ଜାତୀୟ ଲୋକମେଳା, କୃଷିମେଳା ଉଦ୍‌ଯାପିତ: ଛବିଳେନ୍ଦ୍ର, ବିମ୍ବାଧର, ରଞ୍ଜିତ, ଶ୍ରୀଧରଙ୍କୁ ଶ୍ରୀକ୍ଷେତ୍ର ସମ୍ମାନ

ପୁରୀ ଅଫିସ, ୨୬।୧୦: ଶ୍ରୀ ଶ୍ରୀକ୍ଷେତ୍ର ସୂଚନା ପକ୍ଷରୁ ମୁକ୍ତାକାଶ ରଙ୍ଗମଞ୍ଚଠାରେ ୫ଦିନ ବ୍ୟାପି ଚାଲିଥିବା ୧୭ତମ ଲୋକମେଳା(ଜାତୀୟ ଆଦିବାସୀ ଲୋକଗୀତ ଓ ନୃତ୍ୟ ମହୋତ୍ସବ ଏବଂ ହସ୍ତଶିଳ୍ପ ଓ କୁଟୀର ପ୍ରଦର୍ଶନୀ) ଏବଂ ୧୦ମ କୃଷିମେଳା(ଜାତୀୟ କୃଷି ପ୍ରଦର୍ଶନୀ) ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶେଷ ସନ୍ଧ୍ୟାକୁ ଉଦ୍‌ଘାଟନ କରିଥିଲେ। କାର୍ଯ୍ୟକ୍ରମରେ ଅନୁଷ୍ଠାନର ସଭାପତି କ୍ୟାପେଟନ ପ୍ରଭାକର ଶତପଥୀ ସଭାପତିତ୍ୱ କରିଥିଲେ। ଅନୁଷ୍ଠାନ ପକ୍ଷରୁ କେନ୍ଦ୍ର ଫଟିଲାଇଜର ବିଭାଗ ସଚିବ ଆଇଏଏସ୍‌ ଛବିଳେନ୍ଦ୍ର ରାଉଳ, ଭାରତ ସରକାରଙ୍କ ଏଡିସିନାଲ ସେକ୍ରେଟାରୀ ଓ ଫାଇନାନ୍ସ ଏଡଭାଇଜର୍‌ ବିମ୍ବାଧର ପ୍ରଧାନ, ମିନେରାଲ ଏକ୍ସପ୍ଲୋରୋସନ ଲିମିଟେଡ, ନାଗପୁରର ପରିଚାଳନା ନିର୍ଦ୍ଦେଶକ ଡ.ରଞ୍ଜିତ ନାଥ ଏବଂ ନାଲକୋ ନିର୍ଦ୍ଦେଶକ(ଫାଇନାନ୍ସ) ଶ୍ରୀଧର ପାତ୍ରଙ୍କୁ ଶ୍ରୀକ୍ଷେତ୍ର ସମ୍ମାନରେ ସମ୍ମାନିତ କରାଯାଇଥିଲା। ବିିଭିନ୍ନ ରାଜ୍ୟର କଳାନୁଷ୍ଠାନର ମୁଖ୍ୟ ଯଥା ଆନ୍ଧ୍ରପ୍ରଦେଶର ନାଗାବାବୁ, କର୍ଣ୍ଣାଟକର ଲୋ.ଲକ୍ଷ୍ମୀ, ଝାଡ଼ଖଣ୍ଡର ଶଙ୍କର ନାୟକ, ଝିରପା ଭଗତ, ନାଗାଲାଣ୍ଡର ଅଦାମି ଶିବା, ପଞ୍ଜାବର ହରମନ୍‌ ପ୍ରୀତ ସିଂ, ଶ୍ରୀନଗରର ଗୁଲଜାର ଅହମ୍ମଦ, ଛତିଶଗଡ଼ର ଦୀନେଶ ଜାଙ୍ଗଡେ ପ୍ରମୁଖକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିସହିତ ଓଡ଼ିଶା ଓ ଭାରତ ସରକାରଙ୍କ କୃଷି ମନ୍ତ୍ରଣାଳୟ ପକ୍ଷରୁ ଯୋଗଦାନ କରିଥିବା ସମସ୍ତ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।
କାର୍ଯ୍ୟକ୍ରମରେ ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ଶିଳ୍ପପତି ତିରୁପତି ପାଣିଗ୍ରାହୀ, ମୁଖ୍ୟ ସଂଯୋଜକ ବଦ୍ରି ମିଶ୍ର, ଉପାଧ୍ୟକ୍ଷ ଭରତ ନାୟକ, କୋଷାଧ୍ୟକ୍ଷ ନାରାୟଣ ପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଶେଷ ରଜନୀରେ ବିଭିନ୍ନ ରାଜ୍ୟର ଲୋକନୃତ୍ୟ ପରିବେଷଣ ହୋଇଥିଲା। ଅନୁଷ୍ଠାନର ସାଧାରଣ ସମ୍ପାଦକ ରାଜେଶ ମହାନ୍ତି ସ୍ବାଗତ ଭାଷଣ ଓ ଚନ୍ଦ୍ର ବିଜୟ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri