ଜାତୀୟ କୃମି ଦିବସ: କୃମି ଔଷଧ ଖାଇ ୨୬ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ

ଛେଣ୍ଡିପଦା, ୮।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଲିପଟା ରଥସାହି ପ୍ରାଥମିକ ବିଦ୍ୟାଳୟରେ କୃମି ଔଷଧ ଖାଇ ଗୁରୁବାର ୨୬ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି।
ପ୍ରକାଶ ଯେ, ଛେଣ୍ଡିପଦାର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମାଗଣାରେ କୃମି ଔଷଧ ସେବନ ନିମନ୍ତେ ଛେଣ୍ଡିପଦା ପଞ୍ଚାୟତ ସମିତି ସଭାଗୃହରେ ପ୍ରତ୍ୟେକ ବିଦ୍ୟାଳୟରୁ ଜଣେ ଲେଖାଏ ଶିକ୍ଷକଙ୍କୁ ନେଇ ଔଷଧ ସେବନର ପଦ୍ଧତି ସମ୍ପର୍କରେ ତାଲିମ ପ୍ରଦାନ କରାଯାଇଥିଲା। ଏହା ପରେ ଛାତ୍ରଛାତ୍ରୀଙ୍କୁ ପ୍ରତ୍ୟେକ ବିଦ୍ୟାଳୟରେ କୃମିନାଶକ ଔଷଧ ଦିଆଯାଇଥିଲା। ବାଲିପଟା ରଥସାହି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଅରୁଣ ପ୍ରଧାନଙ୍କ ନେତୃତ୍ୱରେ ବିଦ୍ୟାଳୟର ୧୫୦ରୁ ଊଦ୍ଧର୍‌ବ ଛାତ୍ରଛାତ୍ରୀଙ୍କୁ କୃମିନାଶକ ଔଷଧ ସେବନ କରିବାକୁ ଦିଆଯାଉଥିବା ବେଳେ କୃମି ଔଷଧ ସେବନ କରିସାରିଥିବା ପ୍ରାୟ ୨୬ ଛାତ୍ରୀଛାତ୍ର ଅସୁସ୍ଥ ଅନୁଭବ କରିଥିଲେ। ସେମାନଙ୍କ ମଧ୍ୟରେ ୧୭ଜଣ ଛାତ୍ର ରହିଥିବା ବେଳେ ୯ ଛାତ୍ରୀ ଅଛନ୍ତି। ଏହା ଦେଖି ଶିକ୍ଷକମାନେ ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ବାଲିପଟା ନୂତନ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?