ଜାତୀୟ ସ୍ବେଚ୍ଛାକୃତ ରକ୍ତଦାତା ଦିବସ

ନୂଆପଡା ଅଫିସ,୨ା୧୦- ସ୍ଥାନୀୟ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜିଲା ରକ୍ତଭଣ୍ଡାର ପକ୍ଷରୁ ଜାତୀୟ ସ୍ବେଚ୍ଛାକୃତ ରକ୍ତଦାତା ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲା ରକ୍ତଭଣ୍ଡାର ମୁଖ୍ୟ ଡା. ଲଳିତ ମୋହନ ବିଶି ସଭାପତିତ୍ୱ କରିଥିବାବେଳେ ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ଜ୍ୟୋତ୍ସ୍ନାରାଣୀ ପଟ୍ଟନାୟକ, ଡା. ବି. ବି. ଜଗତ, ଡିପିଏମ ବିଶ୍ୱମ୍ବର ବେହେରା, ଜିଲା ଲେପ୍ରୋସି ଅଧିକାରୀ ଡା. ରାଧାରମଣ ବିରତିଆ, ଅତିରକ୍ତ ଏସପି ସୁନୀଲ କୁମାର ଆଚାର୍ଯ୍ୟ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ଏହି ଅବସରରେ ରକ୍ତଦାନର ଉପକାରୀତା ଏବଂ କିପରି ରକ୍ତଦାନକୁ ପ୍ରୋତ୍ସାହିତ କରାଯାଇ ପାରିବ ସେ ଉପରେ ଅତିଥିମାନେ ବୁଝାଇଲେ। ଏହି ଅବସରରେ ରକ୍ତଦାନ ଉପରେ ବିଶେଷ ଭୂମିକା ରଖିଥିବା ସ୍ବେଚ୍ଛାସେବୀ ଓମପ୍ରକାଶ କଲାର, କିଶୋର କୁମାର ପରିଡା, ମନୋଜ କୁମାର ଡାଗା, ଶିକ୍ଷକ କୈଳାସ କୁମାର ନାଏକଙ୍କୁ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଭାଗ କର୍ମଚାରୀ, ସ୍ଥାନୀୟ ବଟକୃଷ୍ଣ କଲେଜ ଅଫ ଫାର୍ମାସୀର ଛାତ୍ରୀଛାତ୍ରମାନେ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ଏଡିପିଏଚସିଓ ରୁକ୍ମଣୀ ବେହେରା, ଶରତ କୁମାର ବେଜୋ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି  ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri