ଜାତିସଂଘ ଜଳବାୟୁ କାର୍ଯ୍ୟାନୁଷ୍ଠାନ ସମ୍ମିଳନୀ: ଭାରତର ପକ୍ଷ ରଖିବେ ମୋଦି

ନୂଆଦିଲ୍ଲୀ/ନ୍ୟୁୟର୍କ,୨୧ା୯: ଆମେରିକାର ନ୍ୟୁୟର୍କରେ ଜାତିସଂଘ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ ସୋମବାର ହେବ। ଏଥିରେ ଯୋଗଦେବା ପାଇଁ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ବିଶ୍ୱନେତାଙ୍କୁ ନିମନ୍ତ୍ରଣ କରିଛନ୍ତି। ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ ଭାରତ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ନେଇ ପକ୍ଷ ରଖିବେ। ମୋଦିଙ୍କ ଭାଷଣରେ ଏହି କ୍ଷେତ୍ରରେ ଭାରତର ସଫଳତା ଓ ଯୋଜନା ମୁଖ୍ୟ ବିଷୟ ହେବ ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକର ସୂଚନା ଦେଇଛନ୍ତି।
ପରିବର୍ତ୍ତନଜନିତ ସବୁଜଗୃହ ବାଷ୍ପ ଉତ୍ସର୍ଜନକୁ ଆସନ୍ତା ଦଶନ୍ଧି ମଧ୍ୟରେ ୪୫% ହ୍ରାସ ଓ ୨୦୫୦ ସୁଦ୍ଧା ଶୂନ୍ୟ ନିର୍ଗମନ ପାଇଁ ଲକ୍ଷ୍ୟ ରଖାଯାଇଛି। ତେଣୁ ୨୦୨୦ ସୁଦ୍ଧା ଏହି କ୍ଷେତ୍ରରେ କେଉଁ ଦେଶର କ’ଣ ଅବଦାନ ରହିବ ତାକୁ ନେଇ ନିର୍ଦ୍ଦିଷ୍ଟ ଓ ବାସ୍ତବବାଦୀ ଯୋଜନା ସମ୍ପର୍କରେ ବିଶ୍ୱନେତାମାନେ ନିଜ ନିଜ ବକ୍ତବ୍ୟ ରଖିବେ। ଏହି ସମ୍ମିଳନୀ ସରକାର, ଘରୋଇ କ୍ଷେତ୍ର, ସିଭିଲ ସୋସାଇଟି, ସ୍ଥାନୀୟ କର୍ତ୍ତୃପକ୍ଷ ଓ ଅନ୍ୟ ଆନ୍ତର୍ଜାତିକ ସଙ୍ଗଠନଗୁଡ଼ିକୁ ଜଳବାୟୁ ପରିବର୍ତ୍ତନ ସମସ୍ୟାର ସମାଧାନ ପାଇଁ ଏକାଠି କରିବ। ଏହି ସମ୍ମିଳନୀର ବିଷୟବସ୍ତୁ ରଖାଯାଇଛି, ‘ଏ ରେସ୍‌ ଓ୍ବି କ୍ୟାନ୍‌ ଓ୍ବିନ୍‌, ଏ ରେସ୍‌ ଓ୍ବି ମଷ୍ଟ ଓ୍ବିନ୍‌’। ଏଥିରେ ଯୋଗଦେବା ପାଇଁ ଶତାଧିକ ଦେଶ ପକ୍ଷରୁ ଆବେଦନ କରାଯାଇଥିବାବେଳେ ସେଥିମଧ୍ୟରୁ ଅଧା ରାଷ୍ଟ୍ରର ଆବେଦନ ଖାରଜ ହୋଇଯାଇଛି। ପ୍ରାୟ ୬୦ ରାଷ୍ଟ୍ରମୁଖ୍ୟଙ୍କୁ ଏଥିରେ ସାମିଲ ହେବା ପାଇଁ ସୁଯୋଗ ଦିଆଯାଇଥିବା ଜାତିସଂଘ ପକ୍ଷରୁ କୁହାଯାଇଛି। ଏହା ପୂର୍ବରୁ ଶନିବାର ନ୍ୟୁୟର୍କରେ ଜାତିସଂଘ ପକ୍ଷରୁ ଯୁବ ଜଳବାୟୁ ସମ୍ମିଳନୀର ଅୟୋଜନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri