Posted inଖେଳ

ଜାତୀୟ ସିନିୟର ୫-ଏ-ସାଇଡ୍‌ ମହିଳା ହକି: ଓଡ଼ିଶା କ୍ୱାର୍ଟର ଫାଇନାଲରେ

ଭୁବନେଶ୍ୱର, ୨୫।୯(କ୍ରୀଡ଼ା ପ୍ରତିନିଧି)-କାନପୁରର ଗ୍ରୀନ୍‌ ପାର୍କ ଷ୍ଟାଡିୟମରେ ଚାଲିଥିବା ୪ର୍ଥ ହକି ଇଣ୍ଡିଆ ୫-ଏ-ସାଇଡ୍‌ ମହିଳା ହକି ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ଓଡ଼ିଶା ପ୍ରବେଶ କରିଛି। ମଙ୍ଗଳବାର ଅନୁଷ୍ଠିତ ପୁଲ୍‌ ‘ଏ’ର ଏକ ଲିଗ୍‌ ମ୍ୟାଚରେ ଓଡ଼ିଶା ୨-୧ ଗୋଲରେ ପଞ୍ଜାବକୁ ପରାସ୍ତ କରିଛି। ଲିଗ୍‌ ମ୍ୟାଚ ଶେଷ ହେବା ସହ ପ୍ରତିଯୋଗିତାର କ୍ୱାର୍ଟର ଫାଇନାଲ ଲାଇନ୍‌ଅପ୍‌ ହୋଇଯାଇଛି। କାର୍ଯ୍ୟସୂଚୀ ଅନୁସାରେ ଓଡ଼ିଶା ୩ୟ କ୍ୱାର୍ଟର ଫାଇନାଲରେ ମହାରାଷ୍ଟ୍ରକୁ ଭେଟିବ। ପ୍ରଥମ କ୍ୱାର୍ଟର ଫାଇନାଲରେ ଝାଡ଼ଖଣ୍ଡ-କର୍ନାଟକ, ଦ୍ୱିତୀୟ କ୍ୱାର୍ଟର ଫାଇନାଲରେ ଉତ୍ତର ପ୍ରଦେଶ-ପଞ୍ଜାବ ଏବଂ ଚତୁର୍ଥ କ୍ୱାର୍ଟର ଫାଇନାଲରେ ହରିୟାଣା ଓ ତାମିଲନାଡ଼ୁ ମଧ୍ୟରେ ମୁକାବିଲା ହେବ। କ୍ୱାର୍ଟର ଫାଇନାଲ ମ୍ୟାଚ ଗୁଡ଼ିକ ବୁଧବାର ଅନୁଷ୍ଠିତ ହେବ।
ଓଡ଼ିଶା-ପଞ୍ଜାବ ମ୍ୟାଚ ଆରମ୍ଭରୁ ସଂଘର୍ଷପୂର୍ଣ୍ଣ ହୋଇଥିଲା। ମ୍ୟାଚର ପ୍ରଥମ ମିନିଟରେ ଅଧିନାୟିକା ନଭନୀତ କୌରଙ୍କ ଗୋଲ ବଳରେ ପଞ୍ଜାବ ଅଗ୍ରଣୀ ହାସଲ କରି ଓଡ଼ିଶା ଉପରେ ଚାପ ପ୍ରୟୋଗ କରିଥିଲା। ମାତ୍ର ଓଡ଼ିଶା ଚାପକ ନ ଆସି କାଳବିଳମ୍ବ ନ କରି ପ୍ରତିଆକ୍ରମଣ ରଣନୀତିରେ ସେହି ୧ମ ମିନିଟରେ ହିଁ ଗୋଲଟି ପରିଶୋଧ କରି ମ୍ୟାଚରେ ରୋମାଞ୍ଚ ଭରି ଦେଇଥିଲା। ଆଜମିନା କୁଜୁର ଦଳ ପକ୍ଷରୁ ଏହି ଗୋଲଟି ଦେଇଥିଲେ। ଏହାପରେ ଆକ୍ରମଣାତ୍ମକ ରଣନୀତିରେ ଖେଳି ଉଭୟ ଦଳ ଏକାଧିକ ଗୋଲ ସ୍କୋରିଂ ସୁଯୋଗ ସୃଷ୍ଟି କରିଥିଲେ। ଫଳରେ ମ୍ୟାଚରେ ଉତ୍କଣ୍ଠା ଭରି ରହିଥିଲା। ମ୍ୟାଚର ୨୦ତମ ମିନିଟରେ ଓଡ଼ିଶା ଅଧିନାୟିକା ଅସ୍ମିତା ବାର୍ଲା ଦେଇଥିବା ଗୋଲଟି ଶେଷରେ ନିର୍ଣ୍ଣାୟକ ହୋଇଥିଲା। ପଞ୍ଜାବ ଗୋଲ ପରିଶୋଧ କରିବାକୁ ଶେଷ ପର୍ଯ୍ୟନ୍ତ ଉଦ୍ୟମ କରିଥିଲେ ହେଁ ଓଡ଼ିଶା ରକ୍ଷଣଭାଗ ଖେଳାଳିମାନେ ତାହା ହେବାକୁ ଦେଇ ନ ଥିଲେ। ଝାଡ଼ଖଣ୍ଡ ଓ ତାମିଲନାଡ଼ୁ ମଧ୍ୟରେ ଅନୁଷ୍ଠିତ ଅନ୍ୟ ପୁଲ୍‌ ‘ଏ’ ମ୍ୟାଚଟି ୩-୩ ଗୋଲରେ ଡ୍ର ରହିଥିଲା। ଝାଡ଼ଖଣ୍ଡ ପ୍ରଥମାର୍ଦ୍ଧ ଶେଷସୁଦ୍ଧା ୨-୦ ଗୋଲରେ ଅଗ୍ରଣୀ ରହିଥିଲେ ହେଁ ତାମିଲନାଡ଼ୁ ସଫଳ ପ୍ରତ୍ୟାବର୍ତ୍ତନ କରି ମ୍ୟାଚକୁ ଡ୍ର ରଖିଥିଲା। ପୁଲ୍‌ ‘ବି’ର ଏକ ମ୍ୟାଚରେ ହରିୟାଣା ଚମତ୍କାର ପ୍ରଦର୍ଶନ କରି ୧୨-୨ ଗୋଲରେ ଉତ୍ତର ପ୍ରଦେଶକୁ ପରାସ୍ତ କରିଥିଲା। ବିଜୟୀ ଦଳ ପକ୍ଷରୁ ଅମନଦୀପ କୌର(୯, ୧୩, ୧୫ତମ ମିନିଟ) ଏବଂ ଦୀପିକା (୧୦, ୧୨ ଓ ୧୭ତମ ମିନିଟ) ସର୍ବାଧିକ ୩ଟି ଲେଖାଏ ଗୋଲ ସ୍କୋର କରିଥିଲେ। ଏହି ଗ୍ରୁପର ଅନ୍ୟ ଏକ ମ୍ୟାଚରେ ମହାରାଷ୍ଟ୍ର ୫-୨ ଗୋଲରେ କର୍ନାଟକକୁ ହରାଇ କ୍ୱାର୍ଟର ଫାଇନାଲରେ ସ୍ଥାନ ପକ୍କା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri