ଭୁବନେଶ୍ୱର, ୧୧।୧୦ (ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଅଧିକ ପରିଷ୍କାର ରଖିବା ପାଇଁ ବିଏମ୍ସି ପକ୍ଷରୁ ବିଭିନ୍ନ ଯୋଜନା ହାତକୁ ନିଆଯାଉଛି। ଏହାକୁ ସଫଳ କରିବା ପାଇଁ କମିଶନର ନିଜେ ଉଦ୍ୟମ ଆରମ୍ଭ କରିଛନ୍ତି। ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ମୋଟା ଅଙ୍କର ଜରିମାନା ଗଣିବାକୁ ପଡିବ। ବ୍ୟବସାୟୀ ହୁଅନ୍ତୁ ଅବା ସାଧାରଣ ଲୋକ ରାସ୍ତାରେ ଆବର୍ଜନା ପକାଇଲେ ୫ହଜାର ଟଙ୍କା ଜରିମାନା ଦେବେ। କେବଳ ସେତିକି ନୁହେଁ, ଓଦା ଓ ଶୁଖିଲା ଆବର୍ଜନାକୁ ପୃଥକ୍ କରି ନ ଦେଲେ ମଧ୍ୟ ତଣ୍ଡ ଗଣିବାକୁ ପଡିବ ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସୋମବାର ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ଅଳିଆ ପୃଥକ କରି ନ ଦେଲେ ୫ଶହ ଟଙ୍କା ତଣ୍ଡ ଗଣିବାକୁ ପଡିବ। ଉଭୟ ଘରୋଇ ଓ ବ୍ୟବସାୟୀଙ୍କ ଉପରେ ଏହାକୁ ଲାଗୁ କରାଯାଇଥିବା ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।
ସୂଚନାଯୋଗ୍ୟ, ଭୁବନେଶ୍ୱରକୁ ଡଷ୍ଟବିନ୍ମୁକ୍ତ ସହର କରାଯିବା ସହ ପ୍ରତ୍ୟେକ ବ୍ୟକ୍ତି କିପରି ସ୍ବଚ୍ଛତାକୁ ଆପଣାଇବେ ସେ ନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଉଛି। ଏ ନେଇ ଶୁକ୍ରବାର ବିଏମ୍ସି କାର୍ଯ୍ୟାଳୟରେ ପରିମଳ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଆୟୋଜିତ ହୋଇଥିଲା। କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଥିଲା। ନିୟମ ପାଳନ ନ କଲେ ସେମାନଙ୍କୁ ୫ହଜାର ଟଙ୍କା ଜରିମାନା ଦେବାକୁ ପଡିବ। ଏଥିସହ ଯେଉଁମାନେ ଡଷ୍ଟବିନ୍ ରଖିବେ ନାହିଁ ସେମାନଙ୍କଠାରୁ ୫ହଜାର ଟଙ୍କା ଜରିମାନା ଏବଂ ଘରୋଇ ଅବା ବ୍ୟବସାୟୀ ଯେ କେହି ବି ଆବର୍ଜନାକୁ ପୃଥକ୍ କରି ନ ଦେଲେ ୫ଶହ ଟଙ୍କା ଜରିମାନା ଦେବାକୁ ପଡିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା। ସୋମବାରଠାରୁ ଏହି ସମସ୍ତ ନିୟମକୁ କଡାକଡି ଭାବେ ଲାଗୁ କରାଯିବ ବୋଲି ସୂଚନା ଦିଆଯାଇଥିବାବେଳେ ପ୍ରଥମ ଦିନରୁ ହିଁ କମିଶନର ନିଜେ ବିଭିନ୍ନ ଅଞ୍ଚଳ ବୁଲି ତାଗିଦା କରିଛନ୍ତି।
ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ
ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...
ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ
ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...
ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…
ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...
ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା
ଇସଲାମାବାଦ୍,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...
ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ
ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...
ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….
ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...
ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍
ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...
କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ
ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...
Archives


