Posted inଖେଳ

ଜାତିଆଣ ମନ୍ତବ୍ୟ ନେଇ କ୍ଷମା ମାଗିଲେ ଯୁବରାଜ

ନୂଆଦିଲ୍ଲୀ,୫।୬(ପି.ଟି.): ଏକ ଇନ୍‌ଷ୍ଟାଗ୍ରାମ୍‌ ଚାଟ ଅବସରରେ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ବିରୋଧରେ ଜାତିଆଣ ମନ୍ତବ୍ୟ ଦେଇ ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂ କ୍ଷମା ମାଗିଛନ୍ତି। ଅଜାଣତରେ ଏଭଳି ମନ୍ତବ୍ୟ ଦେଇ ଜନତାଙ୍କ ମନରେ ଆଘାତ ଦେଇଥିଲି ବୋଲି ସେ କହିଛନ୍ତି। ତାରକା ଓପନର ରୋହିତ ଶର୍ମାଙ୍କ ସହ ଲାଇଭ୍‌ ସେସନ୍‌ରେ ଭାଗନେବା ବେଳେ ସେ ଚହଲଙ୍କ ବିଷୟରେ ଅପମାନଜନକ ଶବ୍ଦ ବ୍ୟବହାର କରିଥିଲେ। ଏହାପରେ ହରିୟାଣାର ହିସାରର ଜଣେ ଆଇନଜୀବୀ ଯୁବରାଜଙ୍କ ବିରୋଧରେ ମାମଲା ଦାଏର କରିଥିଲେ। ଫଳରେ ଶେଷରେ ତାଙ୍କୁ କ୍ଷମା ମାଗିବାକୁ ପଡ଼ିଛି।
ନିଜ ବନ୍ଧୁମାନଙ୍କ ସହ ଆଲୋଚନ କରୁଥିବା ବେଳେ ଅଜାଣତରେ ଅବାଞ୍ଛିତ କଥା କହିଥିଲି। ତେବେ ଜାଣିଶୁଣି ଏପରି କରି ନ ଥିଲି। ତେବେ ଜଣେ ଦାୟିତ୍ୱସମ୍ପନ୍ନ ନାଗରିକ ହିସାବରେ ଅନ୍ୟମାନଙ୍କୁ ଆଘାତ ପହଞ୍ଚାଇଥିବାରୁ ଅବସୋସ ଜାହିର କରୁଛି ଓ ଏଥିପାଇଁ କ୍ଷମା ମାଗୁଛି ବୋଲି ଯୁବରାଜ ଟୁଇଟ୍‌ କରି କ୍ଷମା ମାଗିଛନ୍ତି। ଯୁବରାଜ ୨୦୧୧ ଦିନିକିଆ ବିଶ୍ୱକପ୍‌ ଓ ୨୦୦୭ ଟି୨୦ ବିଶ୍ୱକପ୍‌ରେ ଭାରତକୁ ଚାମ୍ପିୟନ କରାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ସେ ଭାରତ ପାଇଁ ୩୦୪ଟି ଦିନିକିଆ, ୫୮ଟି ଟି୨୦ ଓ ୪୦ଟି ଟେଷ୍ଟ ଖେଳିଛନ୍ତି।
ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ କାହାକୁ ଆଘାତ ଦେବାର ଉଦ୍ଦେଶ୍ୟ ମୋର ନ ଥିଲା। ସମାଜମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ ରଖିଛି। ସମସ୍ତଙ୍କୁ ସମ୍ମାନ କରେ। ଭାରତ ଓ ଭାରତବାସୀଙ୍କ ପାଇଁ ମୋର ଭଲପାଇବା ଯଥେଷ୍ଟ ରହିଛି ବୋଲି ଯୁବରାଜ କହିଛନ୍ତି। ଉଲ୍ଲେଖଥାଉ କି, ରିଷ୍ଟ ସ୍ପିନର ଚହଲ ସୀମିତ ଓଭର କ୍ରିକେଟରେ ବେଶ୍‌ ପ୍ରଭାବି ସାବ୍ୟସ୍ତ ହୋଇଛନ୍ତି। ସେ ଟିକ୍‌ଟକ୍‌ରେ ଭିଡିଓ ଅପଲୋଡ କରି ବେଶ୍‌ ଚର୍ଚ୍ଚିତ ମଧ୍ୟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri