Posted inଖେଳ

ଜାତୀୟ ଜୁନିୟର ମହିଳା ହକି କ୍ୟାମ୍ପ୍‌ରେ ଓଡ଼ିଶାରୁ ୩

ନୂଆଦିଲ୍ଲୀ, ୨୦।୮ (ପି.ଟି.)- ଚଳିତ ବର୍ଷ ଶେଷ ଭାଗରେ ଅଷ୍ଟ୍ରେଲିଆରେ ହେବାକୁ ଥିବା ତ୍ରି-ରାଷ୍ଟ୍ରୀୟ ଜୁନିୟର ମହିଳା ହକି ପ୍ରତିଯୋଗିତା ପାଇଁ ସୋମବାର ୩୩ ଜଣିଆ ସମ୍ଭାବ୍ୟ ଭାରତୀୟ ଦଳ ଘୋଷଣା କରାଯାଇଛି। ହକି ଇଣ୍ଡିଆ ପକ୍ଷରୁ ଘୋଷଣା କରାଯାଇଥିବା ଏହି ୩୩ ଜଣିଆ ଜୁନିୟର ମହିଳା ହକି ଦଳରେ ଓଡ଼ିଶାରୁ ୩ ଜଣ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ମିଡ୍‌ଫିଲ୍ଡର ମାରିଆନା କୁଜୁର ଓ ଆଜମିନ କୁଜୁର ଏବଂ ଫର୍‌ଓ୍ବାର୍ଡ ଜୀବନ କିଶୋରୀ ଟପ୍ନୋ। ମୁଖ୍ୟ କୋଚ୍‌ ବଲ୍‌ଜିତ୍‌ ସିଂ ସଇନି ତତ୍ତ୍ୱାବଧାନରେ ଏ ସମସ୍ତ ଖେଳାଳିଙ୍କୁ ନେଇ ଏକ ଜାତୀୟ କ୍ୟାମ୍ପ୍‌ ସେପ୍ଟେମ୍ବର ୧୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି କ୍ୟାମ୍ପ୍‌ରେ ଫିଟ୍‌ନେଶ ଓ ରିଦିମ୍‌ ଉପରେ ଫୋକସ୍‌ କରାଯିବା ସହ ତ୍ରି-ରାଷ୍ଟ୍ରୀୟ ପ୍ରତିଯୋଗିତା ପାଇଁ ଚୂଡ଼ାନ୍ତ ଖେଳାଳି ମନୋନୀତ କରାଯିବ ବୋଲି ଜଣାପଡ଼ିଛି। ଏହି ତ୍ରି-ରାଷ୍ଟ୍ରୀୟ ପ୍ରତିଯୋଗିତାରେ ଭାରତ ସମେତ ଆୟୋଜକ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ଜୁନିୟର ମହିଳା ହକି ଦଳ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri