ଭୁବନେଶ୍ୱର, ୧୧।୧୦ (ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଅଧିକ ପରିଷ୍କାର ରଖିବା ପାଇଁ ବିଏମ୍ସି ପକ୍ଷରୁ ବିଭିନ୍ନ ଯୋଜନା ହାତକୁ ନିଆଯାଉଛି। ଏହାକୁ ସଫଳ କରିବା ପାଇଁ କମିଶନର ନିଜେ ଉଦ୍ୟମ ଆରମ୍ଭ କରିଛନ୍ତି। ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ମୋଟା ଅଙ୍କର ଜରିମାନା ଗଣିବାକୁ ପଡିବ। ବ୍ୟବସାୟୀ ହୁଅନ୍ତୁ ଅବା ସାଧାରଣ ଲୋକ ରାସ୍ତାରେ ଆବର୍ଜନା ପକାଇଲେ ୫ହଜାର ଟଙ୍କା ଜରିମାନା ଦେବେ। କେବଳ ସେତିକି ନୁହେଁ, ଓଦା ଓ ଶୁଖିଲା ଆବର୍ଜନାକୁ ପୃଥକ୍ କରି ନ ଦେଲେ ମଧ୍ୟ ତଣ୍ଡ ଗଣିବାକୁ ପଡିବ ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସୋମବାର ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ଅଳିଆ ପୃଥକ କରି ନ ଦେଲେ ୫ଶହ ଟଙ୍କା ତଣ୍ଡ ଗଣିବାକୁ ପଡିବ। ଉଭୟ ଘରୋଇ ଓ ବ୍ୟବସାୟୀଙ୍କ ଉପରେ ଏହାକୁ ଲାଗୁ କରାଯାଇଥିବା ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।
ସୂଚନାଯୋଗ୍ୟ, ଭୁବନେଶ୍ୱରକୁ ଡଷ୍ଟବିନ୍ମୁକ୍ତ ସହର କରାଯିବା ସହ ପ୍ରତ୍ୟେକ ବ୍ୟକ୍ତି କିପରି ସ୍ବଚ୍ଛତାକୁ ଆପଣାଇବେ ସେ ନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଉଛି। ଏ ନେଇ ଶୁକ୍ରବାର ବିଏମ୍ସି କାର୍ଯ୍ୟାଳୟରେ ପରିମଳ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଆୟୋଜିତ ହୋଇଥିଲା। କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଥିଲା। ନିୟମ ପାଳନ ନ କଲେ ସେମାନଙ୍କୁ ୫ହଜାର ଟଙ୍କା ଜରିମାନା ଦେବାକୁ ପଡିବ। ଏଥିସହ ଯେଉଁମାନେ ଡଷ୍ଟବିନ୍ ରଖିବେ ନାହିଁ ସେମାନଙ୍କଠାରୁ ୫ହଜାର ଟଙ୍କା ଜରିମାନା ଏବଂ ଘରୋଇ ଅବା ବ୍ୟବସାୟୀ ଯେ କେହି ବି ଆବର୍ଜନାକୁ ପୃଥକ୍ କରି ନ ଦେଲେ ୫ଶହ ଟଙ୍କା ଜରିମାନା ଦେବାକୁ ପଡିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା। ସୋମବାରଠାରୁ ଏହି ସମସ୍ତ ନିୟମକୁ କଡାକଡି ଭାବେ ଲାଗୁ କରାଯିବ ବୋଲି ସୂଚନା ଦିଆଯାଇଥିବାବେଳେ ପ୍ରଥମ ଦିନରୁ ହିଁ କମିଶନର ନିଜେ ବିଭିନ୍ନ ଅଞ୍ଚଳ ବୁଲି ତାଗିଦା କରିଛନ୍ତି।
ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ
ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…
ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…
ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…
ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି
ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…
ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ
ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…
ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ
ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…
ଆଡ୍ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ
ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…
ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ
ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…
ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!
ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…
Archives

