Posted inଖେଳ

ଜାତୀୟ ସବ୍‌-ଜୁନିୟର ବ୍ୟାଡମିଣ୍ଟନ: କ୍ୱାର୍ଟରେ ଆୟୁଷ, ସେମିରେ ତାରା

ଭୁବନେଶ୍ୱର,୨୧।୧୨ (ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ଇଷ୍ଟକୋଷ୍ଟ ରେଲଓ୍ବେ ଇନଡୋର ଷ୍ଟାଡିୟମରେ ଚାଲିଥିବା ୩୩ତମ ଜାତୀୟ ସବ- ଜୁନିୟର ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ ଏସିଆ ଜୁନିୟର ୧୫ ବର୍ଷରୁ କମ୍‌ ବାଳିକା ରନର୍ସଅପ୍‌ ତାରା ଶାହା ପ୍ରଥମ ଖେଳାଳିଭାବେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଟପ୍‌ ସିଡ ମାନ୍ୟତା ପାଇଥିବା ପୁଣେର ତାରା ୧୫ ବର୍ଷରୁ କମ୍‌ ପ୍ରଥମ ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ହାରିୟାଣାର ଉନାତି ହୁଦାଙ୍କୁ ୨୧-୧୬, ୨୧-୧୮ରେ ହରାଇ ସେମିକୁ ଉଠିଛନ୍ତି। ଅନ୍ୟଏକ କ୍ୱାର୍ଟର ଫାଇନାଲରେ ଅଷ୍ଟମ ସିଡ ହରିୟାଣାର ଦେବିକା ସିହାଗ ଚତୁର୍ଥ ସିଡ୍‌ ଖେଳାଳି ରାଧିକା ଶର୍ମାଙ୍କୁ ସିଧାସଳଖ ଗେମ୍‌ରେ ହରାଇ ସେମିରେ ପ୍ରବେଶ କରିଛନ୍ତି। ଅନ୍ୟପଟେ ବାଳକ ଡବଲ୍ସ ଇଭେଣ୍ଟରେ ଓଡ଼ିଶାର ଆୟୁଷ ପଟ୍ଟନାୟକ ଓ କର୍ନାଟକର ସୁହାସ୍‌ ୨୧-୧୯,୨୧-୧୬ରେ ଓଡ଼ିଶାର ଅୟୁଷ ଦାଶ ଓ ପାର୍ଥସାରଥି ମିଶ୍ରଙ୍କୁ ହରାଇ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିନ୍ତି।
ଅପରପକ୍ଷରେ ୧୭ ବର୍ଷରୁ କମ ସିଙ୍ଗଲ୍ସ ଇଭେଣ୍ଟରେ ଟପ୍‌ ସିଡ ତେଲଙ୍ଗାନାର ପ୍ରଣବ ରାଓ ଗନ୍ଧାମ, ତୃତୀୟ ସିଡ ହରିୟାଣାର ଜୟନ ରାଣା ଓ ଚତୁର୍ଥ ସିଡ ଉତ୍ତରପ୍ରଦେଶର ଆୟୁଷ ରାଜ ଗୁପ୍ତା ସେମାନଙ୍କ ମ୍ୟାଚ୍‌ ଜିତି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରଥମ ଦିବସରେ ଡବଲ୍ସ ଓ ମିକ୍ସଡ ଡବଲ୍ସ ମ୍ୟାଚ୍‌ଗୁଡିକ ମଧ୍ୟ ଖେଳାଯାଇଥିଲା ଓ କୋତୋଟି ବିପର୍ଯ୍ୟୟ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri