ରଣପୁର,୫ା୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ତହସିଲରେ ଜାଲ୍ ଦଲିଲରେ ପଟ୍ଟା ପ୍ରଦାନ କରାଯାଇଥିବା ପ୍ରମାଣ ମିଳିବା ପରେ ତହସିଲ ପକ୍ଷରୁ ଜମି ପଟ୍ଟା ଖାରଜ କରାଯାଇ ନୂଆ ପଟ୍ଟା ପ୍ରଦାନ କରାଗଲା। ହେଲେ ଆଇନଗତ ଦିଗକୁ ତହସିଲ କର୍ତ୍ତୃପକ୍ଷ ଭୁଲିଯାଇ ସମ୍ପୃକ୍ତ ଅଧିକାରୀ ଓ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କରି ନ ଥିଲେ । ଅଭିଯୋଗକାରୀ ନ୍ୟାୟ ପାଇଁ ରଣପୁର ଥାନା ଓ ନୟାଗଡ଼ ଏସ୍ପିଙ୍କ ଦ୍ୱାରସ୍ଥ ହୋଇଥିଲେ। ହେଲେ ପୋଲିସ ଅଭିଯୋଗକୁ ତଦନ୍ତ ପରିସରଭୁକ୍ତ ନ କରି ଚୁପ ରହିଥିଲା। ଅଭିଯୋଗକାରୀ ନିରାଶ ନ ହୋଇ ହାଇକୋର୍ଟରେ ଆଶ୍ରୟ ନେଇଥିଲେ। ହାଇକୋର୍ଟ ଅଭିଯୋଗକୁ ଗ୍ରହଣ କରି କ’ଣ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ୪ ସପ୍ତାହ ମଧ୍ୟରେ ଜଣାଇବାକୁ ପିଆରଏଲ୍ଏନ୍ଟି ନଂ.୧୦୯୦/୨୮।୮।୨୦୧୯ରେ ମୁଖ୍ୟ ସଚିବ ଗୃହ ବିଭାଗ, ଡିଜିପି କଟକ, ନୟାଗଡ଼ ଏସ୍ପି, ରଣପୁର ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଅଭିଯୋଗ ଅନୁସାରେ ରଣପୁର ତହସିଲ ବାଙ୍କପୁର ଗଁାର ସ୍ବର୍ଗତ ଦାଶରଥି ଜେନା ଓ କୁମୁଦୁନୀ ଜେନାଙ୍କ ୨ ପୁଅ ଓ ୩ ଝିଅ ଅଛନ୍ତି। ଦାଶରଥି ଓ କୁମୁଦୁନୀଙ୍କ ନଁାରେ ଥିବା ସମ୍ପତ୍ତି ବଡଭାଇ ବିପିନ ଜାଲିଆତି କରି ନିଜ ନଁାରେ କରାଇ ନେଇଥିଲେ। ପରେ ସେ ସାନଭାଇ ବିଜିନିଙ୍କୁ ଘରୁ ତଡି ଦେଇଥିଲେ। ବିଜିନି ଘଟଣାର ତଦନ୍ତ ପାଇଁ ରଣପୁର ସବ୍ରେଜିଷ୍ଟର କାର୍ଯ୍ୟାଳୟରୁ ଦଲିଲର ସାର୍ଟିଫାଏଡ୍ କପି ମାଗିଥିଲେ। ଏଥିରେ ଜାଲିଆତି କରି ଘରବାରି, କୋଠା ଓ ଜମିକୁ ବଡଭାଇ ନିଜ ନଁାରେ କରାଇ ନେଇଥିବା ବିିଜିନି ଜାଣିପାରିଥିଲେ । ପରେ ସେ ୧୭।୧।୨୦୧୮ରେ ସୂଚନା ଅଧିକାର ଆଇନ ଅନୁସାରେ ତହସିଲ କାର୍ଯ୍ୟାଳୟକୁ ଜମି ଜାଲିଆତିର ପ୍ରମାଣ ମାଗିଥିଲେ । ହେଲେ ତହସିଲ କର୍ତ୍ତୃପକ୍ଷ ଚୁପ ରହିଥିଲେ । ପରେ ଜିଲାପାଳଙ୍କୁ ଅବଗତ କରାଇଥିଲେ ମଧ୍ୟ ସୁଫଳ ମିଳିଲା ନାହିଁ। ଏ ସମ୍ପର୍କରେ ୨୦୧୯ ଜାନୁୟାରୀ ୨୧ରେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ ତପତ୍ରତା ପ୍ରକାଶ ପାଇଥିଲା। ଏହାର ତଦନ୍ତ କରାଯାଇ ଜମି ପଟ୍ଟା ଖାରଜ ହୋଇଥିଲା। ଏପରି କି ଘରର ମୁଖିଆ ବାପାଙ୍କ ନଁାକୁ ସମ୍ପତ୍ତି ଚାଲି ଆସିଥିଲା। ଏ ନେଇ ବିଜିନି ଜେନା କୁହନ୍ତି, ଜାଲ ଦଲିଲରେ ପଟ୍ଟା କରାଯାଇଥିବା ପ୍ରମାଣ ପାଇବା ପରେ ପ୍ରଶାସନ ଚୁପ ରହିବା ଠିକ୍ ନୁହେଁ । ମୋ ବଡ ଭାଇ ଓ ତହସିଲ କର୍ତ୍ତୃପକ୍ଷ କିମ୍ବା ଆଉ ଯେଉଁମାନେ ଜାଲିଆତିରେ ସମ୍ପୃକ୍ତ ଅଛନ୍ତି ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ହେବା ଦରକାର । ଏହା ନ ହେବା ପର୍ଯ୍ୟନ୍ତ ଲଢ଼େଇ ଜାରି ରହିବ ବୋଲି ସେ କ୍ଷୋଭର ସହ ପ୍ରକାଶ କରିଛନ୍ତି।
ଜାଲ ଜମିପଟ୍ଟା ଖାରଜ ପରେ ନାହିଁ କାର୍ଯ୍ୟାନୁଷ୍ଠାନ : ନୂଆ ପଟ୍ଟା ପ୍ରଦାନ କରି ପ୍ରଶାସନ ଚୁପ୍
Posted inଆମ ଜିଲା ଖବର, ନୟାଗଡ଼ View All
ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ
ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…
ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ
ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…
୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ
ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…
ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…
ହଠାତ୍ ଢିଲା ହୋଇଗଲା ବସ୍ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…
ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ଟି ରେଙ୍ଗାଲି ଡ୍ୟାମ୍…
ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର
କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…
ନ୍ୟାଶନାଲ କିକ୍ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ
ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍ ବକ୍ସିଂ ଚମ୍ପିୟାନଶିପ୍ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…
ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍
ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…
Archives

