Posted inଖେଳ

ଜାତୀୟ ସବ୍‌ଜୁନିୟର ବ୍ୟାଡ୍‌ମିଣ୍ଟନ ଉଦ୍‌ଘାଟିତ

ଭୁବନେଶ୍ୱର, ୧୮।୧୨(କ୍ରୀଡ଼ା ପ୍ରତିନିଧି)-ଜାତୀୟ ସବ୍‌ଜୁନିୟର ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ୩୩ତମ ସଂସ୍କରଣ ମଙ୍ଗଳବାର ଇଷ୍ଟକୋଷ୍ଟ ରେଲଓ୍ବେ ଇନ୍‌ଡୋର ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଛି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଛନ୍ତି। ବ୍ୟାଡ୍‌ମିଣ୍ଟନ ଆସସୋସିଏଶନ ଅଫ୍‌ ଇଣ୍ଡିଆ(ବିଆଇଏ)ର ଉପାଧ୍ୟକ୍ଷ ଓ.ଡି. ଶର୍ମା, ଓଡ଼ିଶା ରାଜ୍ୟ ବ୍ୟାଡ୍‌ମିଣ୍ଟନ ଆସୋସିଏଶନର ସଭାପତି ରୋହିତ ପୁଜାରୀ, ଟୁର୍ନାମେଣ୍ଟ କନ୍‌ଭେନର ରାଜେଶ ପାଟିଲ, ଓଡ଼ିଶାର ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡା ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ। ସମ୍ପ୍ରତି ଗୋପୀଚାନ୍ଦ ଏକାଡେମୀରେ ପ୍ରଶିକ୍ଷଣ ନେଉଥିବା ଋତୁପର୍ଣ୍ଣା ନିଜର ଅଭିଜ୍ଞତା ବାଣ୍ଟିବା ସହ ଯୁବ ପୀଢ଼ିର ବ୍ୟାଡ୍‌ମିଣ୍ଟନ ପ୍ରତିଭାଙ୍କୁ ଉତ୍ସାହିତ କରିଥିଲେ।
ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ସହଯୋଗରେ ହେଉଥିବା ୬ ଦିନ ବିଶିଷ୍ଟ ଏହି ପ୍ରତିଯୋଗିତାରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ପାଖାପାଖି ୫୦୦ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ପ୍ରତିଯୋଗିତା ଉଭୟ ରେଲଓ୍ବେ ଇନ୍‌ଡୋର ଷ୍ଟାଡିୟମ ଏବଂ ସହିଦ ନଗରସ୍ଥିତ ଇନ୍‌ଡୋର ହଲ୍‌ରେ ଚାଲିଛି। ପ୍ରଥମ ଦିବସରେ ୧୫ ଓ ୧୭ ବର୍ଷରୁ କମ୍‌ ଡବଲ୍ସ ବିଭାଗରେ ମ୍ୟାଚମାନ ଆୟୋଜିତ ହୋଇଥିଲା। ପରେ ଉଭୟ ବାଳିକା ଓ ବାଳକ ବର୍ଗରେ ସିଙ୍ଗଲ୍ସ ଇଭେଣ୍ଟ ଖେଳାଯାଇଥିଲା। ପ୍ରଥମଥରପାଇଁ ଭୁବନେଶ୍ୱରରେ ଏକ ଜାତୀୟ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଆୟୋଜନ ହେଉଥିବାରୁ ଦର୍ଶକଙ୍କ ମହଲରେ ମଧ୍ୟ ଉତ୍ସାହ ପରିଲକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri