Posted inଖେଳ

ଜାତୀୟ ସବ୍‌ଜୁନିୟର ଟେନିସ କ୍ରିକେଟ: ଓଡ଼ିଶା ଚାମ୍ପିୟନ

ଭୁବନେଶ୍ୱର, ୧୫।୧୦(କ୍ରୀଡ଼ା ପ୍ରତିନିଧି)-
ଜାତୀୟ ସବ୍‌ଜୁନିୟର ଟେନିସ କ୍ରିକେଟର ୪ର୍ଥ ସଂସ୍କରଣ ସୋମବାର ଉଜ୍ଜୟିନୀରେ ଉଦ୍‌ଯାପିତ ହୋଇଛି। ଏହାର ଫାଇନାଲରେ ଝାଡ଼ଖଣ୍ଡକୁ ୬୬ ରନରେ ହରାଇ ଓଡ଼ିଶା ପ୍ରଥମଥର ପାଇଁ ଚାମ୍ପିୟନ ହୋଇଛି। ଟସ୍‌ ଜିତିଥିବା ଓଡ଼ିଶା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭରରେ ୩ ଉଇକେଟ ହରାଇ ୧୨୮ ରନ କରିଥିଲା। ଜବାବରେ ଝାଡ଼ଖଣ୍ଡ ପୂରା ଓଭର ଖେଳିଥିଲେ ହେଁ ୬ ଉଇକେଟ ହରାଇ ୬୨ ରନ କରିବାକୁ ସକ୍ଷମ ହୋଇଥିଲା। ଓଡ଼ିଶାର ସୌନୁପ ସୁନା ଅଲରାଉଣ୍ଡ(୩୪ ରନ ଏବଂ ୨ ଉଇକେଟ) ପ୍ରଦର୍ଶନ କରି ପ୍ଲେୟର ଅଫ୍‌ ଦି ଫାଇନାଲ ବିବେଚିତ ହୋଇଥିଲେ। କେବଳ ସେତିକି ନୁହେଁ ସେ ମୋଟ ୨୧୪ ରନ ଏବଂ ୬ ଉଇକେଟ ନେଇ ଟୁର୍ନାମେଣ୍ଟର ଶ୍ରେଷ୍ଠ ଖେଳାଳି ଏବଂ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ପୁରସ୍କାର ପାଇଥିଲେ। ଓଡ଼ିଶାର ମହମ୍ମଦ ଇରସାଦ ମୋଟ ୧୪ ଉଇକେଟ ନେଇ ଶ୍ରେଷ୍ଠ ବୋଲର ବିବେଚିତ ହୋଇଥିଲେ। ଲିଗ୍‌ ପର୍ଯ୍ୟାୟରେ ଆନ୍ଧ୍ର ପ୍ରଦେଶ, ଡାମନ ଡିୟୁ, ହରିୟାଣା ଏବଂ ଗୁଜରାଟକୁ ହରାଇଥିବା ଓଡ଼ିଶା ସେମିଫାଇନାଲରେ ଦିଲ୍ଲୀକୁ ୯ ଉଇକେଟରେ ହରାଇ ଦେଇଥିଲା। ପ୍ରଥମଥର ପାଇଁ ଚାମ୍ପିୟନ ହୋଇଥିବାରୁ ଓଡ଼ିଶା ଦଳକୁ ରାଜ୍ୟ ଟେନିସ କ୍ରିକେଟ ଆସୋସିଏଶନ ସମ୍ପାଦକ ରିଣ୍ଟୁ ମିତ୍ର, ସହସମ୍ପାଦକ ସୋଭେନ ମହାରଣା, ଉପସଭାପତି ଦୀପକ ହଂସ, ମହମ୍ମଦ ଆଜାମ, ରାଜେନ୍ଦ୍ର ମହାରଣା, ଉପଦେଷ୍ଟା ଅଖିଲେଶ ତିଓ୍ବାରୀ, କୋଷାଧ୍ୟକ୍ଷ ରାଗୀଣୀ ମିତ୍ର, ସଦସ୍ୟ ସୁଧାକର ମୁଦୁଲି, ବଦ୍ରିନାରାୟଣ ପାତ୍ର ପ୍ରମୁଖ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri