ଜାତିସଂଘରେ ପୁଣି କଶ୍ମୀର ପ୍ରସଙ୍ଗ ଉଠାଇଲା ପାକ୍‌

ଜାତିସଂଘ,୧୧ା୯(ପି.ଟି.): ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ପାକିସ୍ତାନ ପୁଣିଥରେ କଶ୍ମୀର ପ୍ରସଙ୍ଗ ଉଠାଇଛି। ଭାରତ ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ମାନ୍ୟତା ପ୍ରତ୍ୟାହାର କରିବା ପରେ ୟୁଏନ୍‌ଏସ୍‌ସି ଉପତ୍ୟକା ସ୍ଥିତି ଉପରେ କଡ଼ା ନଜର ରଖିବା ସହ ସେଠାରେ ସାମରିକ ପର୍ଯ୍ୟବେକ୍ଷଣକାରୀ ଗୋଷ୍ଠୀକୁ ସୁଦୃଢ଼ କରିବା ପାଇଁ ପଦକ୍ଷେପ ନେବାକୁ ଇସ୍‌ଲାମାବାଦ ପକ୍ଷରୁ ଦାବି କରାଯାଇଛି।
ଜାତିସଂଘରେ ପାକିସ୍ତାନର ପ୍ରତିନିଧି ମଲିହା ଲୋଧି ମଙ୍ଗଳବାର ସୁରକ୍ଷା ପରିଷଦର ଜାତିସଂଘ ଶାନ୍ତିରକ୍ଷା ସମ୍ପର୍କିତ ବିତର୍କରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି, ନୂଆଦିଲ୍ଲୀ ପକ୍ଷରୁ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ନେଇ ନିଷ୍ପତ୍ତି ପରେ ଭାରତ ଓ ପାକିସ୍ତାନରେ ଜାତିସଂଘ ସାମରିକ ପର୍ଯ୍ୟବେକ୍ଷଣକାରୀ ଗୋଷ୍ଠୀ (ୟୁଏନ୍‌ଏମ୍‌ଓଜିଆଇପି)ର ଭୂମିକା ଓ ଗୁରୁତ୍ୱ ବୃଦ୍ଧି ପାଇଛି। ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ମାନ୍ୟତା ପ୍ରତ୍ୟାହାର ସୁରକ୍ଷା ପରିଷଦ ସଂକଳ୍ପନାମାକୁ ଉଲ୍ଲଂଘନ କରିଛି ବୋଲି ଲୋଧି ଅଭିଯୋଗ ଆଣିଛନ୍ତି। ଏହି ଅବସରରେ ସେ ଜାତିସଂଘ ମହାସଚିବ ଅଣ୍ଟୋନିଓ ଗୁଟେରେସ୍‌ଙ୍କୁ ସାକ୍ଷାତ କରିଛନ୍ତି। ୩୬ ଦିନ ହେଲା ଉପତ୍ୟକାରେ ମାନବିକ ସଙ୍କଟ ସୃଷ୍ଟି ହୋଇଥିବା ଦର୍ଶାଇ କଶ୍ମୀର ପ୍ରସଙ୍ଗରେ ହସ୍ତକ୍ଷେପ ପାଇଁ ଅନୁରୋଧ କରିଛନ୍ତି। ୧୯୪୯ ଜାନୁୟାରୀରେ ପ୍ରତିଷ୍ଠିତ ୟୁଏନ୍‌ଏମ୍‌ଓଜିଆଇପିର ପ୍ରାସଙ୍ଗିକତା ଶିମ୍‌ଲା ଚୁକ୍ତି ଓ ପରବର୍ତ୍ତୀ ସମୟରେ ନିୟନ୍ତ୍ରଣରେଖା (ଏଲ୍‌ଓସି) ନିର୍ଦ୍ଧାରଣ ପରେ ରହିନାହିଁ ବୋଲି ଭାରତ ଯୁକ୍ତି ବାଢ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍

ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର  ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ…

ଅଭିଯୋଗ ଶୁଣିଲେ ଜିଲାପାଳ ଆରକ୍ଷୀ ଅଧୀକ୍ଷକ: ସମସ୍ୟାର ମିଳିଲା ସମାଧାନ

ପୁରୁଷୋତ୍ତମପୁର, ୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।…

ରାମ ମନ୍ଦିର CEO ପଦବୀ ପାଇଁ ବାହାରିଲା ନିଯୁକ୍ତି: ଏହିସବୁ ଯୋଗ୍ୟତା ଥିବା ବ୍ୟକ୍ତି କରିପାରିବେ ଆବେଦନ

ନୂଆଦିଲ୍ଲୀ, ୧୩।୭ ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ହେବା ପ୍ରସଙ୍ଗ ଏବେ ଚର୍ଚ୍ଚାରେ ରହିଛି। ମନ୍ଦିରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦବୀ ପାଇଁ ଆବେଦନ…

ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୨୩ କୋଠରୀ ବିଶିଷ୍ଟ ୪ ମହଲା ଲଜ୍‌ ସହ ୮ଟି ପ୍ଲଟ୍‌ ଠାବ

କୋରାପୁଟ/ବଲାଙ୍ଗୀର, ୧୩।୭ (ଅମିତାଭ ବେହେରା/ସୁନିଲ କୁମାର ମହାନ୍ତି): ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍‌ (OCCL)ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ…

୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା: ଏହି ସବୁ ଜିଲାରେ ୨୪ ଘଣ୍ଟାରେ…

ଭୁବନେଶ୍ୱର, ୧୩।୭: ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା । ୨୪ ଘଣ୍ଟା ପାଇଁ ୧୪ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ କେନ୍ଦୁଝର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri