ଜାରକା ବଜାରର ବାଇପାସ୍‌ ରାସ୍ତା କୃତ୍ରିମ ବନ୍ୟା

ଧର୍ମଶାଳା,୮ା୮(ଡି.ଏନ୍‌.ଏ.): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜାରକା ବଜାର ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେଥିବା ଡ୍ରେନ୍‌ ସଫା ନ ହୋଇ ପଡିରହିଛି। ଏବେ ଲଗାଣ ବର୍ଷା ହେବାରୁ ପାଣି ନିଷ୍କାସନ ହୋଇ ନ ପାରି ଅନେକ ଦୋକାନ ବଜାରରେ ପଶୁଛି। ଫଳରେ ବ୍ୟବସାୟୀଙ୍କଠାରୁ ଆରମ୍ଭକରି ସାଧାରଣଲୋକେ ମଧ୍ୟ ନାହଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଜଳ ନିଷ୍କାସନ ପାଇଁ ଜାରକା ବଜାରର ଉଭୟ ପାର୍ଶ୍ୱରେ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଦ୍ୱାରା ଡ୍ରେନ୍‌ ନିର୍ମାଣ କରାଯାଇଥିଲା। ଦୀର୍ଘ ୩ ବର୍ଷ ହେବ ବିଭାଗ ପକ୍ଷରୁ ଏହି ଡ୍ରେନ ସଫା କରାଯାଉ ନାହଁ। ବ୍ଲକ ଅଞ୍ଚଳରେ ବୁଧବାର ୧୧୮ ମିମି ବର୍ଷା ହେବା ଫଳରେ ଜାରକା ବଜାରର ଉଭୟ ପାର୍ଶ୍ୱରେ ଥିବା ବାଇପାସ୍‌ ରାସ୍ତା କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି। ଜାତୀୟ ରାଜପଥ କର୍ତ୍ତୃପକ୍ଷ ଉକ୍ତ ଡ୍ରେନ୍‌କୁ ତୁରନ୍ତ ସଫା କରିବା ପାଇଁ ଉଭୟ ବଜାର କମିଟି ପକ୍ଷରୁ ଦାବି କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri