ଜାଲ ଜମିପଟ୍ଟା ଖାରଜ ପରେ ନାହିଁ କାର୍ଯ୍ୟାନୁଷ୍ଠାନ : ନୂଆ ପଟ୍ଟା ପ୍ରଦାନ କରି ପ୍ରଶାସନ ଚୁପ୍‌

ରଣପୁର,୫ା୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ତହସିଲରେ ଜାଲ୍‌ ଦଲିଲରେ ପଟ୍ଟା ପ୍ରଦାନ କରାଯାଇଥିବା ପ୍ରମାଣ ମିଳିବା ପରେ ତହସିଲ ପକ୍ଷରୁ ଜମି ପଟ୍ଟା ଖାରଜ କରାଯାଇ ନୂଆ ପଟ୍ଟା ପ୍ରଦାନ କରାଗଲା। ହେଲେ ଆଇନଗତ ଦିଗକୁ ତହସିଲ କର୍ତ୍ତୃପକ୍ଷ ଭୁଲିଯାଇ ସମ୍ପୃକ୍ତ ଅଧିକାରୀ ଓ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କରି ନ ଥିଲେ । ଅଭିଯୋଗକାରୀ ନ୍ୟାୟ ପାଇଁ ରଣପୁର ଥାନା ଓ ନୟାଗଡ଼ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଥିଲେ। ହେଲେ ପୋଲିସ ଅଭିଯୋଗକୁ ତଦନ୍ତ ପରିସରଭୁକ୍ତ ନ କରି ଚୁପ ରହିଥିଲା। ଅଭିଯୋଗକାରୀ ନିରାଶ ନ ହୋଇ ହାଇକୋର୍ଟରେ ଆଶ୍ରୟ ନେଇଥିଲେ। ହାଇକୋର୍ଟ ଅଭିଯୋଗକୁ ଗ୍ରହଣ କରି କ’ଣ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ୪ ସପ୍ତାହ ମଧ୍ୟରେ ଜଣାଇବାକୁ ପିଆରଏଲ୍‌ଏନ୍‌ଟି ନଂ.୧୦୯୦/୨୮।୮।୨୦୧୯ରେ ମୁଖ୍ୟ ସଚିବ ଗୃହ ବିଭାଗ, ଡିଜିପି କଟକ, ନୟାଗଡ଼ ଏସ୍‌ପି, ରଣପୁର ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଅଭିଯୋଗ ଅନୁସାରେ ରଣପୁର ତହସିଲ ବାଙ୍କପୁର ଗଁାର ସ୍ବର୍ଗତ ଦାଶରଥି ଜେନା ଓ କୁମୁଦୁନୀ ଜେନାଙ୍କ ୨ ପୁଅ ଓ ୩ ଝିଅ ଅଛନ୍ତି। ଦାଶରଥି ଓ କୁମୁଦୁନୀଙ୍କ ନଁାରେ ଥିବା ସମ୍ପତ୍ତି ବଡଭାଇ ବିପିନ ଜାଲିଆତି କରି ନିଜ ନଁାରେ କରାଇ ନେଇଥିଲେ। ପରେ ସେ ସାନଭାଇ ବିଜିନିଙ୍କୁ ଘରୁ ତଡି ଦେଇଥିଲେ। ବିଜିନି ଘଟଣାର ତଦନ୍ତ ପାଇଁ ରଣପୁର ସବ୍‌ରେଜିଷ୍ଟର କାର୍ଯ୍ୟାଳୟରୁ ଦଲିଲର ସାର୍ଟିଫାଏଡ୍‌ କପି ମାଗିଥିଲେ। ଏଥିରେ ଜାଲିଆତି କରି ଘରବାରି, କୋଠା ଓ ଜମିକୁ ବଡଭାଇ ନିଜ ନଁାରେ କରାଇ ନେଇଥିବା ବିିଜିନି ଜାଣିପାରିଥିଲେ । ପରେ ସେ ୧୭।୧।୨୦୧୮ରେ ସୂଚନା ଅଧିକାର ଆଇନ ଅନୁସାରେ ତହସିଲ କାର୍ଯ୍ୟାଳୟକୁ ଜମି ଜାଲିଆତିର ପ୍ରମାଣ ମାଗିଥିଲେ । ହେଲେ ତହସିଲ କର୍ତ୍ତୃପକ୍ଷ ଚୁପ ରହିଥିଲେ । ପରେ ଜିଲାପାଳଙ୍କୁ ଅବଗତ କରାଇଥିଲେ ମଧ୍ୟ ସୁଫଳ ମିଳିଲା ନାହିଁ। ଏ ସମ୍ପର୍କରେ ୨୦୧୯ ଜାନୁୟାରୀ ୨୧ରେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ ତପତ୍ରତା ପ୍ରକାଶ ପାଇଥିଲା। ଏହାର ତଦନ୍ତ କରାଯାଇ ଜମି ପଟ୍ଟା ଖାରଜ ହୋଇଥିଲା। ଏପରି କି ଘରର ମୁଖିଆ ବାପାଙ୍କ ନଁାକୁ ସମ୍ପତ୍ତି ଚାଲି ଆସିଥିଲା। ଏ ନେଇ ବିଜିନି ଜେନା କୁହନ୍ତି, ଜାଲ ଦଲିଲରେ ପଟ୍ଟା କରାଯାଇଥିବା ପ୍ରମାଣ ପାଇବା ପରେ ପ୍ରଶାସନ ଚୁପ ରହିବା ଠିକ୍‌ ନୁହେଁ । ମୋ ବଡ ଭାଇ ଓ ତହସିଲ କର୍ତ୍ତୃପକ୍ଷ କିମ୍ବା ଆଉ ଯେଉଁମାନେ ଜାଲିଆତିରେ ସମ୍ପୃକ୍ତ ଅଛନ୍ତି ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ହେବା ଦରକାର । ଏହା ନ ହେବା ପର୍ଯ୍ୟନ୍ତ ଲଢ଼େଇ ଜାରି ରହିବ ବୋଲି ସେ କ୍ଷୋଭର ସହ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri