ଜାଗା ସମୀକ୍ଷା ବୈଠକ :୪୩୯ ବସ୍ତି ବାସିନ୍ଦାଙ୍କୁ କରାଯାଇନି ଥଇଥାନ

ଛତ୍ରପୁର,୧୯ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଜାଗା ଯୋଜନାରେ ବସ୍ତି ବାସିନ୍ଦାଙ୍କୁ ଥଇଥାନର ଅଗ୍ରଗତି ସମୀକ୍ଷା ବୈଠକ ଗୁରୁବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସହରାଞ୍ଚଳ ଉନ୍ନୟନ ସଂସ୍ଥା (ଡୁଡା)ର ପିଡି ସୁଦାମ ଚରଣ ମଣ୍ଡଳ ଅଧ୍ୟକ୍ଷତା କରିଥିଲେ । ଜିଲାର ୧୭ ସହରାଞ୍ଚଳରେ ୭୭ ବସ୍ତିକୁ ଚିହ୍ନଟ କରାଯାଇଥିଲା । ଏଥିରେ ବସବାସ କରୁଥିବା ୨୩୭୬ ପରିବାରଙ୍କୁ ଜାଗା ଯୋଜନାରେ ଜମି ଅଧିକାର ଦେବା ନିମନ୍ତେ ସ୍ଥିର ହୋଇଥିଲା। ସେଥିମଧ୍ୟଥିରୁ ୧୯୩୭ ପରିବାରକୁ ଜମି ଅଧିକାର ସମ୍ବନ୍ଧୀୟ ପଟ୍ଟା ପ୍ରଦାନ କରାଯାଇଛି । ଆହୁରି ୪୩୯ ପରିବାରକୁ ଏହି ଯୋଜନାରେ ଥଇଥାନ କରାଯିବାକୁ ବାକି ରହିଛି । ଏହା କିଭଳି ତ୍ୱରାନ୍ବିତ ହେବ ତାହା ଉପରେ ପିଡି ଗୁରୁତତ୍ୱାରୋପ କରିଥିଲେ ।
ମିଳିଥିବା ସୂଚନା ଅନୁସାରେ, ଆସିକା ଏନ୍‌ଏସିର ୧୩୧ ପରିବାର, ଭଞ୍ଜନଗର ଏନ୍‌ଏସିର ୧୩୯, ଗୋପାଳପୁର ଏନଏସିର ୫୫, ଗଞ୍ଜାମ ଏନଏସିର ୧୨, ସୋରଡା ଏନଏସିର ୫୭, ରମ୍ଭା ଏନଏସିର ୩୯ ଓ କୋଦଳା ଏନଏସିର ୬ ପରିବାର ଏହି ଯୋଜନାରେ ଜମି ଅଧିକାର ପାଇବାକୁ ବାକି ରହିଛନ୍ତି। ଅନ୍ୟପକ୍ଷରେ ଛତ୍ରପୁର ଏନଏସିର ୩ଟି ବସ୍ତିର ଲୋକେ ଅନ୍ୟ ସ୍ଥାନରେ ଜାଗା ପାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ)ରେ ସାମିଲ ହେବାକୁ ଇଚ୍ଛା ପ୍ରକାଶ କରୁନାହାନ୍ତି। ବିଭିନ୍ନ ଏନ୍‌ଏସିିରେ ଏହି ଯୋଜନାରେ ସାମିଲ ହେବାରେ ଥିବା ବିଭିନ୍ନ ସମସ୍ୟା ଉପରେ ବୈଠକରେ ବିସ୍ତୃତ ଭାବେ ଆଲୋଚନା କରାଯାଇ ସମାଧାନକୁ ଗୁରୁତ୍ୱାରୋପ କରାଯାଇଥିଲା । ଏନ୍‌ଏସି ନିର୍ବାହୀ ଅଧିକାରୀ ଓ ତହସିଲଦାରଙ୍କ ମଧ୍ୟରେ ସମନ୍ବୟ ରଖି କାମ କରିଲେ ଏହି ଯୋଜନାର ସଫଳ ରୂପାୟନ ହେବ ବୋଲି କୁହାଯାଇଥିଲା। ବୈଠକରେ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟିଙ୍କ ସମେତ ତହସିଲଦାର ଓ ଏନ୍‌ଏସି ନିର୍ବାହୀ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri