Posted inଖେଳ

ଜାତୀୟ ସିନିୟର ବ୍ୟାଡ୍‌ମିଣ୍ଟନ ସ୍ଥଗିତ

ନୂଆଦିଲ୍ଲୀ, ୨୫।୩ (ପି.ଟି.)- କରୋନା ଭାଇରସ୍‌ ଆତଙ୍କକୁ ନଜରରେ ରଖି ଜାତୀୟ ସିନିୟର ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ୮୪ତମ ସଂସ୍କରଣକୁ ସ୍ଥଗିତ ରଖାଯାଇଛି। ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ (ବାଇ) ପକ୍ଷରୁ ମଙ୍ଗଳବାର ଏହା ଘୋଷଣା କରାଯାଇଛି। ଏପ୍ରିଲ ୨୭ରୁ ମେ ୩ ପର୍ଯ୍ୟନ୍ତ ଏହା ଲକ୍ଷ୍ନୌରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଥିଲା। ‘କରୋନା ଭାଇରସ୍‌ ଯୋଗୁ ଆମେ ୮୪ତମ ସିନିୟର ବ୍ୟାଡ୍‌ମିଣ୍ଟନ ଓ ୭୫ତମ ଆନ୍ତଃ ରାଜ୍ୟ-ଆନ୍ତଃ ଜୋନ୍‌ ପ୍ରତିଯୋଗିତାକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛୁ। ଲକ୍ଷ୍ନୌରେ ହେବାକୁ ଥିବା ଏହି ଇଭେଣ୍ଟ ପାଇଁ କୌଣସି ଅଗ୍ରିମ ଟିକେଟ୍‌ ବୁକିଂ ନ କରିବାକୁ ଆମେ ସମସ୍ତ ରାଜ୍ୟ ସଂଘର ସମ୍ପାଦକଙ୍କୁ ପରାମର୍ଶ ଦେଉଛୁ’ ବୋଲି ବାଇ ସମ୍ପାଦକ ଅଜୟ ସିଂଘାଣିଆ କହିଛନ୍ତି। ଗତ ବର୍ଷ ଗୁଆହାଟୀରେ ଖେଳାଯାଇଥିବା ସଂସ୍କରଣରେ ସାଇନା ନେହ୍ବାଲ ଓ ସୌରଭ ବର୍ମା ଯଥାକ୍ରମେ ମହିଳା ଓ ପୁରୁଷ ସିଙ୍ଗଲ୍ସ ବର୍ଗରେ ଚାମ୍ପିୟନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri