ଜାତୀୟ ରାଜପଥରୁ ଲୁଟ୍‌ ଅଭିଯୋଗରେ ୨ ଗିରଫ: ୧୧ ମୋବାଇଲ, ୨ ବାଇକ୍‌ ଜବତ

ଯଁ।ଳା/ଜଟଣୀ,୧।୧୧(ଡି.ଏନ.ଏ.) : ୧୬ ନଂ. ଜାତୀୟ ରାଜପଥରେ ପଥଚାରୀଙ୍କଠାରୁ ଲୁଟ୍‌ପାଟ୍‌ କରୁଥିବା ଗୋଟିଏ ଗ୍ୟାଙ୍ଗର ଦୁଇ ଅଭିଯୁକ୍ତଙ୍କୁ ଜଟଣୀ ଥାନା ପୋଲିସ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଗିରଫ ଦୁଇଜଣ ହେଲେ ଖଣ୍ଡଗିରି ଥାନା ଅନ୍ତର୍ଗତ ବରମୁଣ୍ଡା ଅଞ୍ଚଳର ଜିତୁ ଓରଫ ଜିତେନ୍ଦ୍ର ସାହୁ ଓ ବରବାରି ଅଞ୍ଚଳର ବାପୁନି ଓରଫ ବିକାଶ ରାୟ। ସେମାନଙ୍କଠାରୁ ୧୧ଟି ମୋବାଇଲ, ୨ଟି ବାଇକ୍‌ ଜବତ କରାଯାଇଛି। ଅଭିଯୁକ୍ତମାନେ ସେପ୍ଟେମ୍ବର ୧୮ରେ ଜାତୀୟ ରାଜପଥର ଯଁାଳା ଫାଣ୍ଡି ଅନ୍ତର୍ଗତ ଗଙ୍ଗପଡ଼ା ଟୋଲ୍‌ଗେଟ ନିକଟରେ ଖୋର୍ଦ୍ଧା ମେଡିକାଲରେ କାର୍ଯ୍ୟରତ ଡା. ଦେବାଶିଷ ପଟ୍ଟନାୟକଙ୍କଠାରୁ ମୋବାଇଲ୍‌ ଲୁଟି ନେଇଥିଲେ। ଦେବାଶିଷ ଭୁବନେଶ୍ୱରରୁ ଖୋର୍ଦ୍ଧା ମେଡିକାଲକୁ ଯାଉଥିବା ବେଳେ ଏହି ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତିକରି ପୋଲିସ ତନାଘନା କରୁଥିବା ବେଳେ ଖଣ୍ଡଗିରି ଥାନା ତପୋବନ ଅଞ୍ଚଳରେ ଚୋରା ମୋବାଇଲ୍‌ କିଣାବିକା ହେଉଥିବା ବିଶେଷ ସୂତ୍ରରୁ ଖବରପାଇ ପୋଲିସ ଚଢ଼ାଉ କରି ଉପରୋକ୍ତ ଦୁଇ ଅଭିଯୁକ୍ତଙ୍କୁ ଧରିଥିଲେ। ପଚରାଉଚୁରା ପରେ ସେମାନଙ୍କଠାରୁ ୧୧ଟି ଚୋରା ମୋବାଇଲ ପୋଲିସ ପାଇଥିଲା। ଏ ନେଇ ନଂ. ୪୧୫/୧୯ରେ ମାମଲା ରୁଜୁ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri