Posted inଖେଳ

ଜାପାନ ଓପନ୍‌: ସିନ୍ଧୁ, ସାଇ ପ୍ରଣୀଥ୍‌ କ୍ୱାର୍ଟରରେ

ଟୋକିଓ, ୨୫।୭ (ପି.ଟି.)- ଅଲିମ୍ପିକ୍ସ ରୌପ୍ୟ ପଦକ ବିଜୟିନୀ ଷ୍ଟାର୍‌ ଭାରତୀୟ ମହିଳା ଶଟ୍‌ଲର ପି.ଭି. ସିନ୍ଧୁ ଓ ବି. ସାଇ ପ୍ରଣୀଥ୍‌ ଏଠାରେ ଚାଲିଥିବା ଜାପାନ୍‌ ଓପନ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ସ୍ଥାନ ସୁରକ୍ଷିତ କରିନେଇଛନ୍ତି। କିନ୍ତୁ ଅନ୍ୟତମ ଭାରତୀୟ ପ୍ରତିଯୋଗୀ ଏଚ୍‌.ଏସ୍‌. ପ୍ରଣୟଙ୍କୁ ନିରାଶ ହେବାକୁ ପଡ଼ିଛି। ମହିଳା ସିଙ୍ଗଲ୍ସ ୨ୟ ରାଉଣ୍ଡର ଏକ ମୁକାବିଲାରେ ୫ମ ସିଡ୍‌ ସିନ୍ଧୁ ୧୧-୨୧, ୨୧-୧୦, ୨୧-୧୩ ଗେମ୍‌ରେ ଜାପାନର ଅୟା ଓହରିଙ୍କୁ ପରାସ୍ତ କରିଛନ୍ତି। ଏହି ମ୍ୟାଚ୍‌ ଜିତିବାକୁ ସିନ୍ଧୁଙ୍କୁ ଏକ ଘଣ୍ଟା ପାଖାପାଖି ସମୟ ଲାଗିଥିଲା। ଏଥିସହ ଓହରିଙ୍କ ବିପକ୍ଷରେ ସିନ୍ଧୁ ବିଜୟ ବ୍ୟବଧାନକୁ ୮-୦କୁ ବଢ଼ାଇଛନ୍ତି। ଚାଇନାର ଚେନ୍‌ ଜିଆଓ ଜିନ୍‌ ଓ ୪ର୍ଥ ସିଡ୍‌ ଜାପାନର ଏକାନେ ୟାମାଗୁଚିଙ୍କ ମଧ୍ୟରେ ହେବାକୁ ଥିବା ମ୍ୟାଚ୍‌ରେ ଯିଏ ଜିତିବ ସିଏ ଅନ୍ତିମ-୮ ରାଉଣ୍ଡରେ ସିନ୍ଧୁଙ୍କ ସହ ମୁକାବିଲା କରିବେ। ଅପରପକ୍ଷରେ ପୁରୁଷ ସିଙ୍ଗଲ୍ସ ମୁକାବିଲାରେ ପ୍ରଣୀଥ୍‌ ୨୧-୧୩, ୨୧-୧୬ ସିଧାସଳଖ ଗେମ୍‌ରେ ଘରୋଇ ପ୍ରତିଯୋଗୀ କାଣ୍ଟା ସୁନେୟାମାଙ୍କୁ ପରାସ୍ତ କରିଛନ୍ତି। ମ୍ୟାଚ୍‌ ଜିତିବାକୁ ପ୍ରଣୀଥ୍‌ଙ୍କୁ ମାତ୍ର ୪୫ ମିନିଟ୍‌ ସମୟ ଲାଗିଥିଲା। ତେବେ ପ୍ରଥମ ରାଉଣ୍ଡରେ ସାଥୀ ଖେଳାଳି କିଡାମ୍ବୀ ଶ୍ରୀକାନ୍ତଙ୍କୁ ପରାସ୍ତ କରିଥିବା ପ୍ରଣୟ ୯-୨୧, ୧୫-୨୧ ସିଧାସଳଖ ଗେମ୍‌ରେ ଡେନମାର୍କର ରାସମସ୍‌ ଗେମେକଙ୍କ ନିକଟରୁ ହାରି ପ୍ରତିଯୋଗିତାରୁ ବିଦାୟ ନେଇଛନ୍ତି। ସେହିଭଳି ପୁରୁଷ ଡବଲ୍ସରେ ସାତ୍ତ୍ୱିକସାଇରାଜ ରାନ୍‌କିରେଡ୍ଡୀ ଓ ଚିରାଗ ସେଟ୍ଟୀ ଯୋଡ଼ି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

ଟିମ ଇଣ୍ଡିଆର ଲଜ୍ଜାଜନକ ପରାଜୟ: ଏହି ୫ ଜଣ ସାଜିଲେ ଦଳର ସବୁଠୁ ବଡ଼ ‘ଭଲେନ’! ବୈଭବ-ଆୟରଙ୍କ ସହ…

ନୂଆଦିଲ୍ଲୀ, ୮।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ତାର ଟି-୨୦ ଇତିହାସର ସବୁଠାରୁ ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡ଼ିଛି। ତୃତୀୟ ଟି-୨୦ ମ୍ୟାଚରେ ଇଂଲଣ୍ଡ ହାତରୁ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri