ଜାତୀୟ ରାଜପଥ ସମ୍ପ୍ରସାରଣ ବେଳେ ଭୁଶୁଡ଼ିଲା କାନ୍ଥ: ୮ ଆହତ, ୩ ଗୁରୁତର

କାମାକ୍ଷାନଗର, ୨୧।୯(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବଡସୁଅଁାଳ ଗ୍ରାମ ନିକଟ ଦେଇ ଯାଇଥିବା ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣବେଳେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି। ଜେସିବି ସହାୟତାରେ ଉଚ୍ଛେଦ କାର୍ଯ୍ୟ ଚାଲିଥିବାବେଳେ କାନ୍ଥ ଭୁଶୁଡ଼ି ଦୁଇ ପରିବାରର ୮ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ଲଙ୍କାକାଣ୍ଡ ଘଟାଇଛନ୍ତି। ସେମାନେ ଏକ ଜେସିବିକୁ ପୋଡ଼ି ଦେଇଛନ୍ତି। ପରିସ୍ଥିତି ନିୟନ୍ତ୍ରଣ କରିବାକୁ ଘଟଣାସ୍ଥଳରେ ପହଞ୍ଚତ୍ଥିବା ପୋଲିସ ଗାଡ଼ିକୁ ମଧ୍ୟ ସେମାନେ ଭଙ୍ଗାରୁଜା କରିଛନ୍ତି। ଆହତଙ୍କୁ କ୍ଷତିପୂରଣ ଏବଂ ପ୍ରଶାସନ ପକ୍ଷରୁ ସମସ୍ତ ଚିକିତ୍ସା ସହାୟତା ଦାବିରେ ଅଞ୍ଚଳବାସୀ ଜାତୀୟ ରାଜପଥ ଅବରୋଧ କରିଥିଲେ।


ଅଭିଯୋଗ ଅନୁଯାୟୀ, ବଡସୁଅଁ।ଳ ଗ୍ରାମ ଦେଇ ଯାଇଥିବା ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ଲାଗି ଏନ୍‌ଏସି ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଥିଲା। ପୂର୍ବରୁ ୧୦୦ ମିଟର ପର୍ଯ୍ୟନ୍ତ ଉଚ୍ଛେଦ କରିବାକୁ ସୀମା ନିର୍ଦ୍ଧାରଣ କରାଯାଇଥିଲା। ହେଲେ ପ୍ରଶାସନ ପକ୍ଷରୁ ୧୨୦ ମିଟର ଯାଏ ନିର୍ମାଣ ଭଙ୍ଗା ଯାଇଥିଲା। ଲୋକଙ୍କ ଅଗୋଚରରେ ହଠାତ୍‌ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହି ସମୟରେ ଏକ ଘର କାନ୍ଥ ଭୁଶୁଡ଼ି ପଡ଼ିଥିଲା। ବଦ୍ରିପ୍ରିୟା ଖଟୁଆ (୩୨), ବବିତା ଖଟୁଆ (୩୫), କାଜଲ ଖଟୁଆ (୧୬), ନୀଳିମା ଖଟୁଆ (୧୨), ଖୁସି ଖଟୁଆ (୧୩), ଲୁଇ ଖଟୁଆ (୧୧), ଦୀପୁନ ଖଟୁଆ (୯), କ୍ରିଷ୍ଣା ଖଟୁଆ ପ୍ରମୁଖ ଏଥିରେ ଚାପି ହୋଇଯାଇଥିଲେ। ସୌଭାଗ୍ୟରୁ ସମସ୍ତେ ଏକ ବିମ୍‌ ତଳେ ରହିଯିବାରୁ ଅଳ୍ପକେ ସମସ୍ତଙ୍କ ଜୀବନ ବଞ୍ଚତ୍ ଯାଇଛି। ନୀଳିମା, ଦୀପୁନ, କ୍ରିଷ୍ଣାଙ୍କ ଅବସ୍ଥା ଗୁରୁତର ରହିଛି। କେତେକଙ୍କ ଆଭ୍ୟନ୍ତରୀଣ ଅଙ୍ଗରେ କ୍ଷତ ସୃଷ୍ଟି ହୋଇଛି। ସମସ୍ତଙ୍କୁ ପ୍ରଥମେ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟ ଏବଂ ପରେ ଜିଲା ମୁଖ୍ୟ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି। ସୂଚନାପାଇ ତହସିଲଦାର ସୁଧାଂଶୁ କୁମାର ମହାନ୍ତି, ଅତିରିକ୍ତ ତହସିଲଦାର ଅନୁପମା ମୁର୍ମୁ, ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ତେବେ ଉତ୍ତ୍ୟକ୍ତ ଲୋକେ ପୋଲିସ ଗାଡ଼ି ଭଙ୍ଗାରୁଜା କରିବା ସହ ଏକ ଜେସିବିରେ ନିଅଁା ଲଗାଇ ଦେଇଥିଲେ। ଏଥିସହ ଅନ୍ୟ ଏକ ଜେସିବିକୁ ଭାଙ୍ଗି ଦେଇଥିଲେ। ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଉଥିବା ଦେଖି ଏନ୍‌ଏଚ୍‌ଏଆଇର କର୍ମଚାରୀମାନେ ଛତ୍ରଭଙ୍ଗ ଦେଇଥିଲେ। ଘଟଣାକୁ ନେଇ ଗ୍ରାମରେ ଚାପା ଉତ୍ତେଜନା ଲାଗିରହିଛି। ଖବର ଲେଖାଯିବା ସୁଦ୍ଧା ଲୋକମାନେ ବଡସୁଅଁାଳଠାରେ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ସେମାନେ ଦାବି କରିଛନ୍ତି ଯେ, ବିନା ସୂଚନାରେ ଅଧିକ ୨୦ ମିଟର ଯାଏ ଉଚ୍ଛେଦ କରାଯାଇଛି। ଏହା ବେଆଇନ। କେତେ ମିଟର ଉଚ୍ଛେଦ ହେବ ପ୍ରଥମେ ପ୍ରଶାସନ ପକ୍ଷରୁ ଚିହ୍ନଟ କରାଯାଉ। ଏହାପରେ ଉଚ୍ଛେଦ କରାଯାଉ। ନଚେତ୍‌ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।
ଅନ୍ୟପଟେ ରାତି ୯ଟା ସୁଦ୍ଧା ସମାଧାନର ସୂତ୍ର ବାହାରିପାରିନାହିଁ। ଶନିବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶାସନ, ରାସ୍ତା ନିର୍ମାଣକାରୀ ଠିକାସଂସ୍ଥା, ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ, ଅଞ୍ଚଳବାସୀ ମିଳିତ ବୈଠକ ବସିବ। ଏହାପରେ ସମାଧାନର ସୂତ୍ର ବାହାରିବ ବୋଲି ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ଦିଆଯିବା ପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚଳଚଞ୍ଚଳ ରାଧାଦେଇପୁର, ଛୁଛୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ…

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri