Posted inଖେଳ

ଜାତୀୟ ଜୁନିୟର ମହିଳା ହକି କ୍ୟାମ୍ପ: ସମ୍ଭାବ୍ୟ ଖେଳାଳି ତାଲିକାରେ ଓଡ଼ିଶାର ୩

ନୂଆଦିଲ୍ଲୀ, ୬।୭(ପି.ଟି.)-
ବେଙ୍ଗାଲୁରୁସ୍ଥିତ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ) ସେଣ୍ଟରରେ ଭାରତୀୟ ଜୁନିୟର ମହିଳା ହକି ଖେଳାଳିଙ୍କୁ ନେଇ କ୍ୟାମ୍ପ ଚଳିତମାସ ୮ରୁ ଆରମ୍ଭ ହେବ। ଶୁକ୍ରବାର ଏଥିପାଇଁ ଘୋଷିତ ୩୩ ଜଣିଆ କୋର୍‌ ତାଲିକାରେ ଓଡ଼ିଶାର ୩ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ମିଡ୍‌ଫିଲ୍ଡର ମାରିଆନା କୁଜୁର, ଆଜମିନା କୁଜୁର ଓ ଫରଓ୍ବାର୍ଡ ଜୀଓ୍ବନ କିଶୋରୀ ଟପ୍ପୋ। କୋଚ୍‌ ବଲଜିତ ସିଂ ସଇନିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୪ ସପ୍ତାହ ବିଶିଷ୍ଟ ଏହି କ୍ୟାମ୍ପ ଅଗଷ୍ଟ ୩ରେ ଶେଷ ହେବ।
ଗତ ଆୟର୍ଲାଣ୍ଡ ଗସ୍ତ ଅବସରରେ ଭାରତୀୟ ଦଳ ଚମତ୍କାର ପ୍ରଦର୍ଶନ କରି ଚତୁଃରାଷ୍ଟ୍ରୀୟ ୨୧ ବର୍ଷରୁ କମ୍‌ କାଣ୍ଟର ଫଇଜ୍‌ଗେରାଲ୍ଡ ଟୁର୍ନାମେଣ୍ଟ ବିଜୟୀ ହୋଇଥିଲା। ସେଠାରେ ଦଳ ଆୟୋଜକ ଆୟର୍ଲାଣ୍ଡ, କାନାଡ଼ା, ସ୍କଟଲାଣ୍ଡ ବିପକ୍ଷରେ ଆକର୍ଷଣୀୟ ପ୍ରଦର୍ଶନ କରିଥିଲା। ପରେ ଭାରତୀୟ ଦଳ ବେଲାରୁଷ ଗସ୍ତ କରି ସେଠାକାର ଜୁନିୟର ଦଳକୁ ପରାସ୍ତ କରିଥିଲା। ଆୟର୍ଲାଣ୍ଡ ଓ ବେଲାରୁଷ ଗସ୍ତ ପରେ ଭାରତୀୟ ଦଳ ବିଶ୍ୱର ଶ୍ରେଷ୍ଠ ଜୁନିୟର ଦଳରେ ପରିଣତ ହୋଇଛି ବୋଲି ଅନୁଭବ କରୁଛନ୍ତି କୋଚ୍‌ ସଇନି। କ୍ୟାମ୍ପପରେ କେତେଜଣ ଖେଳାଳି ସିନିୟର ସ୍ତରରେ କ୍ୟାରିୟର ଆରମ୍ଭ କରିବାକୁ ପ୍ରସ୍ତୁତ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri