Posted inଖେଳ

ଜାପାନ ଓପନ୍‌: ସାଇ ପ୍ରଣୀଥ୍‌ଙ୍କ ବିଜୟ ଅଭିଯାନ

ଟୋକିଓ, ୨୩।୭ (ପି.ଟି.)- ଭାରତୀୟ ଶଟ୍‌ଲର ବି. ସାଇ ପ୍ରଣୀଥ୍‌ ଏଠାରେ ଚାଲିଥିବା ଜାପାନ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ବିଜୟରୁ ଅଭିଯାନ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ପୁରୁଷ ସିଙ୍ଗଲ୍ସର ଏକ ମୁକାବିଲାରେ ସାଇ ପ୍ରଣୀଥ୍‌ ୨୧-୧୭, ୨୧-୧୩ ସିଧାସଳଖ ଗେମ୍‌ରେ ଘରୋଇ ପ୍ରତିଯୋଗୀ କେଣ୍ଟୋ ନିଶିମୋଟୋଙ୍କୁ ପରାସ୍ତ କରିଛନ୍ତି। ଅନ୍‌ସିଡ୍‌ ପ୍ରଣୀଥ୍‌ ଏହି ମ୍ୟାଚ୍‌ ଜିତିବାକୁ ୪୨ ମିନିଟ୍‌ ସମୟ ନେଇଥିଲେ। ଦ୍ୱିତୀୟ ରାଉଣ୍ଡରେ ତାଙ୍କର ମୁକାବିଲା ଅନ୍ୟତମ ଜାପାନ ଶଟ୍‌ଲର କାଣ୍ଟା ସୁନେୟାମାଙ୍କ ସହ ହେବ। ସେହିଭଳି ମିକ୍ସଡ୍‌ ଡବଲ୍ସରେ ସାତ୍ୱିକସାଇରାଜ ରାନ୍‌କିରେଡ୍ଡୀ ଓ ଅଶ୍ୱିନୀ ପୋନାପ୍ପା ଯୋଡ଼ି ମଧ୍ୟ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ପ୍ରଥମ ରାଉଣ୍ଡର ଏକ ମୁକାବିଲାରେ ଏହି ଭାରତୀୟ ଯୋଡ଼ି ୨୧-୧୪, ୨୧-୧୯ ଗେମ୍‌ରେ ଜର୍ମାନୀ ଯୋଡ଼ିଦାର ମାର୍ଭିନ ସିଡେଲ ଓ ଲିଣ୍ଡା ଏଫ୍‌ଲରଙ୍କୁ ହରାଇଛନ୍ତି। ତେବେ ପୁରୁଷ ଡବଲ୍ସରେ ମନୁ ଅତ୍ରି ଓ ସୁମିଥ୍‌ ରେଡ୍ଡୀଙ୍କୁ ନିରାଶ ହେବାକୁ ପଡ଼ିଛି। ଉଭୟ ୧୨-୨୧, ୧୬-୨୧ରେ ମାଲେସିଆର ଘୋ ଜେ ଫେଇ ଓ ନୁର୍‌ ଇଜୁଦ୍ଦିନଙ୍କ ନିକଟରୁ ହାରିଯାଇଛନ୍ତି। ବୁଧବାର ଅଲିମ୍ପିକ୍ସ ରୌପ୍ୟ ପଦକ ବିଜୟିନୀ ପି.ଭି. ସିନ୍ଧୁ ଓ କିଡାମ୍ବୀ ଶ୍ରୀକାନ୍ତଙ୍କ ପରି ପ୍ରମୁଖ ଭାରତୀୟ ଖେଳାଳି କୋଟ୍‌କୁ ଓହ୍ଲାଇବେ। ୫ମ ସିଡ୍‌ ମାନ୍ୟତା ସିନ୍ଧୁ ଚାଇନାର ୟୁ ହାନ୍‌ଙ୍କୁ ଏବଂ ଶ୍ରୀକାନ୍ତ ସାଥୀ ଭାରତୀୟ ଖେଳାଳି ଏଚ୍‌.ଏସ୍‌. ପ୍ରଣୟଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?