Posted inଖେଳ

ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରକ୍ରିୟାରେ ବିଳମ୍ବ

ନୂଆଦିଲ୍ଲୀ, ୨୭ା୪ (ପି.ଟି.)-କୋଭିଡ୍‌-୧୯ ବିରୋଧରେ ଲଢେଇ ପାଇଁ ଦେଶ ବ୍ୟାପୀ ଲକ୍‌ଡାଉନ୍‌ ଚାଲିଥିବାରୁ ଚଳିତବର୍ଷର ଜାତୀୟ କ୍ରୀଡ଼ା ପୁରସ୍କାର ଚୟନ ପ୍ରକ୍ରିୟାରେ ବିଳମ୍ବ ଘଟିଛି। ଏଥିପାଇଁ ଦରଖାସ୍ତ ଆହ୍ବାନ ଆସନ୍ତା ମାସରେ କରାଯିବ ବୋଲି କ୍ରୀଡ଼ା ମନ୍ତ୍ରଣାଳୟର ଜଣେ ଅଫିସିଆଲ ସୂଚନା ଦେଇଛନ୍ତି। ହକି କିମ୍ବଦନ୍ତୀ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ବାର୍ଷିକୀ ପାଳନ ଅବସରରେ ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରତ୍ୟେକ ବର୍ଷ ଅଗଷ୍ଟ ୨୯ ତାରିଖରେ ପ୍ରଦାନ କରାଯାଇ ଆସୁଛି। ପୁରସ୍କାର ପାଇଁ ସାଧାରଣତଃ ଏପ୍ରିଲରେ ଦରଖାସ୍ତ ଆହ୍ବାନ କରାଯାଇଥାଏ। ମାତ୍ର କରୋନା ମାହାମାରୀ ଯୋଗୁ ଚଳିତବର୍ଷ କେବଳ ଦେଶରେ ସମଗ୍ର ବିଶ୍ୱରେ କ୍ରୀଡ଼ା କାର୍ଯ୍ୟକଳାପ ସ୍ଥାଣୁ ହୋଇଯାଇଛି। ଦେଶରେ ଏହି ଭାଇରସ୍‌ରେ ପୀଡ଼ିତ ହୋଇ ୮୦୦ରୁ ଅଧିକ ଲୋକ ପ୍ରାଣ ହରାଇ ସାରିଥିବାବେଳେ ସମଗ୍ର ବିଶ୍ୱରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ମୃତ୍ୟୁବରଣ କରିସାରିଛନ୍ତି। ଗତ ମାସରୁ ବିଭିନ୍ନ ସରକାରୀ ପ୍ରତିଷ୍ଠାନ ସମେତ ଜାତୀୟ କ୍ରୀଡ଼ା ମହାସଂଘ (ଏନ୍‌ଏସ୍‌ଏଫ୍‌)ରେ କାର୍ଯ୍ୟରତ କର୍ମଚାରୀଙ୍କ ମଧ୍ୟରୁ ଅଧିକାଂଶ ଘରେ ରହି କାର୍ଯ୍ୟ ସମ୍ପାଦନ କରୁଛନ୍ତି। ତେଣୁ ପୁରସ୍କାର ପ୍ରତିକ୍ରିୟାରେ ବିଳମ୍ବ ଘଟିବା ସ୍ବାଭାବିକ ବୋଲି ମନ୍ତ୍ରଣାଳୟର ଅଫିସିଆଲ ଜଣକ ସୂଚନା ଦେଇଛନ୍ତି। ରାଜୀବ ଗାନ୍ଧୀ ଖେଳରତ୍ନ, ଅର୍ଜୁନ, ଦ୍ରୋଣାଚାର୍ଯ୍ୟ ଏବଂ ଧ୍ୟାନଚାନ୍ଦ ସମେତ ଜାତୀୟ କ୍ରୀଡ଼ା ପୁରସ୍କାରଗୁଡ଼ିକ ପ୍ରତିବର୍ଷ ରାଷ୍ଟ୍ରପତି ଭବନରେ ଭାରତର ରାଷ୍ଟ୍ରପତି ପ୍ରଦାନ କରିଥାନ୍ତି। କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଦ୍ୱାରା ଗଠିତ ଏକ ଚୟନ କମିଟି ପୁରସ୍କାର ବିଜେତାଙ୍କ ନାମ ଚୂଡ଼ାନ୍ତ କରିଥାଏ। ଜଣାଶୁଣା କ୍ରୀଡ଼ା ବ୍ୟକ୍ତିତ୍ୱ, ମନ୍ତ୍ରଣାଳୟ ଅଫିସିଆଲ ଏବଂ ଜର୍ନାଲିଷ୍ଟଙ୍କୁ ନେଇ ଏହି କମିଟି ଗଠନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri