Posted inଖେଳ

ଜାତୀୟ ରେକର୍ଡ ସହ ଅବିନାଶଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ଦୋହା, ୬।୧୦(ପି.ଟି.)- ଭାରତର ୩୦୦୦ ମିଟର ଷ୍ଟିପଲଚେଜ୍‌ ଆଥ୍‌ଲେଟ୍‌ ଅବିନାଶ ସାବଲେ ଆସନ୍ତାବର୍ଷ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସକୁ ଯୋଗ୍ୟତା ଅର୍ଜନ କରିଛନ୍ତି। ଏଠାରେ ଚାଲିଥିବା ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ର ପୁରୁଷ ୩୦୦୦ ମିଟର ଷ୍ଟିପଲଚେଜ୍‌ ଇଭେଣ୍ଟରେ ଅବିନାଶ ନିଜ ଜାତୀୟ ରେକର୍ଡ ଭାଙ୍ଗିଛନ୍ତି। କିନ୍ତୁ ଫାଇନାଲରେ ସେ ତ୍ରୟୋଦଶ ସ୍ଥାନରେ ରହିଥିଲେ ମଧ୍ୟ ଅଲିମ୍ପିକ୍ସ ଟିକେଟ୍‌ ହାସଲ କରିଛନ୍ତି। ଏହି ଦୂରତାକୁ ଅବିନାଶ ୮ ମିନିଟ୍‌ ୨୨ ସେକେଣ୍ଡରେ ଶେଷ କରିଥିଲେ। ଡିଫେଣ୍ଡିଂ ବିଶ୍ୱ ଚାମ୍ପିୟନ କେନିଆର କନସେସଲସ୍‌ କିପରୁଟୋ (୮:୦୧.୩୫) ପ୍ରଥମ ସ୍ଥାନରେ ରହି ସ୍ବର୍ଣ୍ଣ ପଦକ ଜିତିଥିଲେ। ଇଥିଓପିଆର ଲାମେଚା ଗିର୍‌ମା (୮:୦୧.୩୬) ଓ ମର୍‌କ୍କୋର ସୋଫିଆନେ ବାକ୍‌ଲି (୮:୦୩.୭୬) ଯଥାକ୍ରମେ ୨ୟ ଓ ୩ୟ ସ୍ଥାନରେ ରହିଥିଲେ।
ଏକ କୃଷକ ପରିବାରରୁ ଆସିଥିବା ଅବିନାଶ ଏହି ଦୌଡ଼ ଅବସରରେ ନିଜ ନାମରେ ରହିଥିବା ଜାତୀୟ ରେକର୍ଡକୁ ଟପିଯାଇଛନ୍ତି। ଗୋଟିଏ ଦିନ ପୂର୍ବରୁ ପ୍ରତିଯୋଗିତାର ପ୍ରଥମ ରାଉଣ୍ଡ ହିଟ୍ସରେ ଅବିନାଶ ୮ ମିନିଟ୍‌ ୨୫.୨୩ ସେକେଣ୍ଡରେ ରେସ୍‌ ଶେଷକରି ଜାତୀୟ ରେକର୍ଡକୁ ନିଜ ନାମରେ କରିଥିଲେ। ଏଥିପୂର୍ବରୁ ଗତ ମାର୍ଚ୍ଚରେ ଅନୁଷ୍ଠିତ ଫେଡେରେଶନ କପ୍‌ରେ ସେ ୮:୨୮.୯୪ ସେକେଣ୍ଡ ସହ ଜାତୀୟ ରେକର୍ଡ ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri