ଜାତୀୟ ବରିଷ୍ଠ ପୁରୁଷ ବ୍ୟାଡମିଣ୍ଟନ ପ୍ରତିଯୋଗିତା: ଓଡ଼ିଶା ଦଳରେ ବାଲେଶ୍ୱର ଖେଳାଳି

ବାଲେଶ୍ୱର ଅଫିସ,୧୮।୨-ଆସନ୍ତା ୨୩ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜସ୍ଥାନ ଜୟପୁରଠାରେ ଅନୁଷ୍ଠିତ ହେବ ଜାତୀୟ ବରିଷ୍ଠ ପୁରୁଷ ବ୍ୟାଡମିଣ୍ଟନ ପ୍ରତିଯୋଗିତା। ଏଥିପାଇଁ ଓଡ଼ିଶା ପୁରୁଷ ଦଳ ଘୋଷିତ ହୋଇଯାଇଛି। ପ୍ରଥମଥର ଲାଗି ବାଲେଶ୍ୱରର ଖେଳାଳି ଜୟପ୍ରକାଶ ସିଂ ଓ ଗୋଲାମ ଅଲ୍ଲିଖଁା ଉକ୍ତ ବିଭାଗରେ ଓଡ଼ିଶା ଦଳ ପକ୍ଷରୁ ଚୟନ ହୋଇ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି।

ବାଲେଶ୍ୱର ଜିଲାର ପ୍ରମୁଖ ବ୍ୟାଡମିଣ୍ଟନ ଖେଳାଳି ଜୟପ୍ରକାଶ ଏକମାତ୍ର ଖେଳାଳି ଭାବେ ୨ଟି ବିଭାଗରେ ଅଂଶଗ୍ରହଣ ପାଇଁ ଚୟନ ହୋଇଛନ୍ତି। ଜୟପ୍ରକାଶ ୩୫ ବର୍ଷରୁ ଊର୍ଦ୍ଧ୍ୱ ପୁରୁଷ ସିଙ୍ଗଲ୍ସ ଓ ୩୫ ବର୍ଷରୁ ଊର୍ଦ୍ଧ୍ୱ ଡବଲ୍ସ ବିଭାଗରେ ଗୋଲାମ ଅଲ୍ଲିଖଁାଙ୍କୁ ସାଥୀ କରି ଜାତୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ। ୫୫ ବର୍ଷରୁ ଊର୍ଦ୍ଧ୍ୱ ଡବଲ୍ସ ବିଭାଗରେ ବାଲେଶ୍ୱରର ବିନୟ ସାହ ଓ ଅଜୟ ଦୋଷୀ ଜାତୀୟ ପ୍ରତିଯୋଗିତାରେ ଭାଗ ନେବାକୁ ଯାଉଛନ୍ତି। ଜିଲାର ସମସ୍ତ ବ୍ୟାଡମିଣ୍ଟନ ଖେଳାଳିଙ୍କ ତରଫରୁ ଜାତୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ଯାଉଥିବା ବାଲେଶ୍ୱରର ଖେଳାଳିମାନଙ୍କ ସଫଳତା କାମନା କରାଯାଇଛି। ଜିଲାରେ ବ୍ୟାଡମିଣ୍ଟନ ଖେଳିବା ପାଇଁ ସେପରି କିଛି ବଳିଷ୍ଠ ଭିତ୍ତିଭୂମି ନ ଥିବାବେଳେ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେବା ପାଇଁ ଖେଳାଳିମାନେ ସାମର୍ଥ୍ୟ ରଖିଛନ୍ତି। ଏହି ଖେଳ ପାଇଁ ଏକ ଉନ୍ନତମାନର ଇନ୍‌ଡୋର ଷ୍ଟାଡିୟମ କରାଯାଇପାରିଲେ ବହୁ ଖେଳାଳି ଉପକୃତ ହେବା ସହ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିବାରେ ସହାୟକ ହୋଇପାରିବେ ବୋଲି ବ୍ୟାଡ୍‌ମିଣ୍ଟନ ଖେଳାଳି ଜୟପ୍ରକାଶ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri