ଜାନୁୟାରୀ ୨୬ରୁ ଆଦିବାସୀ ମେଳା

ଭୁବନେଶ୍ୱର,୪ା୧(ବ୍ୟୁରୋ): ଆଦିବାସୀ ମେଳା-୨୦୨୦ ଆସନ୍ତା ଜାନୁୟାରୀ ୨୬ରୁ ଫେବୃୟାରୀ ୯ ପର୍ଯ୍ୟନ୍ତ ୟୁନିଟ-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଅନୁଷ୍ଠିତ ହେବ। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି ମେଳା ନିମନ୍ତେ ଏ.ଟି.ଏଲ୍‌.ସି ଚଳିତବର୍ଷ ନୋଡାଲ୍‌ ଏଜେନ୍ସି ଭାବେ କାର୍ଯ୍ୟ କରିବ। ସେହିଭଳି ମେଳାରେ ଏଥର ମୋଟ ୮ ବିଭାଗ ରହିବ। ପ୍ରବଳ ଜନଗହଳିକୁ ଦୃଷ୍ଟିରେ ରଖି ଟ୍ରାଫିକ ବ୍ୟବସ୍ଥାର ସୁପରିଚାଳନା, ସୁବ୍ୟବସ୍ଥିତ ଯାନବାହନ ଚଳାଚଳ ଉପରେ ଗୁରୁତ୍ୱ ଦିଆଯିବ। ଏହାସହ ମେଳା ପରିସରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା, ମେଳାକୁ ପ୍ଲାଷ୍ଟିକ୍‌ମୁକ୍ତ କରିବା ଓ ଶାନ୍ତିଶୃଙ୍ଖଳା ରକ୍ଷା ଉପରେ ମଧ୍ୟ ବିଭାଗ ଗୁରୁତ୍ୱ ଦେବ।
ଚଳିତବର୍ଷ ଆଦିବାସୀ ମେଳାକୁ ଅଧିକ ବ୍ୟାପକ ଓ ସୁବ୍ୟବସ୍ଥିତ କରିବା ନିମନ୍ତେ ଶୁକ୍ରବାର ଆଦିବାସୀ ପ୍ରଦର୍ଶନୀ ପଡ଼ିଆସ୍ଥିତ ଓଟିଡିସି ସମ୍ମିଳନୀ କକ୍ଷରେ ଆଦିବାସୀ ମେଳା-୨୦୨୦ ଆୟୋଜନ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ରଞ୍ଜନା ଚୋପ୍ରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ। ମେଳା ସହିତ ସମ୍ପୃକ୍ତ ସମସ୍ତ ବିଭାଗର ସମନ୍ବୟରେ ମେଳାକୁ ସୁଚାରୁ ରୂପେ ଆୟୋଜନ କରିବା ଉପରେ ଚୋପ୍ରା ଗୁରୁତ୍ୱାରୋପ କରିଥିଲେ। ଏସ୍‌ସିଏସ୍‌ଟିଆର୍‌ଟିଆଇ ନିର୍ଦ୍ଦେଶକ ପ୍ରଫେସର ଡ. ଅଖିଳ ବିହାରୀ ଓତା ପ୍ରସ୍ତୁତି ଓ କାର୍ଯ୍ୟଧାରା ଉପରେ ଆଲୋକପାତ କରିଥିଲେ। ଫାୟାର ସର୍ଭିସ୍‌ କମିଶନର ଅଫ୍‌ ପୋଲିସ, ବିଏମ୍‌ସି, ଖୋର୍ଦ୍ଧା ଜିଲାପାଳଙ୍କ ସହ କୃଷି, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଦ୍ୟାନକୃଷି, ପର୍ଯ୍ୟଟନ, ମୃତ୍ତିକା ସଂରକ୍ଷଣ, ହସ୍ତଶିଳ୍ପ, କୁଟୀରଶିଳ୍ପ, ଶିଳ୍ପ, ସୂଚନା ଓ ଲୋକସମ୍ପର୍କ ଆଦି ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ବିଭାଗୀୟ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ। ୨୬ ତାରିଖ ସନ୍ଧ୍ୟାରେ ମେଳା ଉଦ୍‌ଘାଟିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପାଇନ ଜଙ୍ଗଲରେ ନିଆଁ: ନିଦରେ ଶୋଇଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୪ (ଅରୁଣ ସାହୁ):ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଗୁଳଗୁଳି ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିବାରୁ…

ଆଜି ଆମେରିକା-ଇରାନ ମଧ୍ୟରେ ହେବ ବଡ଼ ଡିଲ୍‌! ଟ୍ରମ୍ପଙ୍କ ଦାବି ପରେ ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୦।୪: ମଧ୍ୟପ୍ରାଚ୍ୟରେ ଅରାଜକତା ମଧ୍ୟରେ, ଆଶ୍ୱସ୍ତିର ଖବର ସାମ୍ନାକୁ ଆସୁଛି। ଇରାନ ଏହାକୁ ଅସ୍ବୀକାର କରିଚାଲିଥିବା ବେଳେ, ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଆମେରିକାର ରାଷ୍ଟ୍ରପତି…

ସୁସଜ୍ଜିତ ଡଙ୍ଗାରେ ନୌକା ବିହାର କଲେ ମଦନ ମୋହନ, ଉଠୁଛି ପଡୁଛି ସହର

ଗଞ୍ଜାମ,୨୦।୪(ବିଦ୍ୟାଧର ସାହୁ ): ଦୀର୍ଘ ୨୧ ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର । ସୋମବାର ଅକ୍ଷୟ ତୃତୀୟାରୁ…

ସିଜିମାଳିରେ କର୍ପୋରେଟ ପାଇଁ ସରକାରୀ ଦମନଲୀଳା: ଆଦିବାସୀଙ୍କ ଜଳ-ଜଙ୍ଗଲ ଜମି ହକ ପାଇଁ ଏକଜୁଟ ହେଲେ ଏମ୍‌ପି

ଥୁଆମୂଳ ରାମପୁର, ୨୦।୪ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଳି ପାହାଡ଼ ଏବେ ଅଶାନ୍ତ ହୋଇପଡ଼ିଛି। ବେଦାନ୍ତ କମ୍ପାନୀ ପାଇଁ…

ଯାହାକୁ ଭଲ ପାଇ ବାହା ହୋଇଥିଲେ ସେ ଜୀବନ ନେଇଗଲେ, ନବବଧୂଙ୍କୁ ହତ୍ୟା ପରେ ଖଟରେ ଶୁଆଇ ଦେଇ…

ଥୁଆମୂଳ ରାମପୁର, ୨୦ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଦୋବେଡ଼ା ଗ୍ରାମରେ ଘଟିଥିବା ନବବଧୂ ବନିତା ନାଏକ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ…

ଭିବିଜି – ରାମ ଜି ଯୋଜନାରେ ଜାଲିଆତି ଅଭିଯୋଗ: କାରଣ ଦର୍ଶାଅ ନୋଟିସର ଜବାବ ରଖିଲେ ବିଡିଓ, କହିଲେ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକରେ ସରକାରୀ ଯୋଜନାରେ ଜାଲିଆତି କରାଯାଇଥିବା ଅଭିଯୋଗ ହୋଇଛି। ଭିବିଜି – ରାମ ଜି ଯୋଜନାରେ ବ୍ୟାପକ…

ବିବାହର ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ଗର୍ଭବତୀ କଲେ ୬୫ ବର୍ଷୀୟ ବୃଦ୍ଧ, ଥାନାରେ ପହଞ୍ଚି ସବୁ ସତ ବଖାଣିଲେ…

ମୋହନା,୨୦।୪( ମନ୍ମଥ ମିଶ୍ର ) : ବିବାହର ପ୍ରତିଶ୍ରୁତି ଦେଇ ମହିଳାଙ୍କୁ କଲେ ଗର୍ଭବତୀ ୬୫ ବର୍ଷୀୟ ବୃଦ୍ଧ । ଏଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି…

ହଷ୍ଟେଲ ରୁମ୍‌ ଭିତରୁ ମିଳିଲା ଯୁକ୍ତ ୨ ଛାତ୍ରଙ୍କ ଝୁଲନ୍ତା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଫୁଲବାଣୀ,୨୦।୪(ରାକେଶ କୁମାର ରାଉତ): ଫୁଲବାଣୀ ନବୋଦୟ ବିଦ୍ୟାଳୟର ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ହଷ୍ଟେଲ ରୁମ୍‌ ଭିତରୁ ଉଦ୍ଧାର କରାଯାଇଛି। ମୃତକ ଜଣକ ଗୋଛାପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri