ଜାତୀୟ କୃମିନାଶକ ଦିବସ ପାଇଁ ସମନ୍ବୟ କମିଟି ବୈଠକ: ଅଗଷ୍ଟ ୮ରେ ପିଲାଙ୍କୁ ଦିଆଯିବ କୃମିନାଶକ ଔଷଧ

ଭୁବନେଶ୍ୱର, ୧୨ା୭(ବ୍ୟୁରୋ): ମାଟିରୁ ଶରୀରକୁ କୃମି ସଂକ୍ରମଣ ହୋଇଥାଏ। ବିଶ୍ୱରେ ୨୪୧ ନିୟୁତରୁ ଅଧିକ ଶିଶୁ କୃମିଦ୍ୱାରା ଆକ୍ରାନ୍ତ ହେଉଛନ୍ତି। ଓଡ଼ିଶାରେ ପ୍ରାୟ ୩୬ ପ୍ରତିଶତ ଶିଶୁ ଏଥିରେ ପୀଡ଼ିତ। ଶିଶୁଙ୍କ ଶରୀରରୁ କୃମି ନାଶ ପାଇଁ ଅଗଷ୍ଟ ୮ କୃମିନାଶକ ଦିବସ ପାଳନ ଅବସରରେ ୧୯ବର୍ଷ ବୟସ ପର୍ଯ୍ୟନ୍ତ ରାଜ୍ୟର ମୋଟ୍‌ ୧କୋଟି ୪୨ଲକ୍ଷ ୯୦ହଜାର ୪୯୧ଜଣ ପିଲାଙ୍କୁ ଏକକାଳୀନ କୃମିନାଶକ ଔଷଧ ଖୁଆଯିବାର ବ୍ୟବସ୍ଥା ହୋଇଛି। ଏଥି ମଧ୍ୟରେ ୧ ରୁ ୫ବର୍ଷ ବୟସ ପର୍ଯ୍ୟନ୍ତ ୩୫ଲକ୍ଷ ୫୪ହଜାର ୨୧୮ଜଣ ଶିଶୁ ରହିଥିବାବେଳେ ୬ରୁ ୧୯ବର୍ଷ ବୟସ ପର୍ଯ୍ୟନ୍ତ ୧କୋଟି ୭ଲକ୍ଷ ୩୬ହଜାର ୨୭୩ ଜଣ ଅଛନ୍ତି। ଏଥିପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା, ମହିଳା ଓ ଶିଶୁ କଲ୍ୟାଣ, ନଗର ଉନ୍ନୟନ, ଗ୍ରାମ୍ୟ ଉନ୍ନୟନ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ସହାୟତାରେ ଏହି ଅଭିଯାନ କରାଯିବ। ଉକ୍ତ ଦିନ ଯେଉଁ ପିଲାମାନେ ଏହି ଔଷଧ ଖାଇ ପାରିବେ ନାହିଁ ସେମାନଙ୍କୁ ଅଗଷ୍ଠ ୧୬ ତାରିଖ ଦିନ ଔଷଧ ଖୁଆଯିବ। ଏ ନେଇ ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର ବିଭାଗର କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ସମନ୍ବୟ କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅଭିଯାନ ନିମନ୍ତେ ଆବଶ୍ୟକ ଔଷଧ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ନେଇ ବିସ୍ତୃତ ଆଲୋଚନା ହୋଇଥିଲା। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ବିଭାଗୀୟ ଯୁଗ୍ମ ସଚିବ ଗୁହା ପୁନମ ତାପସ କୁମାର, ସ୍ବାସ୍ଥ୍ୟସେବା ନିର୍ଦ୍ଦେଶକ ଡା. ଦିଲୀପ ଷଡ଼ଙ୍ଗୀ, ପରିବାର କଲ୍ୟାଣ ନିର୍ଦ୍ଦେଶକ ସରୋଜ ମହାନ୍ତିଙ୍କ ସମେତ ଅନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri