ଜାମିନ ଖାରଜ: ଝାରପଡ଼ା ଫେରିଲେ ପ୍ରଦୀପ, ପାଠକ ବାପ-ପୁଅ

ବ୍ରହ୍ମପୁର ଅଫିସ,୧୭।୪:ଟାଟା ମୋଟର୍ସରେ ଚାକିରି ଦେବା ନଁାରେ ଟଙ୍କା ଠକେଇର ଗୋଟିଏ ପରେ ଗୋଟିଏ ନୂଆ ଫର୍ଦ୍ଦରେ ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀ, ଅଭୟକାନ୍ତ ପାଠକ ଓ ପୁଅ ଆକାଶ ଜଡିତ ହେଉଛନ୍ତି। ଗୁରୁବାର ସେମାନଙ୍କ ଜାମିନ ପାଇଁ ଏସ୍‌ଡିଜେଏମ୍‌ କୋର୍ଟରେ ଆବେଦନ କରାଯାଇଥିଲା। ତିନି ଅଭିଯୁକ୍ତଙ୍କ ପାଇଁ ବରିଷ୍ଠ ଆଇନଜୀବୀ ଦୀପକ ପଟ୍ଟନାୟକ ଜାମିନ ପାଇଁ ଆବେଦନ କରିଥିଲେ। ପୋଲିସ ଉଦ୍ଦେଶ୍ୟମୂଳକ ଭାବେ ସେମାନଙ୍କ ନାମରେ ମାମଲା ରୁଜୁ କରୁଥିବାରୁ ଜାମିନ ଦେବାକୁ ସେ ଯୁକ୍ତି ବାଢ଼ିଥିଲେ। ଏଥିରେ ଆଇନଜୀବୀ ଅସିତ ଶତପଥୀ ସହଯୋଗ କରିଥିଲେ। ପ୍ରାୟ ଏକ ଘଣ୍ଟା ଧରି ଉଭୟ ପକ୍ଷ ଓକିଲଙ୍କ ମଧ୍ୟରେ ଜବାବ ସୁଆଲ ଚାଲିଥିଲା। ଏହାର ଶୁଣାଣି କରି ଶେଷରେ ଏସ୍‌ଡିଜେଏମ୍‌ ଜିତେନ୍ଦ୍ରୀୟ ପାଣିଗ୍ରାହୀ ତାହାକୁ ଖାରଜ କରିଦେଇଛନ୍ତି। ଅନ୍ୟପଟେ ମଣ୍ଡଳ କାରାଗାରରେ ଥିବା ପ୍ରଦୀପ, ପାଠକ ବାପ-ପୁଅଙ୍କ ଶୁକ୍ରବାର ସକାଳେ କୋଭିଡ୍‌ ପରୀକ୍ଷା କରାଯାଇଥିଲା। କୋର୍ଟ ନିର୍ଦ୍ଦେଶ ପ୍ରକାରେ ସେମାନଙ୍କୁ ବ୍ରହ୍ମପୁର ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରିଥିଲା। ପରେ ସେମାନଙ୍କୁ ଝାରପଡ଼ା ଜେଲକୁ ପଠାଇ ଦିଆଯାଇଛି ବୋଲି ତାଙ୍କ ଓକିଲ ପଟ୍ଟନାୟକ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ବୈଦ୍ୟନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ କାର୍ତ୍ତିକ ପ୍ରଧାନଙ୍କ ପୁଅକୁ ଟାଟା ମୋଟର୍ସରେ ଚାକିରି କରାଇ ଦେବାକୁ କହି ପ୍ରଦୀପ ୬ଲକ୍ଷ ଟଙ୍କା ଠକେଇ କରିଥିଲେ ବୋଲି ବୈଦ୍ୟନାଥପୁର ଥାନାରେ ସେ ଅଭିଯୋଗ କରିଥିଲେ। ଏଥିରେ ପାଠକ ବାପ-ପୁଅଙ୍କ ସମ୍ପୃକ୍ତି ଥିବା ନେଇ ଦର୍ଶାଇଥିଲେ। ପୋଲିସ ସେମାନଙ୍କ ବିରୋଧରେ ୮୧/୨୧ରେ ମାମଲା ରୁଜୁ କରିଥିଲା। ଅଭିଯୁକ୍ତମାନେ ଭୁବନେଶ୍ୱର ଝାରପଡା ଜେଲରେ ଥିବାରୁ ସେମାନଙ୍କୁ ବ୍ରହ୍ମପୁର ଅଣାଯିବା ପାଇଁ ପୋଲିସ କୋର୍ଟରେ ଆବେଦନ କରିଥିଲା। ଏଣୁ ସମସ୍ତ ଅଭିଯୁକ୍ତଙ୍କୁ ଭୁବନେଶ୍ୱର ଝାରପଡ଼ା ଜେଲରୁ ଅଣାଯାଇ ଗୁରୁବାର ବ୍ରହ୍ମପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ହାଜର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri