ଜାତୀୟ ଏକତାର ସୁରକ୍ଷା ପାଇଁ ସାମୂହିକ ଶପଥ

ବାଲେଶ୍ୱର ଅଫିସ, ୧।୧୧-ବାଲେଶ୍ୱର ଜିଲା ଭାଜପା ପକ୍ଷରୁ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୪୪ତମ ଜୟନ୍ତୀ ପାଳନ କରାଯାଇଛି। ସର୍ଦ୍ଦାର ପଟେଲ ଦେଶକୁ ଏକତା ସୂତ୍ରରେ ବାନ୍ଧି ରଖିବା ପାଇଁ କରିଥିବା ତ୍ୟାଗର ବାର୍ତ୍ତା ଲୋକମାନଙ୍କ ପାଖରେ ପହଞ୍ଚାଇବା ଲକ୍ଷ୍ୟରେ ‘ରନ୍‌ ଫର୍‌ ୟୁନିଟି’ ସାରାଦେଶରେ ପାଳିତ ହେଉଛି। ଏହି ଅବସରରେ ଗୁରୁବାର ପୂର୍ବାହ୍ନ ୭ଟା ସମୟରେ ପରମିଟ୍‌ ପଡ଼ିଆରୁ ଶତାଧିକ ଭାଜପା କର୍ମୀ, ଛାତ୍ରୀଛାତ୍ର, ଜନସାଧାରଣ ଏକାଠି ହୋଇ ଜାତୀୟ ଏକତାର ସୁରକ୍ଷା ପାଇଁ ସାମୂହିକ ଶପଥ ନେବା ସହ ‘ରନ୍‌ ଫର୍‌ ୟୁନିଟ୍‌’ରେ ସାମିଲ୍‌ ହୋଇଥିଲେ। କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ଓଡ଼ିଶା ପ୍ରଭାରୀ ଅରୁଣ ସିଂ, ଯୁବମୋର୍ଚ୍ଚା ରାଷ୍ଟ୍ରୀୟ ସମ୍ପାଦକ ରଣଜିତ୍‌ ଠାକୁର, ରେମୁଣାର ପୂର୍ବତନ ବିଧାୟକ ଗୋବିନ୍ଦ ଦାସ, ଯୁବନେତା ଉମାକାନ୍ତ ନାୟକ, ଗୌରାଙ୍ଗ ଦାସ, ବିଭୁପଦ ଦାସ, ମହିଳା ନେତ୍ରୀ ଶୋଭନା ମହାନ୍ତି, ସିପ୍ରା ବାଜପେୟୀ ପ୍ରମୁଖଙ୍କ ତତ୍ତ୍ୱାବଧାନରେ ସହର ପରିକ୍ରମା କରାଯାଇଥିଲା। ପରମିଟ୍‌ ପଡ଼ିଆରେ ଆୟୋଜିତ ବୈଠକରେ କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ ଯୋଗଦେଇ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଓ ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭିଭାଇ ପଟେଲଙ୍କ ରାଜନୈତିକ କୂଟନୀତି ପ୍ରଖର ଥିବାରୁ ତାଙ୍କୁ ଭାରତର ଲୌହ ମାନବ ବୋଲି ଆଖ୍ୟା ଦିଆଯାଇଥିଲା। ତାଙ୍କର ସ୍ମୃତିକୁ ମନେରଖିବା ପାଇଁଁ ତାଙ୍କ ଜୟନ୍ତୀ ଅକ୍ଟୋବର ୩୧କୁ ‘ରାଷ୍ଟ୍ରୀୟ ଏକତା ଦିବସ’ ରୂପେ ସାରା ଦେଶ ପାଳନ କରୁଥିବାର ପ୍ରକାଶ କରିଥିଲେ।
ସେହିପରି ଫକୀରମୋହନ କନିଷ୍ଠ ମହାବିଦ୍ୟାଳୟ ପରିସରରେ ଜାତୀୟ ଏକତା ଦିବସ ପାଳିତ ହୋଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ମିନତି ସେଠୀ ଏହାକୁ ଶୁଭାରମ୍ଭ କରି ସର୍ଦ୍ଦାର ପଟେଲଙ୍କ ଭାରତୀୟ ଜାତୀୟ ଏକତା ଓ ସଂହତି ପାଇଁ ଥିବା ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ। ଶୋଭାରାମପୁରସ୍ଥିତ ବାଲେଶ୍ୱର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଅନ୍ନଦା ପ୍ରସାଦ ଜେନାଙ୍କ ପୌରୋହିତ୍ୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ ହୋଇଥିଲା। ଉଭୟ ମହାବିଦ୍ୟାଳୟର ଅଧ୍ୟାପିକା, ଅଧ୍ୟାପକ, କର୍ମଚାରୀ ଓ ଛାତ୍ରୀଛାତ୍ରମାନେ ଏକତ୍ରିତ ହୋଇ ଭାରତର ଜାତୀୟ ଏକତାର ସୁରକ୍ଷା ପାଇଁ ଶପଥ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?