Posted inଖେଳ

ଜାତୀୟ ସବ୍‌ ଜୁନିୟର ବ୍ୟାଡମିଣ୍ଟନ: ଶ୍ୱେତପର୍ଣ୍ଣା ମିକ୍ସଡ ଡବଲ୍ସ ଚାମ୍ପିୟନ

ଭୁବନେଶ୍ୱର,୨୩।୧୨(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ଇଷ୍ଟକୋଷ୍ଟ ରେଲଓ୍ବେ ଇନ୍‌ଡୋର ଷ୍ଟାଡିୟମରେ ୟୋନେକ୍ସ- ସନରାଇଜ୍‌ ୩୩ତମ ଜାତୀୟ ସବ୍‌ ଜୁନିୟର ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହୋଇଛି। ଏହି ପ୍ରତିଯୋଗିତାରେ ତାମିଲନାଡୁ, ରାଜସ୍ଥାନ, ହରିୟାଣା ଭିନ୍ନ ଭିନ୍ନ ବର୍ଗରେ ଏକାଧିକ ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ ଶ୍ୱେତପର୍ଣ୍ଣା ପଣ୍ଡା ୧୫ ବର୍ଷରୁ କମ୍‌ ମିକ୍ସଡ ଡବଲ୍ସ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତି ରାଜ୍ୟ ପାଇଁ ଗୌରବ ଆଣିଦେଇଛନ୍ତି। ମୋଟ ୧୦ଟି ସ୍ବର୍ଣ୍ଣ ପଦକ ମଧ୍ୟରୁ ତାମିଲନାଡୁ, ରାଜସ୍ଥାନ, ହରିୟାଣାର ଖେଳାଳିମାନେ ୬ଟି ସ୍ବର୍ଣ୍ଣ ଜିତିଛନ୍ତି। ତାମିଲନାଡୁ ୧୭ ବର୍ଷରୁ କମ୍‌ ବାଳକ ସିଙ୍ଗଲ୍ସ ଓ ୧୫ ବର୍ଷରୁ କମ୍‌ ବାଳକ ଡବଲ୍ସ ମ୍ୟାଚ୍‌ରେ ଦୁଇଟି ସ୍ବର୍ଣ୍ଣ ପଦକ ଜିତିବା ସହ ଗୋଟିଏ ରୌପ୍ୟ ପଦକ ମଧ୍ୟ ହାସଲ କରିଛି। ସେହିପରି ହରିୟାଣା ୧୫ ବର୍ଷରୁ କମ୍‌ ବାଳିକା ସିଙ୍ଗଲ୍ସ ୧୭ ବର୍ଷରୁ କମ୍‌ ବାଳିକା ଡବଲ୍ସରେ ସ୍ବର୍ଣ୍ଣ ପଦକ ଜିତିଛି। ସେହିପରି ରାଜସ୍ଥାନ ୧୫ ଓ ୧୭ ବର୍ଷରୁ କମ୍‌ ବାଳକ ଡବଲ୍ସ ମ୍ୟାଚ୍‌ରେ ୨ଟି ସ୍ବର୍ଣ୍ଣ ପଦକ ଜିତିଛି।
ଓଡ଼ିଶାର ଶ୍ୱେତପର୍ଣ୍ଣା ପଣ୍ଡା ନିଜ ତେଲଙ୍ଗାନା ପାର୍ଟନର ସାତ୍ତ୍ୱିକ ରେଡ୍ଡୀଙ୍କ ସହ ୧୫ ବର୍ଷରୁ କମ୍‌ ମିକ୍ସଡ ଡବଲ୍ସରେ ଚାମ୍ପିୟନ ହୋଇଛନ୍ତି। ଏହି ଯୋଡି ଫାଇନାଲ ମ୍ୟାଚ୍‌ରେ ପ୍ରତିପକ୍ଷ ଚଣ୍ଡିଗଡ ଓ ହରିୟାଣା ଯୋଡି ସମରବୀର ଓ ରିଜୁଲ ସାଇନିଙ୍କୁ ୨୧-୧୪, ୨୧-୮ରେ ପରାସ୍ତ କରି ଟାଇଟଲ ହାସଲ କରିଛନ୍ତି। ଏଥିସହିତ ଶ୍ୱେତପର୍ଣ୍ଣା କୌଣସି ଜାତୀୟ ସ୍ତରର ପ୍ରତିଯୋଗିତାରେ ପ୍ରଥମ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଅନ୍ୟତମ ଓଡ଼ିଆ ଖେଳାଳି ଆୟୁଷ ପଟ୍ଟନାୟକ ଓ ତାଙ୍କ କର୍ନାଟକ ପାର୍ଟନର ଭି ସୁବାସ ୧୭ ବର୍ଷରୁ କମ୍‌ ବାଳକ ଡବଲ୍ସରେ ରାଜସ୍ଥାନ ଯୋଡି ହିମାଂଶୁ ଖତାନା ଓ ଶୁଭମ୍‌ ପଟେଲଙ୍କଠାରୁ ୨୧-୧୮, ୨୪- ୨୨ରେ ପରାସ୍ତ ହୋଇ ରନର୍ସଅପ୍‌ ହୋଇଛନ୍ତି। ପ୍ରତିଯୋଗିତାର ଉଦ୍‌ଯାପନୀ ସମାରୋହରେ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ଶିଳ୍ପମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର, କ୍ରୀଡ଼ା ଓ ଯୁବସେବା ବିଭାଗ କମିଶନର ତଥା ସଚିବ ବିଶାଲ କେ ଦେବ, ପ୍ରତିଯୋଗିତାର କନ୍‌ଭେନର ରାଜେଶ ପ୍ରଭାକର ପାଟିଲ, ବ୍ୟାଡମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ (ବିଆଇଏ) ସାଧାରଣ ସଚିବ ଅଭୟ କୁମାର ସିଂହାନିଆ, ଓଡ଼ିଶା ଷ୍ଟେଟ ବ୍ୟାଙ୍କ ଆସୋସିଏଶନ (ଓଏସ୍‌ବିଏ) ଅଧ୍ୟକ୍ଷ ରୋହିତ ପୂଜାରୀ ଓ ସଚିବ ନଳୀନ କୁମାର ପ୍ରମୁଖା ଯୋଗଦେଇ ସଫଳ ପ୍ରତିଯୋଗୀମାନଙ୍କୁ ପଦକ, ଟ୍ରଫି ଓ ନଗଦ ପୁରସ୍କାର ରାଜି ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ବୈଭବ ସୂର୍ଯ୍ୟବଂଶୀଙ୍କ ଟ୍ରେନର ସାଜିବେ ଯୁବରାଜ ସିଂହ? ନିଜେ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୪।୭: ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଆରମ୍ଭ ଭଲ ନଥିଲା; ସେ ସଦ୍ୟ ସମାପ୍ତ ଇଂଲଣ୍ଡ ବିପକ୍ଷରେ T20 ସିରିଜରେ ଡେବ୍ୟୁ କରିଥିଲେ କିନ୍ତୁ ପରେ ତାଙ୍କୁ…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri