ କରି କହିଛନ୍ତି, ତାଙ୍କର ଏଭଳି ନିଷ୍ପତ୍ତି ଦ୍ୱାରା ସେ ଯଦି ଖୁସି, ତେବେ ତାଙ୍କୁ କେବଳ ସମର୍ଥନ ଜଣାଇ ଶୁଭକାମନା ହିଁ ଦେଇପାରିବି। ସେହିପରି ଭାରତୀୟ ପ୍ରଶାସନିକ ସେବା ଛାଡି ରାଜନୀତିରେ ଯୋଗଦେଇଥିବା ଶାହ ଫୈଜଲ ମଧ୍ୟ ଜାଏରାଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୂଚନାଯୋଗ୍ୟ, ୨୦୧୬ରେ ରିଲିଜ ହୋଇଥିବା ସୁପରହିଟ ଫିଲ୍ମ ‘ଦଙ୍ଗଲ’ରେ ଅଭିନୟ କରି ଜାଏରା ଦଙ୍ଗଲ ଗାର୍ଲ ନାମରେ ପରିଚୟ ପାଇଥିଲେ। ଜଣେ ଉଚ୍ଚକୋଟୀର ଅଭିନେତ୍ରୀଙ୍କ ହଠାତ୍‌ ଏଭଳି ନିଷ୍ପତ୍ତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri