ଜାତିସଂଘରେ ପୁଣି କଶ୍ମୀର ପ୍ରସଙ୍ଗ ଉଠାଇଲା ପାକ୍‌

ଜାତିସଂଘ,୧୧ା୯(ପି.ଟି.): ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ପାକିସ୍ତାନ ପୁଣିଥରେ କଶ୍ମୀର ପ୍ରସଙ୍ଗ ଉଠାଇଛି। ଭାରତ ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ମାନ୍ୟତା ପ୍ରତ୍ୟାହାର କରିବା ପରେ ୟୁଏନ୍‌ଏସ୍‌ସି ଉପତ୍ୟକା ସ୍ଥିତି ଉପରେ କଡ଼ା ନଜର ରଖିବା ସହ ସେଠାରେ ସାମରିକ ପର୍ଯ୍ୟବେକ୍ଷଣକାରୀ ଗୋଷ୍ଠୀକୁ ସୁଦୃଢ଼ କରିବା ପାଇଁ ପଦକ୍ଷେପ ନେବାକୁ ଇସ୍‌ଲାମାବାଦ ପକ୍ଷରୁ ଦାବି କରାଯାଇଛି।
ଜାତିସଂଘରେ ପାକିସ୍ତାନର ପ୍ରତିନିଧି ମଲିହା ଲୋଧି ମଙ୍ଗଳବାର ସୁରକ୍ଷା ପରିଷଦର ଜାତିସଂଘ ଶାନ୍ତିରକ୍ଷା ସମ୍ପର୍କିତ ବିତର୍କରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି, ନୂଆଦିଲ୍ଲୀ ପକ୍ଷରୁ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ନେଇ ନିଷ୍ପତ୍ତି ପରେ ଭାରତ ଓ ପାକିସ୍ତାନରେ ଜାତିସଂଘ ସାମରିକ ପର୍ଯ୍ୟବେକ୍ଷଣକାରୀ ଗୋଷ୍ଠୀ (ୟୁଏନ୍‌ଏମ୍‌ଓଜିଆଇପି)ର ଭୂମିକା ଓ ଗୁରୁତ୍ୱ ବୃଦ୍ଧି ପାଇଛି। ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ମାନ୍ୟତା ପ୍ରତ୍ୟାହାର ସୁରକ୍ଷା ପରିଷଦ ସଂକଳ୍ପନାମାକୁ ଉଲ୍ଲଂଘନ କରିଛି ବୋଲି ଲୋଧି ଅଭିଯୋଗ ଆଣିଛନ୍ତି। ଏହି ଅବସରରେ ସେ ଜାତିସଂଘ ମହାସଚିବ ଅଣ୍ଟୋନିଓ ଗୁଟେରେସ୍‌ଙ୍କୁ ସାକ୍ଷାତ କରିଛନ୍ତି। ୩୬ ଦିନ ହେଲା ଉପତ୍ୟକାରେ ମାନବିକ ସଙ୍କଟ ସୃଷ୍ଟି ହୋଇଥିବା ଦର୍ଶାଇ କଶ୍ମୀର ପ୍ରସଙ୍ଗରେ ହସ୍ତକ୍ଷେପ ପାଇଁ ଅନୁରୋଧ କରିଛନ୍ତି। ୧୯୪୯ ଜାନୁୟାରୀରେ ପ୍ରତିଷ୍ଠିତ ୟୁଏନ୍‌ଏମ୍‌ଓଜିଆଇପିର ପ୍ରାସଙ୍ଗିକତା ଶିମ୍‌ଲା ଚୁକ୍ତି ଓ ପରବର୍ତ୍ତୀ ସମୟରେ ନିୟନ୍ତ୍ରଣରେଖା (ଏଲ୍‌ଓସି) ନିର୍ଦ୍ଧାରଣ ପରେ ରହିନାହିଁ ବୋଲି ଭାରତ ଯୁକ୍ତି ବାଢ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri