Posted inଜାତୀୟ

ଜାମିଆ ଛାତ୍ରଙ୍କୁ ଲାଠିମାଡ଼: ପୋଲିସ ଜୁଲମ ହାଏ ହାଏ

ଓ୍ବାଶିଂଟନ,୧୮ା୧୨: ସିଏଏ ବିରୋଧୀ ବିକ୍ଷୋଭ ବେଳେ ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ (ଜେଏମ୍‌ଆଇୟୁ) ଏବଂ ଉତ୍ତରପ୍ରଦେଶର ଆଲିଗଡ଼ ମୁସ୍‌ଲିମ୍‌ ୟୁନିଭସର୍ସିଟି (ଏଏମ୍‌ୟୁ) ଛାତ୍ରୀଛାତ୍ରଙ୍କ ଉପରେ ପୋଲିସର ଜୁଲମକୁ ବିଦେଶୀ ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକ ପକ୍ଷରୁ ଦୃଢ଼ନିନ୍ଦା କରାଯାଇଛି। ଅକ୍ସଫୋର୍ଡ, ହାଓ୍ବାର୍ଡ, ୟେଲ୍‌, କଲମ୍ବିଆ, ଷ୍ଟାନଫୋର୍ଡ ଏବଂ ଏମ୍‌ଆଇଟି ଛାତ୍ରୀଛାତ୍ର ଏହା ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆମେରିକାର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରୁଥିବା ୪୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଜେଏମ୍‌ଆଇୟୁ ଏବଂ ଏଏମ୍‌ୟୁ ଛାତ୍ରୀଛାତ୍ରଙ୍କ ସମର୍ଥନରେ ବାହାରି ଏକ ମିଳିତ ବିବୃତି ଜାରି କରିଛନ୍ତି। ପୋଲିସର ବର୍ବର ଲାଠିଚାର୍ଜ ମାନବାଧିକାର ଓ ଅନ୍ତର୍ଜାତୀୟ ଆଇନର ଉଲ୍ଲଂଘନ ବୋଲି ସେମାନେ କହିଛନ୍ତି। ଅକ୍ସଫୋର୍ଡ ୟୁନିଭର୍ସିଟି ଛାତ୍ରୀଛାତ୍ର ଓ ଗବେଷକମାନେ ଲଣ୍ଡନସ୍ଥିତ ଇଣ୍ଡିଆ ହାଉସ୍‌ ସାମ୍ନାରେ ନାଗରିକତ୍ୱ ଆଇନ ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହି ବିବାଦୀୟ ଆଇନକୁ ତୁରନ୍ତ ପ୍ରତ୍ୟାହାର କରାଯାଉ ବୋଲି ସେମାନେ ଦାବି କରିଛନ୍ତି। ବିକ୍ଷୋଭ ବେଳେ ଛାତ୍ରୀଛାତ୍ରମାନେ ସ୍ଲୋଗାନ ଦେଇଥିଲେ, ପୋଲିସ ଜୁଲମ ହାଏ ହାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?