ଛତିଆ,୨।୮(ଡିଏନ୍ଏ)- ବଡଚଣା ପଞ୍ଚାୟତ ସମିତି ଅଧୀନ ସମିଆଁ ପଞ୍ଚାୟତର ଜଣେ ଜିଆର୍ଏସ୍ଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ ସରପଞ୍ଚ ଓ ସମିତି ସଭ୍ୟ ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନିକଟରେ ଅଭିଯୋଗ କରିଥିବା ଜଣାପଡିଛି।
ପ୍ରକାଶ ଯେ, ସମିଆଁ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ପଦବୀଗୁଡିକ ଦଳିତ ମହିଳାଙ୍କ ପାଇଁ ସଂରକ୍ଷିତ ରହିଥିଲା। ସରପଞ୍ଚ ଭାବେ କାମିନୀ ବେହେରା ଓ ସମିତି ସଭ୍ୟା ଭାବେ ମାନା ସେଠୀ ନିର୍ବାଚିତ ହୋଇଥିଲେ। ମାତ୍ର ଜିଆର୍ଏସ୍ ଉଭୟ ମହିଳାଙ୍କୁ ଉପେକ୍ଷା କରି ଜଣେ ପଞ୍ଚାୟତସ୍ତରୀୟ ନେତାଙ୍କୁ ଧରି ନିଜ ଇଚ୍ଛାରେ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି। ପଞ୍ଚାୟତ ନିୟମକୁ ଉପେକ୍ଷା କରି ବିଭିନ୍ନ ଉନ୍ନୟନ କାର୍ଯ୍ୟର କାର୍ଯ୍ୟାଦେଶ ଜିଆର୍ଏସ୍ ନିଜ ଇଚ୍ଛା ଅନୁସାରେ ଲୋକଙ୍କୁ ଦେଇ ନିଜେ ଠିକାଦାରୀ କରୁଛନ୍ତି। ସରକାରଙ୍କ ତରଫରୁ ବିଭିନ୍ନ ଘର ନିର୍ମାଣ ପାଇଁ ଆସୁଥିବା ଏମ୍ଜିଏନ୍ଆରଇଏସ୍ ଅର୍ଥର ବିଲ୍ କରାଇବା ପାଇଁ ଲୋକଙ୍କଠାରୁ ମୋଟା ଅଙ୍କର ହାତଗୁଞ୍ଜା ନେଉଥିବା ମଧ୍ୟ ଅଭିଯୋଗ ହୋଇଛି। ଉକ୍ତ ବିଷୟରେ ବଡ଼ଚଣା ବିଡିଓଙ୍କୁ ପଞ୍ଚାୟତ ସରପଞ୍ଚ, ସମିତି ସଭ୍ୟା ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳିଲା ନାହିଁ। ଜିଆର୍ଏସ୍ଙ୍କ ମନମୁଖୀ କାମରେ ଅତିଷ୍ଠ ହୋଇ ସରପଞ୍ଚ ବେହେରା ଓ ସମିତି ସଭ୍ୟା ସେଠୀ ସମିଆଁ ଗ୍ରାମ ପଞ୍ଚାୟତ ଜିଆରଏସ୍ ତାଙ୍କୁ କାର୍ଯ୍ୟରୁ ଅନ୍ତର କରିବା ସହିତ ଉକ୍ତ ବେନିୟମ କାର୍ଯ୍ୟର ତଦାରଖ କରି ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଯାଜପୁର ଜିଲାପାଳ, ପ୍ରଳଳ୍ପ ସଂଯୋଜକ, ଯାଜପୁର ଓ ଜିଲା ଗ୍ରାମ ପଞ୍ଚାୟତ ଅଧିକାରୀଙ୍କୁ ଲିଖିତ ଆକାରରେ ଜଣାଇଛନ୍ତି।
Posted inଆମ ଜିଲା ଖବର, ଯାଜପୁର View All
ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…
କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...
ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…
ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...
ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…
ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...
ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ…
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
Archives


