ଜାତୀୟ କ୍ରୀଡ଼ା ଦିବସ ପାଳନ

ଧର୍ମଶାଳା,୩୦-୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜାରକା ନେହେରୁ ଯୁବକେନ୍ଦ୍ର ଓ ସୁକନ୍ୟା ସ୍ବେଚ୍ଛାସେବୀ ଅନୁଷ୍ଠାନ ଆନୁକୂଲ୍ୟରେ ଗୁରୁବାର ଜାରକାସ୍ଥିତ ପ୍ରଜପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପରିସରରେ ଜାତୀୟ କ୍ରୀଡ଼ା ଦିବସ ଓ ଫିଟ୍‌ ଇଣ୍ଡିଆ କ୍ୟାମ୍ପେନ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ଅଜୟ କୁମାର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଓ ଉଦ୍‌ଘାଟକ ଭାବେ ଗୋକର୍ଣ୍ଣିକା ସମ୍ପାଦକ ରମାକାନ୍ତ ଜେନା ଯୋଗଦେଇଥିଲେ। ଶରୀରକୁ ସୁସ୍ଥ ସବଳ ରଖିବା ପାଇଁ ଆମକୁ ଯୋଗ ବ୍ୟାୟାମ ଓ କ୍ରୀଡ଼ାରେ ସମୟ ଦେବା ଆବଶ୍ୟକ ବୋଲି ଜେନା କହିଥିଲେ। ନେହେରୁ ଯୁବକେନ୍ଦ୍ରର ଜିଲା ସଂଯୋଜକ ବାସୁଦେବ ଦାସ ଜାତୀୟ କ୍ରୀଡ଼ା ଦିବସ ଓ ଫିଟ୍‌ ଇଣ୍ଡିଆ କ୍ୟାମ୍ପେନ୍‌ ସମ୍ପର୍କରେ ସୂଚନା ଦେଇଥିଲେ। ସମ୍ମାନିତ ଅତିଥି ଭାବେ ‘ପ୍ରଥମ ଓଡ଼ିଶା’ ଅନୁଷ୍ଠାନର ଜିଲା ସଂଯୋଜକ ପ୍ରହଲ୍ଲାଦ ପ୍ରଧାନ, ପ୍ରଶିକ୍ଷକ ଆକାଶ ପରିଚ୍ଛା ଯୋଗ ଦେଇଥିଲେ। ସମ୍ପାଦିକା ରଞ୍ଜିତା ବାରିକ ସ୍ବାଗତ ଭାଷଣ ଦେଇଥିବାବେଳେ ପ୍ରସାଦ ନାୟକ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ଉପସ୍ଥିତ ସମସ୍ତ ସ୍ବେଚ୍ଛାସେବୀ ଫିଟ୍‌ ଇଣ୍ଡିଆ ସମ୍ପର୍କରେ ଶପଥ ପାଠ କରିଥିଲେ। ପରେ ଛାତ୍ରୀଛାତ୍ର ଓ ସ୍ବେଚ୍ଛାସେବୀଙ୍କ ଦ୍ୱାରା ଭଲିବଲ୍‌ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।
ଫଟୋ–


Enter your email to get our daily news in your inbox.

All Right Reserved By Dharitri.Com

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…

କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri