Posted inଖେଳ

ଜାତୀୟ ଓପନ ଆଥଲେଟିକ୍ସ: ସେମିରେ ଦୂତୀ, ଅମିୟ

ଭୁବନେଶ୍ୱର, ୧୧।୧୦(କ୍ରୀଡ଼ା ପ୍ରତିନିଧି)- ରାଞ୍ଚିରେ ଗୁରୁବାରଠାରୁ ଆରମ୍ଭ ହୋଇଛି ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ୫୯ତମ ସଂସ୍କରଣ। ପ୍ରଥମ ଦିବସରେ ଅନୁଷ୍ଠିତ ୧୦୦ ମିଟର ରେସ୍‌ରେ ଓଡ଼ିଶାର ଦୁଇ ତାରକା ଆଥଲେଟ୍‌ ଦୂତୀ ଚାନ୍ଦ ଓ ଅମିୟ କୁମାର ମଲିକ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ହିଟ ନଂ- ୩ରେ ରେସ୍‌ କରିଥିବା ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ୧୧.୫୫ ସେକେଣ୍ଡ ସମୟ ନେଇ ପ୍ରଥମସ୍ଥାନ ଅଧିକାର କରିଥିଲେ। ଟାଇମିଂ କ୍ଷେତ୍ରରେ ସେ କେବଳ ନିଜ ହିଟ୍‌ରେ ନୁହେଁ ୪ଟି ହିଟ୍‌ରେ ଭାଗ ନେଇଥିବା ୨୩ ପ୍ରତିଯୋଗୀଙ୍କୁ ପଛରେ ପକାଇଦେବାରେ ସକ୍ଷମ ହୋଇଛନ୍ତି। ଏହା ଏକ ଓପନ ପ୍ରତିଯୋଗିତା ହୋଇଥିବାରୁ ଦେଶ ବାହାରୁ ପ୍ରତିଯୋଗୀ ମଧ୍ୟ ଅଂଶଗ୍ରହଣ କରିଛନ୍ତି। ପ୍ରଦର୍ଶନରେ ମୁଁ ଖୁସି ଅଛି। ସେମିଫାଇନାଲ ଓ ଫାଇନାଲ ବେଳକୁ ଟାଇମିଂରେ ଅଧିକ ଉନ୍ନତି ଆଣିବାକୁ ଆଶା ରଖିଛି ବୋଲି ଜାତୀୟ ରେକର୍ଡର ଅଧିକାରିଣୀ ଦୂତୀ ପ୍ରକାଶ କରିଛନ୍ତି। ସେହିପରି ବେଶ୍‌ କିଛିଦିନ ଟ୍ରାକ୍‌ରୁ ଦୂରରେ ରହିଥିବା ଅମିୟ ପୁଣି ଚମକ ଦେଖାଇବା ଆରମ୍ଭ କରିଛନ୍ତି। ଜାତୀୟ ରେକର୍ଡର ଅଧିକାରୀ ଅମିୟ ହିଟ୍‌ ନଂ-୬ରେ ଦୌଡ଼ି ୧୦.୫୦ ସେକେଣ୍ଡ ସମୟ ନେଇ ପ୍ରଥମସ୍ଥାନ ଅଧିକାର କରିଛନ୍ତି। ଶୁକ୍ରବାର ସେମିଫାଇନାଲ ଓ ଫାଇନାଲ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri