ଜାତୀୟ ଷ୍ଟ୍ରିଟ୍‌ ଫୁଡ୍‌ ଫେଷ୍ଟିଭାଲରେ ବାବୁଲା ଦହିବରା ପୁରସ୍କୃତ

କଟକ ଅଫିସ,୧୮ା୧: ନୂଆଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ୧୧ତମ ଜାତୀୟ ଷ୍ଟ୍ରିଟ୍‌ ଫୁଡ୍‌ ଫେଷ୍ଟିଭାଲ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଟକ ଦେଉଳସାହିର ପ୍ରଦୀପ୍ତ କୁମାର ସାହୁ ଓରଫ ବାବୁଲାଙ୍କ ଦହିବରା ଷ୍ଟଲ୍‌ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ମଧ୍ୟରେ ପ୍ରଥମ ସ୍ଥାନ ହାସଲ କରିଛି। ଏଥିପାଇଁ ଉକ୍ତ ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆୟୋଜକ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ପୁରସ୍କୃତ କରାଯାଇଛି। ଦହିବରା ପାଇଁ ପ୍ରସିଦ୍ଧ କଟକ ସହର ପୁର୍ନବାର ଜାତୀୟ ସ୍ତରରେ ଆଉ ଏକ ନିଆରା ରେକର୍ଡ ସୃଷ୍ଟି କରିଛି।
ଏହି ଫେଷ୍ଟିଭାଲରେ ଦେଶର ସମସ୍ତ ରାଜ୍ୟରୁ ୨୫୦ ଭେରାଇଟିର ଖାଦ୍ୟ ଷ୍ଟଲ ପଡ଼ିଥିଲା, ଯେଉଁଥିରେ ଓଡ଼ିଶାର ରହିଥିଲା ମାତ୍ର ଦୁଇଟି ଷ୍ଟଲ। ବାବୁଲା ଦହିବରା ଷ୍ଟଲ ପକାଇଥିବା ବେଳେ ଆଉ ଏକ ମିଠା ଷ୍ଟଲ ଥିଲା। ବାବୁଲାଙ୍କ ଦହିବରାର ଭିଡ଼ିଓ ୟୁ-ଟ୍ୟୁବରେ ଭାଇରାଲ ହୋଇଥିବାରୁ ଫେଷ୍ଟିଭାଲ ଆୟୋଜକ ଫୋନ୍‌ ଯୋଗେ ତାଙ୍କ ସହ ଯୋଗାଯୋଗ କରିଥିଲେ। ପରେ ନୂଆଦିଲ୍ଲୀରେ ହେବାକୁ ଥିବା ଏହି ପ୍ରତିଯୋଗିତାରେ ଭାଗ ନେବାକୁ କହିଥିଲେ। ଦହିବରା, ଘୁଗୁନି ଓ ଆଳୁଦମ୍‌ ପରଷି ବାବୁଲା ରାଜ୍ୟ ପାଇଁ ଏହି ଗୌରବ ଆଣିଛନ୍ତି। ସେଠାରେ ଖାଦ୍ୟ ତିଆରି କରିବା ଓ ପରଷିବା କ୍ଷେତ୍ରରେ ପରିଷ୍କାର ପ୍ରତି ବିଶେଷ ଧ୍ୟାନ ଦିଆଯାଉଥିଲା। ଏପରିକି ସିସିଟିଭି କ୍ୟାମେରାରେ ସମସ୍ତ କାର୍ଯ୍ୟକୁ ଆୟୋଜକ ନଜର ରଖୁଥିଲେ ବୋଲି ବାବୁଲା କହିଛନ୍ତି। ସୂଚନାଥାଉ କି, ବାବୁଲା ଦୀର୍ଘ ୩୦ବର୍ଷ ହେବ ଦେଉଳସାହିରେ ଦହିବରା ବ୍ୟବସାୟ କରୁଛନ୍ତି। ପ୍ରଥମେ ସାଇକେଲରେ ବୁଲି ବୁଲି ସେ ନିଜର ବ୍ୟବସାୟ ଆରମ୍ଭ କରିଥିଲେ। ହେଲେ ଏବେ ଠେଲାଗାଡ଼ିରେ ଦହିବରା ବିକ୍ରି କରୁଛନ୍ତି। ବ୍ୟବସାୟରେ ସ୍ତ୍ରୀ ମଲ୍ଲିକାରାଣୀ ସାହୁ, ପୁଅ ଚିନ୍ମୟ ସାହୁ ଓ ଝିଅ ବିଜୟଲକ୍ଷ୍ମୀ ସାହୁ ସହଯୋଗ କରନ୍ତି ବୋଲି ବାବୁଲା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri