ଜାଗା ଚିହ୍ନଟ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ବାରିପଦା ଅଫିସ, ୩ା୩- ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟା ବ୍ଲକ ଅଧୀନ ଦୁଧିଆଶୋଳ ଗ୍ରାମବାସୀ ଜମି ପଟ୍ଟା ପାଇଥିବା ବେଳେ ସେମାନଙ୍କ ଜମି ଚିହ୍ନଟ ହୋଇପାରୁ ନାହିଁ। ଫଳରେ କେତେକ ଲୋକ ଅନ୍ୟାୟ ଭାବେ ସେମାନଙ୍କ ଜମିକୁ ମାଡ଼ି ବସିଛନ୍ତି। ଏହାର ସମାଧାନ ପାଇଁ ଗତ ମାସ ୧୦ ତାରିଖରେ ଗ୍ରାମବାସୀ ଜିଲାପାଳଙ୍କଠାରେ ଅଭିଯୋଗ କରିଥିଲେ। ହେଲେ କୌଣସି ସମାଧାନ ହେଲା ନାହିଁ। ସୋମବର ପୁଣି ସେମାନେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରକୁ ଆସି ଅଭିଯୋଗ କରିଛନ୍ତି। ତୁରନ୍ତ ଜାଗା ଚିହ୍ନଟ କରିବାକୁ ସେମାନେ ଦାବି କରିଛନ୍ତିିି।
ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ସରକାରଙ୍କ ପକ୍ଷରୁ ୨୦୦୬ ଓ ୨୦୦୮ରେ ସେମାନଙ୍କୁ ୪ ଡିସିମିଲ ଜମିର ପଟ୍ଟା ମିଳିଥିଲା। ଜାଗା ଚିହ୍ନଟ ପାଇଁ ସେମାନେ ଶ୍ୟାମଖୁଣ୍ଟା ତହସିଲଦାରଙ୍କଠାରେ ଆବେଦନ କରିଥିଲେ। ୨୦୧୯ ସେପ୍ଟେମ୍ବର ୧୬ ତାରିଖରେ ତହସିଲଦାର ଓ ସେମାନଙ୍କ ଟିମ୍‌ ଜାଗା ମାପ କରିବା ପାଇଁ ଯାଇଥିଲେ। ଏହି ସମୟରେ ଗ୍ରାମର କିଛି ଯୁବକ ଗଣ୍ଡଗୋଳ କରି ଜମି ମାପ କରାଇ ଦେଇ ନ ଥିଲେ। ପରେ ୧୯ ତାରିଖରେ ଏ ନେଇ ଗ୍ରାମରେ ବୈଠକ କରାଯାଇ ଯେଉଁମାନେ ଜମି ମାପ କାର୍ଯ୍ୟକୁ ବିରୋଧ କରି ଗଣ୍ଡଗୋଳ କରିଥିଲେ ସେମାନଙ୍କୁ ଜାଗା ଦିଅଯିବ ନାହିଁ ବୋଲି ନିଷ୍ପତ୍ତି ହୋଇଥିଲା। ଏହିଭଳି ବିଭିନ୍ନ ସମୟରେ ତହସିଲଦାର ମାପ କରିବାକୁ ଯାଇଥିବା ବେଳେ ଜମି ମାପ ହୋଇ ପାରି ନ ଥିଲା। ଫେବୃୟାରୀ ୩ତାରିଖରେ ରଙ୍ଗମାଟିଆ ଆରଆଇ, ଅମିନ, ସୁପରଭାଇଜର ଯାଇଥିବା ବେଳେ କିଛି ଗ୍ରାମର କିଛି ଲୋକ ଘେରି ଯାଇ ଯାହାର ଜମି ମପା ଯାଉଥିଲା ସେମାନଙ୍କୁ ଆକ୍ରମଣ କରିଥିଲେ। ତେଣୁ ସେମାନଙ୍କ ଜମି ମାପ କରାଇ ନ୍ୟାୟ ଦେବାକୁ ଗ୍ରାମବାସୀ ଜିଲାପାଳଙ୍କ ନିକଟରେ ଦାବି କରିଛନ୍ତି। ଜିଲାପାଳ ୭ ଦିନ ମଧ୍ୟରେ ଉପଜିଲାପାଳଙ୍କୁ କହି ଏହାର ସମାଧାନ କରିବେ ବୋଲି ପ୍ରତିଶ୍ରୁତି ଦେଇଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ନିୟମଗିରି ଦୁର୍ଗମ ଅଞ୍ଚଳରେ ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା): ରାୟଗଡା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ସୋମବାର କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସଲି ପଞ୍ଚାୟତର ନିୟମଗିରି ପାହାଡ଼ରେ ଥିବା ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି…

ସରିଲା ଗଞ୍ଜାମ ଜିଲା ପ୍ରସିଦ୍ଧ ଦଣ୍ଡ ଯାତ୍ରା, ମେରୁ ପାଇଁ ଚଳଚଞ୍ଚଳ ଗାଁ ଠୁ ସହର

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ସରିଲା ଗଞ୍ଜାମ ଜିଲା ପ୍ରସିଦ୍ଧ ଦଣ୍ଡ ଯାତ୍ରା । ଦୀର୍ଘ ୨୧ଦିନ ଧରି ମା’ ଦଣ୍ଡକାଳୀ ଗାଁ ଗାଁ ବୁଲି ମାନସିକଧାରୀଙ୍କ ଦାଣ୍ଡରେ ଯାତ୍ରା…

ଆଶ୍ରମ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଉତ୍ତେଜନା ପ୍ରକାଶ ପାଇବା ସହ ରାସ୍ତାରୋକୋ କଲେ ଗ୍ରାମବାସୀ

ମୋରଡା/ରାସଗୋବିନ୍ଦପୁର,୧୪।୪(ସ୍ମାରକ ମାଜୀ/ସତ୍ୟବାଦୀ ପରିଡା): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଅଧୀନ କାକବନ୍ଧ ଅନୁସୂଚିତ ଜାତି ଓ଼ ଜନଜାତି ଆଶ୍ରମ ବିଦ୍ୟାଳୟର ୧୪୬ଜଣ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ରବିବାର…

୧୯ରେ ସିଜିଏଲ୍‌ ପରୀକ୍ଷା: ଡାଉନ୍‌ଲୋଡ୍‌ ହେଉନି ଆଡ୍‌ମିଟ କାର୍ଡ, ଆଶାୟୀଙ୍କ ମଧ୍ୟରେ ବଢ଼ୁଛି ଅସନ୍ତୋଷ

ଭୁବନେଶ୍ୱର,୧୪।୪(ସୁଚିସ୍ମିତା ସାହୁ): ଓଡ଼ିଶା କର୍ମଚାରୀ ପ୍ରବରଣ ଆୟୋଗ (ଓଏସ୍‌ଏସ୍‌ସି) ପରିଚାଳିତ କମ୍ବାଇନ୍‌ଡ ଗ୍ରାଜୁଏଟ୍‌ ଲେଭଲ (ସିଜିଏଲ) ପରୀକ୍ଷା ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ। ପରୀକ୍ଷା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri