ଜାରକାରେ ସେକ୍ସ ରାକେଟ ଠାବ: ରାଣୀ ମହୁମାଛି ସହ ୬ କୋର୍ଟଚାଲାଣ,ଜଣେ ଯୁବତୀ ଉଦ୍ଧାର

ଧର୍ମଶାଳା,୨୦।୮(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅଧୀନ ଜାରକା ଜଗନ୍ନାଥ ବିହାର ଅଞ୍ଚଳର ଏକ ଭଡ଼ାଘରେ ଚାଲିଥିବା ସେକ୍ସ ର଼୍ୟାକେଟକୁ ପୋଲିସ ରବିବାର ରାତିରେ ଠାବ କରିଛି। ଏହି ଘଟଣାରେ ଜଣେ ରାଣୀମହୁମାଛି, ୨ ଦଲାଲ ସହ ୩ ଗ୍ରାହକଙ୍କୁ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ଏଥିସହିତ ଘଟଣାସ୍ଥଳରୁ ପୋଲିସ ଏକ କାର, ସ୍କୁଟି, ବାଇକ ଓ ୭ ମୋବାଇଲ୍‌ ଫୋନକୁ ଜବତ କରିଛି। ସେହିପରି ର଼୍ୟାକେଟରେ କାମ କରୁଥିବା ଜଣେ ଯୁବତୀଙ୍କୁ ଉଦ୍ଧାର କରାଯାଇ ଶର୍ଟ ଷ୍ଟେ ହୋମ୍‌କୁ ପଠାଇ ଦିଆଯାଇଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।
ସୂଚନାଯୋଗ୍ୟ, କିଛିଦିନ ହେବା ଏଠାରେ ସେକ୍ସ ର଼୍ୟାକେଟ ଚାଲୁଥିବା ନେଇ ପୋଲିସ ନିକଟରେ ଅଭିଯୋଗ ହୋଇଥିଲା। ଏହାକୁ ନେଇ ପୋଲିସ ରବିବାର ରାତିରେ ଚଢ଼ାଉ କରିଥିଲା। ଏହି ସମୟରେ ୨ଦଲାଲ ବଡ଼ଚଣା ଥାନା ମଙ୍ଗରାଜପୁର ଗ୍ରାମର ରବୀନ୍ଦ୍ର ସାହୁ (୩୦), ଖୋସାଲିପୁର ଗ୍ରାମର ସୋମ୍ୟଶ୍ରୀ ଜେନା(୨୨)ଙ୍କୁ ଗିରଫ କରାଯାଇଥିଲା। ଏହାପରେ ଗ୍ରାହକ ବାଲିଚନ୍ଦ୍ରପୁର ଥାନା ଭାକୁଡ ଗ୍ରାମର ମହେନ୍ଦ୍ର ମଲିକ (୨୫), ଧର୍ମଶଳା ଥାନା ଆରୁହା ଗ୍ରାମର ଲିପୁ ମଲିକ (୨୯) ଓ ବୈରୀ ଥାନା ଅମରାବତୀ ଗ୍ରାମର ବଳରାମ ସେଠୀ(୨୬)ଙ୍କୁ ପୋଲିସ ଗିରଫ କରିଥିଲା। ସେହିପରି ଦେହ ବ୍ୟବସାୟ ପାଇଁ ଆସିଥିବା ଜଣେ ଯୁବତୀଙ୍କୁ ପୋଲିସ ଉଦ୍ଧାର କରିଥିଲା। ଏମାନଙ୍କ ବୟାନକ୍ରମେ ପୋଲିସ ଜେନାପୁର ଥାନା ବିଛାଖଣ୍ଡି ଅଞ୍ଚଳର ରାଣୀମହୁମାଛିଙ୍କୁ ଗିରଫ କରିଥିଲା। ସେକ୍ସ୍‌ ର଼୍ୟାକେଟ ଚାଲିଥିବା ଘରୁ ପୋଲିସ ବିପୁଳ ପରିମାଣର ଆପତ୍ତିଜନକ ସାମଗ୍ରୀ ଜବତ କରିଥିବା ଥାନା ଅଧିକାରୀ ସରୋଜ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri