ଜାରକା ବିଟ୍‌ ହାଉସ ନିକଟରେ ହେବ ଫ୍ଲାଏ ଓଭରବ୍ରିଜ୍‌

ଧର୍ମଶାଳା,୨୨।୨(ଡିଏନଏ): ଜାତୀୟ ରାଜପଥ ଜାରକା ଛକରେ ହେବାକୁ ଥିବା ଫ୍ଲାଏ ଓଭରବ୍ରିଜକୁ ନେଇ ଚାଲିଥିବା ବିଭିନ୍ନ କଳ୍ପନାଜଳ୍ପନାର ଅବସାନ ଘଟିଛି। ଶୁକ୍ରବାର ପୂର୍ବାହ୍ନରେ ଜାତୀୟ ରାଜପଥ ପ୍ରାଧିକରଣ ଆଞ୍ଚଳିକ ଅଧିକାରୀ ପି.କେ. ପଣ୍ଡା ଜାରକାରେ ପହଞ୍ଚି ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଓ ସ୍ଥାନୀୟ ଲୋକଙ୍କ ଉପସ୍ଥିତିରେ ସରଜମିନ ତଦନ୍ତ କରି ଜାରକା ବିଟହାଉସ ନିକଟରେ ଫ୍ଲାଏଓଭର ବ୍ରିଜ ନିର୍ମାଣ ଲାଗି ପ୍ରତିଶ୍ରୁତି ଦେଇଛନ୍ତି। ଏହି କାର୍ଯ୍ୟ ୭ଦିନ ମଧ୍ୟରେ ଆରମ୍ଭ କରିବାକୁ ଠିକାସଂସ୍ଥା ଡିବିଏଲର ପ୍ରକଳ୍ପ ପରିଚାଳକ କମଲ ଚୌହାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ପୂର୍ବରୁ ଜାରକା ଛକରେ ଥିବା ଗଳିପୋଲଟି ପୂର୍ବ ଭଳି ରହିବବୋଲି ସ୍ଥିର କରାଯାଇଛି। ତେବେ ପୂର୍ବରୁ ଗଳିପୋଲ ଥିବା ସ୍ଥାନରେ ଫ୍ଲାଏ ଓଭରବ୍ରିଜ କରାଯିବା ପାଇଁ ସ୍ଥିର ହୋଇଥିଲା। ହେଲେ ଅବଶ୍ୟକ ଜାଗା ଓ ଗମନାଗମନ ସୁବିଧାକୁ ଦୃଷ୍ଟିରେ ରଖି ଏଠାରୁ ୧୫୦ ମିଟର ଦୂର ଜାରକା ବିଟ ହାଉସ ନିକଟରେ ଫ୍ଲାଇ ଓଭରବ୍ରିଜ କରିବାକୁ ସ୍ଥିର କରାଯାଇଛି।
ଏହି ସମୟରେ ବ୍ଲକ ଅଧ୍ୟକ୍ଷ ପ୍ରଭାତ କୁମାର ବଳବନ୍ତରାୟ, ଧର୍ମଶାଳା ଉନ୍ନୟନ କମିଟି ସଭାପତି ଜଳଧର ମହାନ୍ତି, ସଂଯୋଜକ ଅଖିଳ କୁମାର ସ୍ବାଇଁ, ଧର୍ମଶାଳା ମହୋତ୍ସବ ପୂଜା କମିଟି ସମ୍ପାଦକ ସତ୍ୟପ୍ରିୟ ମହାନ୍ତି, ବଡବଜାର କମିଟି ସଭାପତି ଅଶୋକ କୁମାର ସାହୁ, ସମ୍ପାଦକ ଅଶୋକ ମୁଦୁଲି, ମେନମାର୍କେଟ ସଭାପତି ଅମରେନ୍ଦ୍ର ରାଉତ, ସ୍ଥାନୀୟ ସରପଞ୍ଚ ନଟବର ସାହୁ, ବିକାଶ ବେହେରା, ଅନିରୁଦ୍ଧ ରାଉତ, ଶ୍ରୀକାନ୍ତ ସାହୁ, ନିର୍ମଳ ପ୍ରଧାନ, ପ୍ରଫୁଲ୍ଲ ସାହାଣୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri