ଜାତୀୟ କୃମି ନାଶକ ଦିବସ : ଗଞ୍ଜାମ ଜିଲାରେ ୭ ଲକ୍ଷ ୩୪ ହଜାର ଶିଶୁ ଖାଇବେ ଔଷଧ

ବ୍ରହ୍ମପୁର ଅଫିସ,୮।୮: ଗଞ୍ଜାମ ଜିଲା ଗୋଳନ୍ଥରାସ୍ଥିତ ବିଜୁ ଆଦର୍ଶ ବିଦ୍ୟାଳୟଠାରେ ଗୁରୁବାର ଜିଲାସ୍ତରୀୟ ଜାତୀୟ କୃମି ନାଶକ ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇଥିଲେ। ଔଷଧକୁ ନେଇ ଅଭିଭାବକଙ୍କ ମନରେ ନାନା ଦ୍ୱନ୍ଦ୍ୱ ଥିବାରୁ ଶିଶୁମାନେ ଔଷଧ ସେବନ କରିପାରୁ ନାହାନ୍ତି । ବିନା ଭୟ ଏବଂ ଦ୍ୱନ୍ଦ୍ୱରେ ସମସ୍ତ ଶିଶୁ ଏହି ଔଷଧ ଖାଇବାକୁ ସେ ପରାମର୍ଶ ଦେଇଥିଲେ। ଏହି ଅବସରରେ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ଔଷଧ ଖୁଆଇ ଜିଲାପାଳ କୁଲାଙ୍ଗେ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ତଥା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଜୟ କୁମାର ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲା ମଙ୍ଗଳ ଅଧିକାରୀ ପରୀକ୍ଷିତ ସେଠୀ, ଏଡିପିଏଚ୍‌ଓ(ଭିବିଡ଼ି) ଡା. ଆର୍‌. ଜଗଦୀଶ ପଟ୍ଟନାୟକ, ଜାତୀୟ ସ୍ବାସ୍ଥ୍ୟ ମିଶନର ଜିଲା ପ୍ରକଳ୍ପ ପରିଚାଳକ ଶ୍ୟାମସୁନ୍ଦର ତ୍ରିପାଠୀ, ଏଡିପିଏଚ୍‌ଓ(ପରିବାର କଲ୍ୟାଣ) ଡା. ଭି.ସରୋଜିନୀ ଦେବୀ, ଜିଲା କୁଷ୍ଠ ଅଧିକାରୀ ଡା. ତୃପ୍ତିଲତା ମହାପାତ୍ର, ଜିଲା ଟିବି ଅଧିକାରୀ ଡା. ମଜୋନ କୁମାର ପଣ୍ଡା, ଡିଏମ୍‌ଆର୍‌ସିଏଚ୍‌ ଶକ୍ତି କୁମାର ଦିଗାଲ୍‌ ଏବଂ ବିଦ୍ୟାଳୟର ଅଧ୍ୟକ୍ଷ ଗୋଲକ ବିହାରୀ ମିଶ୍ର ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲାରେ ପ୍ରଥମରୁ ୧୯ ବର୍ଷ ପର୍ଯ୍ୟନ୍ତ ୭ଲକ୍ଷ ୩୪ ହଜାର ୧୨୦ଜଣ ଶିଶୁଙ୍କୁ ଔଷଧ ଖୁଆଇବାକୁ ଲକ୍ଷ୍ୟ ରଖାଯାଇଛି । ୪ହଜାର୪୮୪ଟି ବିଦ୍ୟାଳୟ ଏବଂ ୫ହଜାର ୧୪୧ଟି ଅଙ୍ଗନବାଡ଼ି କେନ୍ଦ୍ରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ମାଧ୍ୟମରେ ଏହି ଔଷଧ ପ୍ରଦାନ କରାଯିବ। ପ୍ରଥମରୁ ୫ ବର୍ଷ ପର୍ଯ୍ୟନ୍ତ ୧ ଲକ୍ଷ ୫୧ ହଜାର ୭୨୭ଶିଶୁଙ୍କୁ ଅଙ୍ଗନବାଡ଼ି କେନ୍ଦ୍ର ଏବଂ ତଦୁର୍ଦ୍ଧ ୫ ଲକ୍ଷ ୮୨ହଜାର ୩୯୩ଜଣ ଶିଶୁଙ୍କୁ ବିଦ୍ୟାଳୟଗୁଡ଼ିକରେ ଔଷଧ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?