ଜାତୀୟ ରାଜପଥ କାମ ଅଧାପନ୍ତରିଆ

ନୂଆପଡା ଅଫିସ,୨ା୬-
ନୂଆପଡ଼ାର ଲାଇଫ ଲାଇନ କୁହାଯାଉଥିବା ୩୫୩ ନମ୍ବର ଜାତୀୟ ରାଜପଥ କାମ ଯେତିକି ଲମ୍ବି ଚାଲିଛି ଜିଲାବାସୀଙ୍କ ମୁଣ୍ଡ ବ୍ୟଥା ସେତିକି ବଢିଚାଲିଛି ା ଏହାକୁ ନେଇ ବିଭିନ୍ନ ସମୟରେ ଦାବି ପ୍ରତିବାଦ ଚାଲିଥିଲେ ମଧ୍ୟ ଅବସ୍ଥା ଯଥାପୂର୍ବଂ ତଥା ପର ରହିଛି। ଠିକାଦାର, ପ୍ରଶାସନ ପ୍ରତିଶ୍ରୁତି ଦେଉଛନ୍ତି। ହେଲେ ପରବର୍ତ୍ତୀ ସମୟରେ କୌଣସି କାର୍ଯ୍ୟକାରୀ ହୋଇପାରୁନାହିଁ। ନୂଆପଡ଼ା-ଖଡ଼ିଆଳ ରାସ୍ତା ଗମନାଗମନରେ ଏକ ପ୍ରକାର ବାଧାପ୍ରାପ୍ତ ହୋଇଛି। ଏନେଇ ନୂଆପଡ଼ାରୁ ଏକ ପ୍ରତିନିଧିଦଳ ଦିଲ୍ଲୀ ଯାଇ କେନ୍ଦ୍ରୀୟ ମନ୍ତ୍ରୀଙ୍କୁ ସାକ୍ଷାତକରି ଘଟଣାର ଦୃଷ୍ଟି ଆକର୍ଷଣ କରିଛନ୍ତି।
ନୂଆପଡ଼ା ଜିଲା ଓକିଲ ସଂଘ ସଭାପତି ତଥା ରାଜ୍ୟ ଭାଜପା ଉପସଭାପତି ପ୍ରସନ୍ନ କୁମାର ପାଢୀ ଏବଂ ସାମାଜିକ କର୍ମୀ ସୁରେଶ କୁମାର ଅଗ୍ରୱାଲଙ୍କ ନେତୃତ୍ୱରେ ଏକ ଟିମ୍‌ ଦିଲ୍ଲୀ ଯାଇଥିଲେ ା ସେଠାରେ ନୂତନ ଭାବେ ଦାୟିତ୍ୱ ନେଇଥିବା ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡକରୀଙ୍କୁ ତାଙ୍କ ନିବାସ କାର୍ଯ୍ୟାଳୟରେ ଭେଟିଥିଲେ। ସଭାପତି ପାଢୀ ଜିଲାର ପ୍ରକୃତ ସ୍ଥିତି ସମ୍ପର୍କରେ ମନ୍ତ୍ରୀଙ୍କୁ ଅବଗତ କରିଥିଲେ। ଏପରିକି ୩୫୩ ନମ୍ବର ଜାତୀୟ ରାଜପଥ ନିର୍ମାଣ କାମ ୫ବର୍ଷ ହେଲା ଶେଷ ହେଉ ନ ଥିବା ଅଭିଯାଗ କରିଥିଲେ। ଫଳରେ ଜିଲାରେ ଏକ ଅସ୍ବାଭାବିକ ସ୍ଥିତି ସୃଷ୍ଟି ହୋଇଛି ା ଗମନାଗମନରେ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ରାସ୍ତ କାମ ଅଧାପନ୍ତରିଆ ଯୋଗୁ ବିଭିନ୍ନ ସମୟରେ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ ହେଉଛି ା ଏନେଇ ଉପରିସ୍ଥ ଅଧିକାରୀମାନଙ୍କୁ ଜଣାଇ ମଧ୍ୟ କୌଣସି ପ୍ରତିକାର କରାଯାଉ ନାହିଁ। ମନ୍ତ୍ରୀ ଗଡକରି ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି କହିଥିବା ପ୍ରତିନଧି ଦଳ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ନିର୍ବାଚନ ପୂର୍ବରୁ ଏକ ୩୦ ଜଣିଆ ପ୍ରତିନିଧି ଦଳ ଦିଲ୍ଲୀ ଯାଇ ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ। ହେଲେ କୌଣସି ପଦକ୍ଷେପ ନିଆଯାଇ ନ ଥିଲା ା ବର୍ତ୍ତମାନ ଏହା କେତେଦୂର କାର୍ଯ୍ୟକାରୀ ହୋଇପାରୁଛି ତାହା ଦେଖିବାକୁ ବାକି ରହିଛି ବୋଲି ସାଧାରଣରେ ଆଲୋଚନା ହେଉଛି। ଉଲ୍ଲେଖଯୋଗ୍ୟ, ଗତ ୨୬ତାରିଖ ରାସ୍ତା କାମ ତୁରନ୍ତ ଶେଷ କରିବା ଦାବିରେ ନାଗରିକ ସଂଘ ପକ୍ଷରୁ ଅର୍ଥନୈତିକ ଅବରୋଧ କରାଯାଇଥିଲା। ସେହି ଦିନଠାରୁ ବାଞ୍ଜୀବାହାଲ ଗାଁ ନିକଟରେ ରାସ୍ତା ନିର୍ମାଣ କାମ ଚାଲିଛି ା ହେଲେ ଏହାବାଦ ଆହୁରି ୪ରୁ ୫ଟି ସ୍ଥାନରେ ରାସ୍ତା ଶୋଚନୀୟ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା

ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri