Posted inଖେଳ

ଜିଏସ୍‌ ଲକ୍ଷ୍ମୀ ପ୍ରଥମ ମହିଳା ରେଫରି

ଦୁବାଇ,୧୧।୧୦:ପ୍ରଥମ ମହିଳା ରେଫରୀ ଭାବେ ଭାରତର ଜି.ଏସ୍‌. ଲକ୍ଷ୍ମୀ ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଇଭେଣ୍ଟରେ ମ୍ୟାଚ୍‌ ପରିଚାଳନା କରିବାର ସୌଭାଗ୍ୟ ଲାଭ କରିଛନ୍ତି। ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ପରିଚାଳନା ଲାଗି ଆଇସିସି ପକ୍ଷରୁ ଗୁରୁବାର ଅଫିସିଆଲଙ୍କ ତାଲିକା ପ୍ରକାଶ ପାଇଛି। ଯେଉଁଥିରେ ନ୍ୟୁଜିଲାଣ୍ଡର ପ୍ରାକ୍ତନ ଅଧିନାୟକ ଜେଫ୍‌ କ୍ରୋଙ୍କ ସମେତ ଭାରତର ଲକ୍ଷ୍ମୀ ଓ ଦକ୍ଷିଣ ଆଫ୍ରିକାର ଜିହଡର୍‌ସ ପିନର ସ୍ଥାନ ପାଇଛନ୍ତି। ତିନୋଟି ଆଇସିସି ଟି୨୦ ବିଶ୍ୱକପ୍‌କୁ ମିଶାଇ କ୍ରୋ ବର୍ତ୍ତମାନ ସୁଦ୍ଧା ୪୮୮ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଅଫିସିଆଲ ଭାବେ ଦାୟିତ୍ୱ ତୁଲାଇ ସାରିଛନ୍ତି। ଟି୨୦ ବିଶ୍ୱକପ୍‌ର ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ଅକ୍ଟୋବର ୧୮ରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ୟୁଏଇରେ ଅନୁଷ୍ଠିତ ହେବ। ଏଥିଲାଗି ୧୨ ଜଣିଆ ଅମ୍ପାୟର ତାଲିକା ମଧ୍ୟ ପ୍ରକାଶ ପାଇଛି। ଏଥିରେ ଭାରତର ସୁନ୍ଦରାମ ରବି ମଧ୍ୟ ରହିଛନ୍ତି।
ପର୍ଯ୍ୟାୟର ପ୍ରଥମ ଦିବସରେ ଆବୁଧାବିର ଜାୟେଦ ଷ୍ଟାଡିୟମରେ ହଂକଂ ଓ ଆୟର୍ଲାଣ୍ଡ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏଥିରେ ଲକ୍ଷ୍ମୀ ମ୍ୟାଚ୍‌ ଅଫିସିଆଲ ଦାୟିତ୍ୱ ତୁଲାଇବେ। ସେହିଭଳି ରବି ଓ ସାମ୍‌ ନୋଗାଜସ୍କି ଅମ୍ପାୟର ଭାବେ ମ୍ୟାଚ୍‌ ପରିଚାଳନା କରିବେ। ଏଠାରେ ଉଲ୍ଲେଖଯୋଗ୍ୟ, ୫୧ ବର୍ଷୀୟା ଆନ୍ଧ୍ରପ୍ରଦେଶ ନିବାସୀ ଲକ୍ଷ୍ମୀ ଭାରତୀୟ ଘରୋଇ କ୍ରିକେଟ୍‌ର ଜଣେ ପୂର୍ବତନ ଖେଳାଳି। ଆଇସିସିର ମ୍ୟାଚ୍‌ ରେଫରି ପ୍ୟାନେଲରେ ସ୍ଥାନ ପାଇବାରେ ସେ ପ୍ରଥମ ମହିଳା ଅଫିସିଆଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri