ଜାପାନରେ ଫସିଥିବା ବ୍ରହ୍ମପୁରର ଯୁବ ଇଞ୍ଜିନିୟର ଭାରତ ଫେରିଲେ: ପରିବାରରେ ଆନନ୍ଦର ଲହରି

ବ୍ରହ୍ମପୁର ଅଫିସ,୨୭।୨: ଦୀର୍ଘ ୨୪ ଦିନ ଧରି ନାନା ଆଶଙ୍କା ଓ ଅନିଶ୍ଚିତତା ମଧ୍ୟରେ ଜାପାନ ଜଳ ଜାହାଜରେ କରୋନା ଭାଇରସ୍‌ ପାଇଁ ଅଟକି ରହିଥିବା ବ୍ରହ୍ମପୁରର ଯୁବ ଇଞ୍ଜିନିୟର ଶିବାଶିଷ ନାୟକ ଗୁରୁବାର ଭୋର ୫ଟାରେ ଭାରତୀୟ ବିମାନରେ ଭାରତୀୟ ଦୂତାବାସ ସହଯୋଗରେ ଭାରତ ଫେରିଛନ୍ତି। ପୁଅ ଶିବାଶିଷ ଭାରତ ଫେରିଥିବା ଖବର ପାଇ ତାଙ୍କ ବାପା ଲିଙ୍ଗରାଜ ନାୟକ, ମା’ ଝୁନୁ ନାୟକ ଓ ଆତ୍ମୀୟସ୍ବଜନ ଖୁସିରେ ଆତ୍ମବିଭୋର ହୋଇପଡ଼ିଛନ୍ତି। ପୁଅ ସହିତ ସକାଳେ ଲିଙ୍ଗରାଜ କଥା ହେବା ପରେ ପରିବାର ଲୋକଙ୍କ ସହ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ଭଗବାନ ଏବଂ ବ୍ରହ୍ମପୁରର ସମସ୍ତ ଖବରଦାତାଙ୍କୁ ପରିବାରବର୍ଗ ଅଶେଷ କୃତଜ୍ଞତା ଜଣାଇଛନ୍ତି । ବୁଧବାର ଶିବାଶିଷ ଓ ତାଙ୍କ ୫ ସହକର୍ମୀଙ୍କ ସମେତ ୧୧୯ ଜଣ ଭାରତୀୟ ଓ ୫ ଜଣ ବିଦେଶୀ ନାଗରିକଙ୍କୁ ଟୋକିଓ ପ୍ରଶାସନ ଏକ ବସ୍‌ରେ ହାନୀଡା ବିମାନ ବନ୍ଦର ପର୍ଯ୍ୟନ୍ତ ଆଣିଥିଲା। ସେଠାରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଏକ ଭାରତୀୟ ଚାଟାର୍ଡ ସ୍ବତନ୍ତ୍ର ବିମାନ ବୁଧବାର ସାରେ ସେଠାରୁ ଉଡ଼ାଣ ଆରମ୍ଭ କରିଥିଲା। ଗୁରୁବାର ସେମାନଙ୍କୁ ଭାରତ ଫେରାଇ ଅଣାଯାଇଛ। ଦିଲ୍ଲୀରେ ପହଞ୍ଚିବା ପରେ ସେମାନଙ୍କୁ ଏକ ବସ୍‌ରେ ସ୍ଥାନୀୟ ସାମରିକ ବେସ୍‌କୁ ନିଆଯାଇଥିଲା । ସେଠାରେ ସେମାନଙ୍କୁ ୧୪ଦିନ ନିରୀକ୍ଷଣରେ ରଖାଯିବ। ପରେ ସେମାନଙ୍କ କରୋନା ଭାଇରସ ନେଗେଟିଭ୍‌ ଆସିଲେ ସେମାନଙ୍କୁ ନିଜ ନିଜ ଘରକୁ ଛଡ଼ାଯିବ ବୋଲି ଭାରତ ଫେରିଥିବା ଇଞ୍ଜିନିୟର ଶିବାଶିଷ ଧରିତ୍ରୀକୁ ଏକ ସାକ୍ଷାତକାରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

ମା’ ପାଇଁ ଗଛଟିଏ: ଚାରାରୋପଣ ପାଇଁ ଆଗ୍ରହ ଦେଖାଦେଉଛନ୍ତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୭୭ତମ ବନ ମହୋତ୍ସବ ତଥା ମା’ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri