ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଟିକାକରଣ ଅଭିଯାନ: ଟିକାନେବେ ୩ ଲକ୍ଷ ୮୧୮ ଶିଶୁ

ଅନୁଗୋଳ ଅଫିସ, ୧୫।୧୧-ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଭଳି ମାରାତ୍ମକ ରୋଗର ଟିକାକରଣ ଅଭିଯାନ ଶୁକ୍ରବାରଠାରୁ ଅନୁଗୋଳ ଜିଲାରେ ଆରମ୍ଭ ହେଉଛି। ଏହି ଅଭିଯାନ ୩ ସପ୍ତାହ ଧରି ଚାଲିବ। ଦୁଇଟି ପର୍ଯ୍ୟାୟରେ ଜିଲାର ୩ ଲକ୍ଷ ୮୧୮ ଜଣ ଶିଶୁଙ୍କୁ ଟିକା ପ୍ରଦାନ କରାଯିବାର ଲକ୍ଷ୍ୟ ରଖାଯାଇଛି। ଏ ନେଇ ପୂର୍ବାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟର ଜାତୀୟ ସ୍ବାସ୍ଥ୍ୟ ମିଶନ ସଭାଗୃହଠାରେ ଏକ କର୍ମଶାଳା ଓ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଅମରେନ୍ଦ୍ରନାଥ ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଏହି ଅଭିଯାନକୁ ଜିଲାପାଳ ମନୋଜ କୁମାର ମହାନ୍ତି ଅନୁଗୋଳ ଉଚ୍ଚ ବିଦ୍ୟାଳୟଠାରେ ଶୁଭାରମ୍ଭ କରିବେ। ୧ରୁ ୧୫ ବର୍ଷ ବୟସର ସମସ୍ତ ପିଲା ଏହି ଟିକା ନେବେ। କୌଣସି ଜଣେ ହେଲେ ପିଲା ଯେପରି ଏଥିରୁ ବାଦ ନ ପଡ଼ନ୍ତି ସେଥିପାଇଁ ସମସ୍ତ ବିଭାଗୀୟ କର୍ମକର୍ତ୍ତା ଯନତ୍ବାନ ହେବାକୁ ପରାମର୍ଶ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ…

ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର…

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ…

ମେ’ ୪ରୁ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ଯାତ୍ରା: ଅନୁମତି ପାଇଁ କମିଟି ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୨୦ା୩(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଯାତ୍ରା କମିଟି ପକ୍ଷରୁ…

ଆଶଙ୍କାରେ ପେନ୍‌ସନ୍‌ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ…

ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଲେ ମା’ କନକ ଦୁର୍ଗା

ଦେବଗଡ,୨୦।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ଦ୍ୱିତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶୁକ୍ରବାର ମା’ କନକ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri