ଜିଏସ୍‌ଟି ଆଦାୟ ଲକ୍ଷେ କୋଟି ଟଙ୍କା ଟପିଲା

ନୂଆଦିଲ୍ଲୀ,୨-୧: ଚଳିତ ଆର୍ଥତ୍କ ବର୍ଷରେ ଲଗାତର ଭାବେ ଦ୍ୱିତୀୟ ଥର ଲାଗି ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଆଦାୟ ଲକ୍ଷେ କୋଟି ଟଙ୍କା ଟପିଛି। ଡିସେମ୍ବର ମାସରେ ଜିଏସ୍‌ଟି ରାଜସ୍ବ ବାବଦକୁ ୧,୦୩,୪୯୨ କୋଟି ଟଙ୍କା ଆଦାୟ କରାଯାଇଛି। ଲୋକଙ୍କର ଖର୍ଚ୍ଚ ବଢିବା ଯୋଗୁ ରାଜସ୍ବ ସଂଗ୍ରହ ଉନ୍ନତ ହୋଇଥିବା ଜଣାପଡିଛି। ଏହା ପୂର୍ବରୁ ଚଳିତ ବର୍ଷ ଜୁଲାଇରେ ରାଜସ୍ବ ସଂଗ୍ରହ ୧ ଲକ୍ଷ କୋଟି ଟଙ୍କାରୁ ଉର୍ଦ୍ଧ୍ୱରେ ରହିବା ସହ ୧.୦୨ ଲକ୍ଷ କୋଟି ଟଙ୍କା ଛୁଇଁଥିଲା। ୨୦୧୮ ଡିସେମ୍ବରରେ ସରକାର ୯୪,୭୨୬ କୋଟି ଟଙ୍କାର ଜିଏସ୍‌ଟି ସଂଗ୍ରହ କରିବାକୁ ସକ୍ଷମ ହୋଇଥିଲେ ବୋଲି ସରକାରୀ ଡାଟାରୁ ଜଣାପଡିଛି। ଅନୁପାଳନ ଏବଂ ଲୋକଙ୍କ ଖର୍ଚ୍ଚରେ ଉନ୍ନତି ଯୋଗୁ ରାଜସ୍ବ ବଢିଥିବା ଜଣେ ସରକାରୀ ଅଧିକାରୀ କହିଛନ୍ତି। ଚଳିତ ବର୍ଷ ଡିସେମ୍ବରରେ ଜିଏସ୍‌ଟି ରାଜସ୍ବ ଗତ ବର୍ଷ ସମାନ ସମୟ ତୁଳନାରେ ୧୬% ବୃଦ୍ଧି ଘଟିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି।
ସେହିଭଳି ଆମଦାନୀରୁ ସଂଗ୍ରହ ହେଉଥିବା ମୋଟ୍‌ ଜିଏସ୍‌ଟି କଥା ବିଚାରକୁ ନେଲେ ଏଥିରେ ଗତ ବର୍ଷ ଡିସେମ୍ବର ତୁଳନାରେ ୯% ବୃଦ୍ଧି ଘଟିଛି। ସଂଗ୍ରହ ହୋଇଥିବା ମୋଟ ୧.୦୩ ଲକ୍ଷ କୋଟି ଟଙ୍କାର ରାଜସ୍ବ ମଧ୍ୟରୁ କେନ୍ଦ୍ର ଜିଏସ୍‌ଟି ବା ସିଜିଏସ୍‌ଟି ବାବଦ ୧୯,୯୬୨ କୋଟି, ରାଜ୍ୟ ଜିଏସ୍‌ଟି ବା ଏସ୍‌ଜିଏସ୍‌ଟି ବାବଦ ୨୬,୭୯୨ କୋଟି, ସମନ୍ବିତ ଜିଏସ୍‌ଟି ବା ଆଇଜିଏସ୍‌ଟି ବାବଦ ୪୮,୦୯୯ କୋଟି, ସେସ୍‌ ବା ଉପକାର ବାବଦ ୮୩୩୧ କୋଟି ଟଙ୍କା ସାମିଲ ରହିଛି। ଡିସେମ୍ବର ୩୧ ସୁଦ୍ଧା ୮୧.୨୧ ଲକ୍ଷ ଜିଏସ୍‌ଟି ଆର୍‌ ୩ବି ଫାଇଲ କରାଯାଇଛି। ନିୟମିତ ସମାଧାନ ଦ୍ୱାରା ଆଇଜିଏସ୍‌ଟିରୁ ସରକାର ସିଜିଏସ୍‌ଟି ବାବଦ ୨୧,୮୧୪ କୋଟି ଏବଂ ଏସ୍‌ଜିଏସ୍‌ଟି ବାବଦ ୧୫,୩୬୬ କୋଟି ଟଙ୍କା ସମାଧାନ କରିଛନ୍ତି। ନିୟମିତ ସମାଧାନ ଦ୍ୱାରା ଡିସେମ୍ବରରେ କେନ୍ଦ୍ର ଏବଂ ରାଜ୍ୟ ସରକାର ସିଜିଏସ୍‌ଟି ବାବଦ ୪୧,୭୭୬ କୋଟି ଏବଂ ଏସ୍‌ଜିଏସ୍‌ଟି ବାବଦ ୪୨,୧୫୮ କୋଟି ଟଙ୍କା ପାଇଛନ୍ତି।
ଚଳିତ ଆର୍ଥତ୍କ ବର୍ଷ ବାକି ଥିବା ମାସଗୁଡିକରେ ପ୍ରତିମାସ ୧ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ଟଙ୍କାର ଜିଏସ୍‌ଟି ସଂଗ୍ରହ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏହି ଧାର୍ଯ୍ୟ ଲକ୍ଷ୍ୟକୁ ହାସଲ କରିବା ପାଇଁ ଟିକସ ଅଧିକାରୀଙ୍କୁ କୁହାଯାଇଛି। ରାଜସ୍ବ ସଚିବ ଅଜୟ ଭୂଷଣ ପାଣ୍ଡେ ଉଚ୍ଚ ଟିକସ ଅଧିକାରୀଙ୍କ ସହ ଏ ନେଇ ଗତ ମାସରେ ଭିଡିଓ କନଫରେନ୍ସିଂ ଯୋଗେ ବୈଠକ କରିଥିଲେ। ବିତ୍ତୀୟ ନିଅଣ୍ଟକୁ ନିୟନ୍ତ୍ରଣ କରିବା ଲାଗି ଆସନ୍ତା ମାସଗୁଡିକରେ ରାଜସ୍ବ ସଂଗ୍ରହ ଉନ୍ନତ ହେବା ଆବଶ୍ୟକ ବୋଲି ଡେଲଏଟ ଇଣ୍ଡିଆର ପାର୍ଟନର ଏମ୍‌.ଏସ୍‌. ମଣି କହିଛନ୍ତି। ଟିକସ ସଂଗ୍ରହରେ ଉନ୍ନତି, ଇନଭଏସିଂ, ନୂଆ ରିଟର୍ନ ପ୍ରଣାଳୀ ଦ୍ୱାରା ରାଜସ୍ବ ସଂଗ୍ରହ ବଢିବ ନେଇ ଆଶା ରହିଥିବା ସେ ମତ ଦେଇଛନ୍ତି। ଡିସେମ୍ବରରେ ହିମାଞ୍ଚଳ ପ୍ରଦେଶର ଜିଏସ୍‌ଟି ସଂଗ୍ରହ ୨ ଗୁଣା ବଢି ୨୬ରୁ ୫୮ କୋଟି ଟଙ୍କା ଟପିଛି। ଏହାବାଦ ନାଗାଲାଣ୍ଡରେ ରାଜସ୍ବ ଆଦାୟ ୮୮%, ମଣିପୁର ୬୪%, ମିଜୋରାମ ୬୦% ବଢିଛି। ସେହିଭଳି ଲାକ୍ଷାଦୀପର ରାଜସ୍ବ ସଂଗ୍ରହ ୭୮% କମିଥିବା ବେଳେ ଝାଡଖଣ୍ଡର ୩% ଟିକସ ସଂଗ୍ରହ କମିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିପ୍ଟୋକରେନ୍ସି ବ୍ୟାନ୍‌ ପାଇଁ ସୁପାରିସ୍‌

ନୂଆଦିଲ୍ଲୀ,୨୩-୭: କ୍ରିପ୍ଟୋକରେନ୍ସି ଉପରେ ନିଷ୍ପତ୍ତି ନେବା ଲାଗି ସରକାରଙ୍କ ପକ୍ଷରୁ ଗଠିତ ଅନ୍ତଃମନ୍ତ୍ରଣାଳୟ କମିଟି ତାଙ୍କର ରିପୋର୍ଟ ପ୍ରଦାନ କରିଛନ୍ତି। ଦେଶରେ ଘରୋଇ କ୍ରିପ୍ଟୋକରେନ୍ସି ପ୍ରଚଳନକୁ...

ଲଟେରି ଉପରେ ୨୮% ଜିଏସ୍‌ଟି

ନୂଆଦିଲ୍ଲୀ,୧୯-୧୨: ପରୋକ୍ଷ ଟିକସ ବ୍ୟବସ୍ଥା ଜିଏସ୍‌ଟି ଲାଗି ନୀତି ନିର୍ଦ୍ଧାରଣ କରୁଥିବା ଜିଏସ୍‌ଟି ପରିଷଦ ବୈଠକରେ ବୁଧବାର ପ୍ରଥମଥର ଲାଗି ଭୋଟିଂ ହୋଇଥିବା ସାମ୍ନା ଆସିଛି।...

କମିଲା ପେଟ୍ରୋଲ, ଡିଜେଲ ଦର

ମୁମ୍ବାଇ,୧୬।୩: ଦେଶର ମେଟ୍ରୋ ସହରଗୁଡିକରେ ରବିବାର ପେଟ୍ରୋଲ ଏବଂ ଡିଜେଲ ଦରରେ ହ୍ରାସ ପରିଲକ୍ଷିତ ହୋଇଛି। ପେଟ୍ରୋଲ ଦର ଲିଟର ପିଛା ୧୨ ପଇସା କମିଥିବା ବେଳେ...

ରିଟେଲ ସାମଗ୍ରୀର ହୋମ୍‌ ଡେଲିଭରି ଦେବ ଜିଓ ମାର୍ଟ

ନୂଆଦିଲ୍ଲୀ,୨୪।୫: ଦେଶର ପ୍ରମୁଖ ବାଣିଜି୍ୟକ ଗ୍ରୁପ୍‌ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ତା’ର ରିଟେଲର୍ସ ସେବାକୁ ଅଧିକ ଲୋକାଭିମୁଖୀ କରିବାକୁ ମନ ବଳାଇଛି। କମ୍ପାନୀର ଡିଜିଟାଲ ପ୍ଲାଟ୍‌ଫର୍ମ ଜିଓ...

ନୀରବଙ୍କଠୁ ୭୨୦୦ କୋଟି ଅସୁଲ କରିବ ବ୍ୟାଙ୍କ

ନୂଆଦିଲ୍ଲୀ,୬-୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)କୁ ଶନିବାର ଭଲ ଖବର ମିଳିଛି। ଡେଟ୍‌ ରିକଭରୀ ଟ୍ରିବ୍ୟୁନାଲ(ଡିଆର୍‌ଟି) ତାଙ୍କର ଅନ୍ତିମ ରାୟ ଶୁଣାଇଛନ୍ତି। ପିଏନ୍‌ବି ମହାଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ...

ପିଏମ୍‌ସି ମାମଲାରେ ଯାଞ୍ଚ ହେବ ଅଡିଟରଙ୍କ ଭୂମିକା

ନୂଆଦିଲ୍ଲୀ,୩-୧୦: ପଞ୍ଜାବ ମହାରାଷ୍ଟ୍ର କୋଅପରେଟିଭ ବ୍ୟାଙ୍କ ଠକେଇ ମାମଲାରେ ଅଡିଟରଙ୍କ ଭୂମିକା ଯାଞ୍ଚ ହେବ। ଚାର୍ଟାର୍ଡ ଆକାଉଣ୍ଟାଣ୍ଟସର ସର୍ବୋଚ୍ଚ ସଂସ୍ଥା ଆଇସିଏଆଇ ଅଡିଟରଙ୍କ ଭୂମିକା ଠକେଇରେ...

ଶିଳ୍ପ ଜଗତର କୋଭିଡ୍‌-୧୯ ବିରୋଧୀ ଲଢ଼େଇ

ନୂଆଦିଲ୍ଲୀ, ୨।୪: କୋଭିଡ୍‌-୧୯ ପ୍ରଭାବରେ ସାରା ଦେଶରେ ଏବେ ଲକ୍‌ଡାଉନ ଘୋଷଣା କରାଯାଇଛି। ବର୍ତ୍ତମାନର ସଙ୍କଟ ସ୍ଥିତି ବିରୋଧରେ ଲଢେଇ ଜାରି ରଖିବା ଲାଗି ସରକାର...

ଜୁନ ୨୩ରେ ଫିଟ୍‌ଜୀର ଏକ୍ସଟ୍ରା ରେ ଏଜ୍‌ ପରୀକ୍ଷା

ଭୁବନେଶ୍ୱର,୨୬-୫: ପ୍ରମୁଖ କୋଚିଂ ପ୍ରତିଷ୍ଠାନ ଫିଟ୍‌ଜୀ ପକ୍ଷରୁ ଏକ୍ସଟ୍ରା ରେ ଏଜ ପରୀକ୍ଷା ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଜୁନ ୨୩ରେ ଅନୁଷ୍ଠିତ ହେବ। ଦ୍ୱାଦଶ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *