ଜାତୀୟ ପତାକାକୁ ଅସମ୍ମାନ, ଥାନାରେ ଅଭିଯୋଗ

ଭଞ୍ଜନଗର,୧୭।୮(ଡି.ଏନ.ଏ)-ଭଞ୍ଜନଗର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ସ୍ଥାନୀୟ ଜେଲ ପଡ଼ିଆରେ ଗୁରୁବାର ଚାଲିଥିଲା। ଏହି ସମୟରେ ସହରର ଜଣେ ବ୍ୟବସାୟୀ ନିଜ ପୋଷା କୁକୁର ବେକରେ ଓ ଚେନରେ ଜାତୀୟ ପତାକା ମାରି ପଡ଼ିଆକୁ ଆଣିଥିଲେ। ଏହାକୁ ନେଇ ପଡ଼ିଆରେ ଉତ୍ତେଜନା ପ୍ରକାଶ ପାଇଥିଲା। ହୋହାଲ୍ଲା ପରେ ବ୍ୟବସାୟୀଜଣଙ୍କ ଚାଲି ଯାଇଥିଲେ। କିନ୍ତୁ ଏତିକିରେ କଥା ଥମିନଥିଲା। ଏନେଇ ବିଶ୍ୱହିନ୍ଦୁ ପରିଷଦ ନେତା ମୂରଲି ପଣ୍ଡା ଘଟଣା ସମ୍ପର୍କରେ ଥାନାରେ ଅଭିଯୋଗ କରିଛନ୍ତି। ଦୋଷୀ ବ୍ୟବସାୟୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦାବି କରିଛନ୍ତି। ଥାନା ଅଧିକାରୀ ସୁଦୀପ୍ତ ସାହୁ କହିଛନ୍ତି ଯେ, ଘଟଣାର ତଦନ୍ତ ଚାଲିଛି। ସରିବା ପରେ ଆବଶ୍ୟକ ପଦକ୍ଷେପ ନିଆଯିବ। ଅପରପକ୍ଷେ ଚଳିତ ବର୍ଷ ସ୍ବାଧୀନତା ଦିବସ ଉତ୍ସବ ଜେଲ ପଡ଼ିଆରେ ବହୁ ବିଳମ୍ବରେ ଶେଷ ହେବାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଆଗାମୀଦିନରେ ଏହାର ପୁନରାବୃତି ଯେଭଳି ନହେବ ସେଥିପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବାପାଇଁ ସହରର ସଚେତନ ନାଗରିକ ପ୍ରସ୍ତାବ ଦେଇଛନ୍ତି। ଗୁଳିଗୁଳି ଓ ଖରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବହୁ ସମୟ ଧରି ହେବାଦ୍ୱାରା ଅନେକ ଛାତ୍ରୀଛାତ୍ର ଅସୁସ୍ଥ ଅନୁଭବ କରିଥିଲେ। କେତେଜଣ ଅଚେତ ହୋଇଥିବା ମଧ୍ୟ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri