ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଶୀର୍ବାଦ

କଟକ ଅଫିସ,୧୫ା୧୦: ଅର୍ଥତତ୍ତ୍ବ(ଏଟି) ଚିଟ୍‌ଫଣ୍ଡ ମାମଲାରେ ସିବିଆଇ ଦ୍ୱାରା ଗିରଫ ହୋଇଥିବା ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ଜାମିନ ପାଇଁ ସୋମବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ପୂର୍ବରୁ ଆଶୀର୍ବାଦ ସିବିଆଇ ସ୍ପେଶାଲ କୋର୍ଟ ଏବଂ ଭୁବନେଶ୍ୱର ସେସନ କୋର୍ଟରେ ଜାମିନ ଆବେଦନ କରିଥିଲେ। ତେବେ ଉଭୟ କୋର୍ଟ ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେବା ପରେ ଆଶୀର୍ବାଦ ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଛନ୍ତି। ଆଶୀର୍ବାଦଙ୍କ ପକ୍ଷରୁ ଆଇନଜୀବୀ ପ୍ରଭୁପ୍ରସନ୍ନ ବେହେରା ଓ ପ୍ରଣୟ ଦାସ ଏହି ମାମଲା ପରିଚାଳନା କରୁଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ଓଡ଼ିଶା ରଣଜୀ କ୍ରିକେଟ ଦଳର ପ୍ରାୟୋଜକ ହେବା ପାଇଁ ଅର୍ଥତତ୍ତ୍ବ ଓସିଏକୁ ୧ କୋଟି ଟଙ୍କା ଦେଇଥିଲା। ୨୦୧୧ରେ ଅନୁଷ୍ଠିତ ଓଡ଼ିଶା ପ୍ରିମିୟର ଲିଗ୍‌(ଓପିଏଲ୍‌)ର ପ୍ରାୟୋଜକ ଥିଲା ଅର୍ଥତତ୍ତ୍ବ। ଏହି ଚିଟ୍‌ଫଣ୍ଡ ସଂସ୍ଥା ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ବହୁ ଜମାକାରୀଙ୍କ କୋଟିକୋଟି ଟଙ୍କା ହଡପ କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ତଦନ୍ତ ସିବିଆଇ କରୁଥିବାବେଳେ ଅର୍ଥତତ୍ତ୍ବ ସହ ଆଶୀର୍ବାଦଙ୍କ ଲିଙ୍କ୍‌ ଥିବା ସୂଚନା ମିଳିଥିଲା। ଅନ୍ୟପକ୍ଷରେ ଓଡ଼ିଶା ଅଲିମ୍ପିକ ଆସୋସିଏଶନର ସମ୍ପାଦକ ଥିବାବେଳେ ସରକାରୀ ଜମିରେ କଲ୍ୟାଣ ମଣ୍ଡପ ଓ ଦୋକାନ ଗୃହ ନିର୍ମାଣ କରିବା ମାମଲାରେ ମଧ୍ୟ ଆଶୀର୍ବାଦଙ୍କ ସମ୍ପୃକ୍ତି ଥିବା ନେଇ ସିବିଆଇ ତଦନ୍ତରୁ ଜାଣିବାକୁ ପାଇଥିଲା। ଏ ନେଇ ଆଶୀର୍ବାଦଙ୍କୁ ବହୁବାର ସିବିଆଇ ଓ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଜେରା କରାଯାଇଥିଲା। ତେବେ ଗତ ସେପ୍ଟେମ୍ବର ୧୯ରେ ସିବିଆଇ ଆଶୀର୍ବାଦଙ୍କୁ ତାଙ୍କ ଘରୁ ଗିରଫ କରିଥିଲା। ସିବିଆଇ ବିଚାରବିଭାଗୀୟ ହାଜତରେ ରହିଥିବାବେଳେ ଆଶୀର୍ବାଦ ଅସୁସ୍ଥ ହୋଇ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଓ ପରେ କଟକ ଏସ୍‌ସିବି ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ବେକରେ ଜାଭେଲିନ ପଶିବା ଘଟଣା: ସମସ୍ତ ସହାୟତା ଯୋଗାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ): ବେକରେ ଜାଭେଲିନ ପଶି ବଲାଙ୍ଗୀର ଆଗଲପୁର ବାଳକ ଉଚ୍ଚ ବିଦ୍ୟାଳୟର ଗୁରୁତର ଛାତ୍ର ସଦାନନ୍ଦଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତାପ୍ରକଟ କରିଛନ୍ତି...

ସେପ୍ଟେମ୍ବରରେ ତୃତୀୟ ଲହର: ଅକ୍ଟୋବରରେ ଆସିବ ପିକ୍‌କୁ

ଭୁବନେଶ୍ୱର,୨୩।୮(ବ୍ୟୁରୋ): କରୋନା ତୃତୀୟ ଲହର ଆକଳନ ଅନୁସାରେ ସେପ୍ଟେମ୍ବରରେ ଆସିବ। ହେଲେ ଅକ୍ଟୋବରରେ ଏହା ପିକ୍‌କୁ ଆସିବ। ବିଶେଷକରି ଏଥିରେ ଶିଶୁମାନେ ଆକ୍ରାନ୍ତ ହୋଇପାରନ୍ତି। ୧୦୦ରେ...

୧୩ ପ୍ରସଙ୍ଗ ଉଠାଇବ ବିଜେଡି

ଭୁବନେଶ୍ୱର,୨୬।୧(ବ୍ୟୁରୋ): ଆସନ୍ତା ୨୯ ତାରିଖରୁ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନରେ ବିଜୁ ଜନତା ଦଳ(ବିଜେଡି) ରାଜ୍ୟ ସ୍ବାର୍ଥ ସମ୍ବଳିତ ୧୩...

ରାଜ୍ୟର ‘ପ୍ରଥମ ମହିଳା’ ସୁଶୀଳା ଦେବୀଙ୍କର ପରଲୋକ: ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର୍‌ ଗଣେଶୀ ଲାଲଙ୍କ ସହଧର୍ମିଣୀ ତଥା ରାଜ୍ୟର ‘ପ୍ରଥମ ମହିଳା’ ସୁଶୀଳା ଦେବୀଙ୍କର ପରଲୋକ ଘଟିଛି। ତାଙ୍କ ମୃତ୍ୟୁରେ ରାଜ୍ୟରେ ଶୋକର ଛାୟା...

ଉପକୂଳରେ ଜାରି ରହିଛି ଲଘୁଚାପ ବର୍ଷା

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଉପକୂଳ ଓଡ଼ିଶାରେ ଲଘୁଚାପ ସକ୍ରିୟ ରହିଛି। ଏହାର ପ୍ରଭାବରେ ସକାଳ ୪ଟାରୁ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଘଣ୍ଟା...

ଚାଷୀଙ୍କୁ ବିପୁଳ ସମର୍ଥନ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କ ୩ କୃଷି ଆଇନକୁ ବିରୋଧ କରି ବିଭିନ୍ନ କୃଷକ ସଂଗଠନ ଏବଂ ରାଜନୈତିକ ଦଳ ତରଫରୁ ମଙ୍ଗଳବାର...

ଜିଲାପାଳଙ୍କ ବିରୋଧରେ ଅଭିଯୋଗ ଆଣିଲେ ସିଡିଏମ୍‌ଓ

ବରଗଡ଼ ଅଫିସ୍‌,୨୫।୨: ବରଗଡ଼ ଜିଲାପାଳ ମୋନିଷା ବାନାର୍ଜୀ ଦୁର୍ବ୍ୟବହାର ପ୍ରଦର୍ଶନ କରୁଛନ୍ତି। ଏଭଳି ଅଭିଯୋଗ ନେଇ ଗତ ମାସରେ ଯୋଗଦାନ କରିଥିବା ନୂତନ ଜିଲା ମୁଖ୍ୟ...

ପୁଣି କରୋନା ଚିନ୍ତା: ଦିଲ୍ଲୀରୁ ଆସୁଥିବା ଯାତ୍ରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୪।୫(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମ ଥିଲେ ମଧ୍ୟ ସରକାରଙ୍କ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଦିଲ୍ଲୀ ଓ ଏହାର...

Advertisement
Archives

Model This Week